Posted inଖେଳ

କ୍ରିକେଟରୁ ବ୍ରେକ୍‌ ନେଲେ ଏହି କ୍ରିକେଟ୍‌ର: କାରଣ ରହିଛି ଏମିତି

ସିଡନୀ,୧୮।୫: ଅଷ୍ଟ୍ରେଲୀୟ ଅଲରାଉଣ୍ଡର ଡାନିଏଲ ସିମସ ଅନ୍ତର୍ଜାତୀୟ କ୍ରିକେଟରୁ ବିରତି ନେବାକୁ ନିଷ୍ପତ୍ତି ନେଇଛନ୍ତି। କୁହାଯାଉଛି ଯେ ମାନସିକ ଚାପ ଯୋଗୁ ସେ ଏହି ନିଷ୍ପତ୍ତି ନେଇଛନ୍ତି। ସୋମବାର ମାଳଦ୍ୱୀପରୁ ଘରକୁ ଫେରିବା ପରେ ସାମସ ତାଙ୍କ କ୍ରିକେଟ ବୋର୍ଡକୁ ଅନୁରୋଧ କରିଛନ୍ତି ଯେ, ଏବେ କିଛିଦିନ କୌଣସି ଦଳରେ ମନୋନୀତ କରନ୍ତୁ ନାହିଁ। ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୧୪ତମ ସିଜନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳରେ ସାମସଙ୍କୁ ଅନ୍ତର୍ଭୁକ୍ତ କରାଯାଇଥିଲା।
ସୂଚନାଯୋଗ୍ୟ, ସାମସ ଅଷ୍ଟ୍ରେଲିଆର ପ୍ରଥମ କ୍ରିକେଟର ନୁହନ୍ତି, ଯିଏ ମାନସିକ ଚାପ ଯୋଗୁ ଅନ୍ତର୍ଜାତୀୟ କ୍ରିକେଟରୁ ବିରତି ନେଇଛନ୍ତ। ମାନସିକ ସ୍ତରରେ ଅସୁସ୍ଥ ଅନୁଭବ କରିବା ଯୋଗୁ ଅତୀତରେ ଗ୍ଲେନ ମ୍ୟାକ୍ସୱେଲ, ୱିଲ ପୁକୋସ୍କି ଏବଂ ନିକ ମେଡିସନ୍‌ସ ମଧ୍ୟ ବିରତି ନେଇଛନ୍ତି। ଏହି ସମୟରେ କ୍ରିକେଟ ଅଷ୍ଟ୍ରେଲିଆ ୱେଷ୍ଟଇଣ୍ଡିଜ ଗସ୍ତ ପାଇଁ ୨୩ ଜଣିଆ ଦଳ ଘୋଷଣା କରିଛି। ଅଷ୍ଟ୍ରେଲିୟ ଦଳରେ ଅନେକ ଭେଟେରାନ ଖେଳାଳି ଅନ୍ତର୍ଭୁକ୍ତ କରାଯାଇଛି। ଏଥିରେ ମାଥ୍ୟୁ ୱେଡ, ଝାଏ ରିଚାର୍ଡସନ, ରିଲେ ମେରେଡିଥ ଏବଂ ତନଭୀର ସାଂଘାଙ୍କ ଭଳି ଖେଳାଳିଙ୍କ ନାମ ଅନ୍ତର୍ଭୁକ୍ତ ହୋଇଥିଲା, କିନ୍ତୁ ସାମସଙ୍କୁ ସ୍ଥାନ ଦିଆଯାଇ ନ ଥିଲା। ଏଥି ସହିତ ମାର୍ନୁସ ଲାବୁସେନ ଏବଂ କ୍ୟାମେରନ ଗ୍ରୀନ ଦଳରୁ ବାଦ ପଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri