ଶିଶୁଙ୍କ ଉପରେ କରୋନା ପ୍ରକୋପ: ସିଙ୍ଗାପୁର ବିମାନ ଉଡାଣ ବନ୍ଦ କରିବାକୁ ନିବେଦନ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନାର ଦ୍ୱିତୀୟ ଲହରର ଭୟ ଲୋକଙ୍କ ମନରୁ ଦୂର ହୋଇ ନ ଥିବା ବେଳେ ତୃତୀୟ ଲହର ଆସିବା ନେଇ ଆହୁରି ଭୟଭୀତ କରାଇଦେଇଛି। କାରଣ ତୃତୀୟ ଲହରରେ ଅତ୍ୟଧିକ ଶିଶୁ ପ୍ରଭାବିତ ହେବେ ବୋଲି କୁହାଯାଉଛି। ତେବେ ତୃତୀୟ ଲହର ଆସିବା ପୂର୍ବରୁ କେତେକ ରାଜ୍ୟରେ କରୋନା କବଳରେ ଅନେକ ଶିଶୁ ଆସିଥିବା ଜଣାପଡ଼ିଛି। ଗତ ୧୫ ଦିନ ମଧ୍ୟରେ ଦେଶରେ ଏପର୍ଯ୍ୟନ୍ତ ୧୯ହଜାରୁ ଊର୍ଦ୍ଧ୍ୱ ଶିଶୁ ଆକ୍ରାନ୍ତ ହୋଇଥିବା ବେଳେ ଏଥିରେ ଦିଲ୍ଲୀ, କର୍ନାଟକ ଓ ଉତ୍ତରାଖଣ୍ଡ ଭଳି କେତେକ ରାଜ୍ୟ ରହିଛି। ଗତ କିଛି ଦିନ ତଳେ ଦିଲ୍ଲୀରେ କରୋନାଜନିିତ ୨ଜଣ ଶିଶୁଙ୍କୁ ମୃତ୍ୟୁ ଘଟିଛି। ଶିଶୁଙ୍କ ଉପରେ ଦେଖାଦେଇଥିବା ବିପଦକୁ ଦୃଷ୍ଟିରେ ରଖି ସିଙ୍ଗାପୁରରୁ ଯାତାୟତ କରୁଥିବା ବିମାନ ଉଡାଣକୁ ତୁରନ୍ତ ବନ୍ଦ କରିବାକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛନ୍ତି। ସିଙ୍ଗାପୁରରୁ ଆସିଥିବା କରୋନାର ନୂଆ ଭାରିଆଣ୍ଟ ପିଲାଙ୍କ ପାଇଁ ଅତ୍ୟନ୍ତ ବିପଜ୍ଜନକ ବୋଲି କୁହାଯାଉଛି। ଭାରତରେ ଏହା ତୃତୀୟ ଲହର ଭାବେ ଆସିପାରେ। ତେଣୁ ବର୍ତ୍ତମାନ ପାଇଁ ସିଙ୍ଗାପୁର ସହ ବିମାନ ଉଡାଣ ସେବା ବାତିଲ କରାଯାଉ ଏବଂ ପିଲାମାନଙ୍କ ପାଇଁ ଟିକା ବିକଳ୍ପ ଉପରେ କାର୍ଯ୍ୟ ପ୍ରାଥମିକତା ଭିତ୍ତିରେ କରାଯାଉ ବୋଲି କେଜରିଓ୍ବାଲ ଟୁଇଟ କରିଛନ୍ତି। ଏହାପୂର୍ବରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଏହା ଉପରେ ଜୋର ଦେଇଥିଲେ। ପିଲାଙ୍କ ସୁରକ୍ଷା, ଚିକିତ୍ସା ଓ ଟିକାକରଣର ପ୍ରୋଟୋକଲ୍‌ ଉପରେ ଏବେଠାରୁ କାର୍ଯ୍ୟ କରାଯାଉ ବୋଲି ସେ କେନ୍ଦ୍ର ସରକାରଙ୍କୁ ଅପିଲ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri