ଲକ୍‌ଡାଉନ୍‌ ଉଲ୍ଲଂଘନ କଲେ ଲେଖିବାକୁ ପଡ଼ିବ ‘ରାମ’ ନାମ

ଭୋପାଳ,୧୭।୫: ଦେଶରେ କରୋନା ଭାଇରସ୍‌ ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଥିବା ବେଳେ ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ କଟକଣା ଲାଗୁ କରାଯାଇଛି। କରୋନାକୁ ରୋକିବା ପାଇଁ ରାଜ୍ୟରେ ଲକ୍‌ଡାଉନ କରାଯାଇଥିବା ବେଳେ କିଛି ଅମାନିଆ ଏବେ ବି ରାସ୍ତାରେ ବୁଲୁଥିବାର ନଜିର ରହିଛି। ଆଉ ଏମାନଙ୍କୁ ସାବାଡ କରିବା ଲାଗି ବିଭିନ୍ନ ରାଜ୍ୟର ପୋଲିସ ଭିନ୍ନ ଭିନ୍ନ ଉପାୟରେ ଦଣ୍ଡିତ କରୁଛନ୍ତି। ଏହି କ୍ରମରେ ଏଭଳି ଅମାନିଆଙ୍କୁ ସାବାଡ଼ କରିବା ଲାଗି ମଧ୍ୟପ୍ରଦେଶ ପୋଲିସ ନିଆରା ପଦକ୍ଷେପ ଗ୍ରହଣ କରିଛି। ସହରରେ ଯେଉଁମାନେ ଅନାବଶ୍ୟକରେ ବାହାରେ ବୁଲୁଛନ୍ତି ସେମାନଙ୍କୁ ସତନା ଜିଲାର କୋଲଗଓ୍ବାଁ ଥାନାର ଏସ୍‌ଆଇ ୪ରୁ ୫ ପୃଷ୍ଠାରେ ରାମ ନାମ ଲେଖିବାକୁ ଦଣ୍ଡ ଦେଉଛନ୍ତି। ଏହାକୁ ଲେଖିବାକୁ ୩୦ରୁ ୪୦ ମିନିଟ୍‌ ସମୟ ଲାଗୁଛି। ଏଭଳି ଭଗବାନଙ୍କ ନାମ ଲେଖାଇବା ପରେ ଘରେ ରହି ପରିବାରର ଯତ୍ନ ନେବା ପାଇଁ ପୋଲିସ ସେମାନଙ୍କୁ ପରାମର୍ଶ ଦେଉଛନ୍ତି ବୋଲି ଏସ୍‌ଆଇ କହିଛନ୍ତି। ପୋଲିସର ଏଭଳି କାର୍ଯ୍ୟ ଏବେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..

ନୂଆଦିଲ୍ଲୀ, ୨୦।୧୨:  ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri