Posted inଜାତୀୟ

ଆଇଟି ନିୟମ ଉଲ୍ଲଂଘନ କରୁଛି ହ୍ବାଟ୍‌ସଆପ୍‌

ନୂଆଦିଲ୍ଲୀ, ୧୮ା୫: ସୋସିଆଲ ମେସେଜିଂ ଆପ୍ଲିକେଶନ ହ୍ବାଟ୍‌ସଆପ୍‌ର ନୂଆ ପଲିସି ଭାରତର ସୂଚନା ପ୍ରଯୁକ୍ତି (ଆଇଟି) ଆଇନକୁ ଉଲ୍ଲଂଘନ କରୁଛି ବୋଲି ଦିଲ୍ଲୀ ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ଏହି ଆପ୍‌ର ନୂଆ ପ୍ରାଇଭେସି ପଲିସି ବିରୋଧରେ ଦାଖଲ ହୋଇଥିବା ବିଭିନ୍ନ ପିଟିଶନର ଶୁଣାଣି ସମୟରେ କେନ୍ଦ୍ର ଏହା କହିଛି। ହାଇକୋର୍ଟର ମୁଖ୍ୟ ବିଚାରପତି ଡି.ଏନ୍‌. ପଟେଲ ଏବଂ ଜଷ୍ଟିସ୍‌ ଜ୍ୟୋତି ସିଂଙ୍କୁ ନେଇ ଗଠିତ ଏକ ଖଣ୍ଡପୀଠ ମାମଲାର ଶୁଣାଣି କରିଥିଲେ। କୋର୍ଟରେ ହ୍ବାଟ୍‌ସଆପ ପକ୍ଷରୁ କୁହାଯାଇଥିଲା ଯେ, ମେ ୧୫ରୁ ଏହାର ନୂଆ ପ୍ରାଇଭେସି ପଲିସି ଲାଗୁ କରାଯାଇଛି। କିନ୍ତୁ ଏହି ନୀତିକୁ ଅସ୍ବୀକାର କରିଥିବା ବ୍ୟବହାରକାରୀଙ୍କ ଆକାଉଣ୍ଟକୁ ଡିଲିଟ୍‌ କରାଯାଇନାହିଁ। ଏହି ପଲିସିକୁ ସ୍ବୀକାର କରିବାକୁ ନିଜ ଗ୍ରାହକଙ୍କୁ ପ୍ରୋତ୍ସାହିତ କରାଯିବ। କିନ୍ତୁ ଯେଉଁମାନେ ଏହି ପ୍ରାଇଭେସି ନୀତିକୁ ଗ୍ରହଣ କରିନାହାନ୍ତି ସେମାନଙ୍କ ଆକାଉଣ୍ଟ ହଟାଇବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା ଧାର୍ଯ୍ୟ କରାଯାଇନାହିଁ ବୋଲି ହ୍ବାଟ୍‌ସ୍‌ ଆପ୍‌ କହିଛି। ହ୍ବାଟ୍‌ସଆପ୍‌ ନୂଆ ନୀତି ଆଣି ଉପଭୋକ୍ତାଙ୍କ ଗୋପନୀୟତା ଅଧିକାର ଉଲ୍ଲଂଘନ କରୁଥିବା ନେଇ ଦିଲ୍ଲୀ ହାଇକୋର୍ଟରେ ପିଟିଶନ ଦାଖଲ କରାଯାଇଥିଲା। ଦିଲ୍ଲୀ ହାଇକୋର୍ଟ କେନ୍ଦ୍ର ସରକାର, ହ୍ବାଟ୍‌ସଆପ୍‌ ଏବଂ ଏହାର ମୂଳ କମ୍ପାନୀ ଫେସ୍‌ବୁକ୍‌ଠାରୁ ଏ ନେଇ ଜବାବ ମାଗିଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ଜୁନ୍‌ ୩ରେ ହେବ। ହ୍ବାଟ୍‌ସଆପ୍‌ ବ୍ୟବହାରକାରୀଙ୍କ ତଥ୍ୟ ଏହାର ମୂଳ କମ୍ପାନୀ ଫେସ୍‌ବୁକ୍‌ ସହ ଶେୟାର ହେବା ସହ ତାହାକୁ ବ୍ୟବହାର କରିପାରିବ ବୋଲି ନୂଆ ପଲିସିରେ ରହିଛି। ଯଦି ଉପଭୋକ୍ତା ଏହି ନୀତିରେ ରାଜି ନ ହୁଅନ୍ତି ତେବେ ସେମାନେ ତାଙ୍କ ଆକାଉଣ୍ଟକୁ ବ୍ୟବହାର କରିପାରିବେନି। ତେବେ କମ୍ପାନୀ ପରେ ଏହି ନୀତିକୁ ପ୍ରତ୍ୟାହାର କରିନେଇଥିଲା। ୟୁରୋପୀୟ ଦେଶର ହ୍ବାଟ୍‌ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏହି ପଲିସି ବାଧ୍ୟତାମୂଳକ ନ ଥିବାବେଳେ ଭାରତୀୟ ଗ୍ରାହକଙ୍କ ନିମନ୍ତେ ଅଣାଯିବା ଚିନ୍ତାର ବିଷୟ ବୋଲି କେନ୍ଦ୍ର କହିଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri