ଆକ୍ରାନ୍ତଙ୍କ ସଂଖ୍ୟା କମୁଛି, ମୃତ୍ୟୁ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷରୁ କମ୍‌ ରହିଛି। ଏହି ସମୟ ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୩ ହଜାର ୫୩୩ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୪,୩୨୯ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତ୍ୟୁ ସଂଖ୍ୟା ବଢୁଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନରେ କାଠର ଅଭାବ ଦେଖାଦେଇଛି। ସେହିପରି କବରସ୍ତାନରେ ସ୍ଥାନର ଅଭାବ ସୃଷ୍ଟି ହୋଇଛି। ବର୍ତ୍ତମାନ ସୁଦ୍ଧା ୧୮ କୋଟି ୪୪ ଲକ୍ଷ ୫୩ ହଜାର ୧୪୯ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୧ କୋଟି ୮୨ ଲକ୍ଷ ୯୨ ହଜାର ୮୮୧ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି।...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ

ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ...

୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ

ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ...

ବାଂଲାଦେଶ ହିଂସାକୁ ନେଇ ବଡ଼ ଚେତାବନୀ ଦେଲେ ଶଶି ଥରୁର! କହିଲେ ଏହା ଭାରତ ପାଇଁ…

ନୂଆଦିଲ୍ଲୀ,୨୦।୧୨: ବରିଷ୍ଠ କଂଗ୍ରେସ ନେତା ଏବଂ ବୈଦେଶିକ ବ୍ୟାପାର ସଂସଦୀୟ ସ୍ଥାୟୀ କମିଟିର ଅଧ୍ୟକ୍ଷ ଶଶି ଥରୁର ବାଂଲାଦେଶରେ ବଢୁଥିବା ରାଜନୈତିକ ସଙ୍କଟ ସମ୍ପର୍କରେ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri