Posted inRasifala

ରାଶିଫଳ: ବୁଧବାର, ମେ ୧୯ ତାରିଖ – Daily Horoscope

ମେଷ
ଆପଣଙ୍କର ଉଚ୍ଚମନ, ଉତ୍କୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗ କାର୍ଯ୍ୟସିଦ୍ଧି ପାଇଁ ଅନୁକୂଳ ରହିବ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଦକ୍ଷତାହେତୁକ ସାମାଜିକ ସ୍ତରରେ ଉଚ୍ଚାସନ ଲାଭ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ ଓ ଅର୍ଥନୈତିକ କାର୍ଯ୍ୟକ୍ରମ ଭଲରେ ଚାଲିବ।
ବୃଷ
ବୃଷ
ଆପଣଙ୍କ ଚିନ୍ତା ଓ ଯୋଜନାନୁଯାୟୀ ପ୍ରତ୍ୟେକ କାମ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ। ଉପର ଅଧିକାରୀଙ୍କ ସହାନୁଭୂତି ଯୋଗୁଁ ଖୁସି ହେବେ। ଆଇନ, ଯୋଗାଯୋଗ, ସଭାସମିତି, ଗଠନମୂଳକ କାମ ଓ ପ୍ରଶାସନିକ କ୍ଷେତ୍ରରେ ସ୍ଥିରତା ଫେରିପାଇବେ। ପାରିବାରିକ ସମସ୍ୟା ସୁଧାରି ନେବା ସକାଶେ ବିଭିନ୍ନ ଚେଷ୍ଟା କରିପାରନ୍ତି।
ମିଥୁନ
ମିଥୁନ
ଆଜି ପ୍ରତ୍ୟେକ କ୍ଷେତ୍ରରେ ପାଇବେ ଯେତିକି ଅଧିକ ଦେବାକୁ ପଡିପାରେ। ବୁଝାମଣା ଅଭାବରୁ ସାଧାରଣ କଥାରେ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। କର୍ମକ୍ଷେତ୍ରରେ ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କଲେ ସଫଳତା ମିଳିବ। ଆର୍ଥିକ ଦିଗରୁ ଦିନଟି ବହୁତ ଭଲ ରହିବା ଏକ ପ୍ରକାର ଆଶ୍ୱସ୍ତିର କାରଣ ହୋଇପାରେ।
କର୍କଟ
କର୍କଟ
ପରିସ୍ଥିତି ଓ ପରିଣାମକୁ ଆଖି ଆଗରେ ରଖି କାମ କଲେ ସଫଳତା ମିଳିବ। ପରୋକ୍ଷ ପରୀକ୍ଷା ଓ ଅନୁସନ୍ଧାନ ନ କରି କୌଣସି ସିଦ୍ଧାନ୍ତରେ ଉପନୀତ ହେବା ଠିକ୍‌ ହେବ ନାହିଁ। ଅଶ୍ଳେଷାର ପ୍ରତିବନ୍ଧକ ଲାଗି ରହିବା କାରଣରୁ ଯୋଜନାଗୁଡିକ ଠିକ୍‌ ଭାବେ କାର୍ଯ୍ୟକାରୀ ନ ହୋଇପାରେ। ଗଠନମୂଳକ କାଯର୍‌ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ସି˚ହ
ସି˚ହ
ସମସ୍ୟା ଓ ପ୍ରତିବନ୍ଧକକୁ ହଟାଇ କାର୍ଯ୍ୟହାସଲ କରିବାରେ ଅସୁବିଧା ରହିବ ନାହିଁ। ଅଭାବବୋଧ ଲାଗିରହୁଥିବାରୁ ପାରିବାରିକ କ୍ଷେତ୍ରରେ ସମସ୍ତଙ୍କୁ ସନ୍ତୁଷ୍ଟ କରିପାରିବେ ନାହିଁ। ଅସାବଧାନତା ବଶତଃ ଭଲ କରିବାକୁ ଯାଇ ସମସ୍ୟା ଭିତରକୁ ଟାଣି ହୋଇଯିବେ। ଅତୀତ ଘଟଣାକୁ ବାରମ୍ବାର ଚିନ୍ତା କରି ମାନସିକ ଅଶାନ୍ତି ଅନୁଭବ କରିବେ।
କନ୍ୟା
ଯାହାକୁ ନିଜର ବୋଲି ଭାବିବେ ସେ ସରଳତାର ସୁଯୋଗ ନେବାକୁ ପଛାଇବ ନାହିଁ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ନିର୍ମାଣ, ପରିବହନ, ପ୍ରଶାସନ, ମାଲିମକଦ୍ଦମା ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରୁ ସୁଫଳ ପାଇବେ। ଆଜି କୌଣସି ଆନୁଷ୍ଠାନିକ କାମରେ ଯୋଗ ଦେଇ ସମ୍ମାନିତ ହୋଇପାରନ୍ତି।
ତୁଳା
ତୁଳା
ବୃଥାଶଙ୍କା ଓ ଅସୁବିଧା କଳ୍ପନା କରି ମାନସିକ ଅବସାଦ ଯୋଗୁଁ  କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ବିଶାଖା ନକ୍ଷତ୍ର ଶାରୀରିକ ଅସୁସ୍ଥତା ସତ୍ତ୍ୱେ ଘରକାମ କରିବାକୁ ବାଧ୍ୟ ହେବେ। ମନର ଭାବକୁ ବନ୍ଧୁ ନିକଟରେ ପ୍ରକାଶ ହେତୁ ଭୁଲ୍‌ ବୁଝାମଣାର ପରିସ୍ଥିତି ସୃଷ୍ଟି ହେବ। କର୍ମକ୍ଷେତ୍ରରେ ନୀତିଗତ କାମକୁ ପ୍ରାଧାନ୍ୟ ଦେଇ ପାରନ୍ତି।
ବିଛା
ବିଛା
ଆଜି ଆପଣ ମନକଥାକୁ ଗୋପନ ରଖି କାମ ହାସଲର ଆନୁଷଙ୍ଗିକ ପଦ୍ଧତିକୁ ଅନୁସରଣ କରିପାରନ୍ତି। ଅନୁରାଧା ନକ୍ଷତ୍ରର ସମସ୍ତ ସୁବିଧା ଥାଇ କୌଣସି କାମରେ ମନ ଲାଗିବ ନାହିଁ। କର୍ମକ୍ଷେତ୍ରରେ ବହୁଦିନର ମନାନ୍ତରର ସମାଧାନ ହୋଇଯିବ। ପାରିବାରିକ ଜୀବନରେ ଉଚିତ୍‌ ବୁଝାମଣା ରହିବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ଆଜି କୌଣସି କାମ ଶୃଙ୍ଖଳିତ ନ ହେବା କାରଣରୁ ଧୈର୍ଯ୍ୟଚ୍ୟୁତି ଆଶଙ୍କା ରହିଛି। ପ୍ରକଳ୍ପକାର୍ଯ୍ୟ, ବ୍ୟବସାୟ ଓ ପରିବହନରେ କେତେକ ଆଧୁନିିକୀକରଣ କରି ପାରନ୍ତି। ନିର୍ମାଣ କ୍ଷେତ୍ରରେ ଆବଶ୍ୟକୀୟ ଜିନିଷ ଅଭାବରୁ କାର୍ଯ୍ୟ ସ୍ଥଗିତ ରହିପାରେ। ଫେରନ୍ତା ବାଟରେ ଘର ପାଇଁ ମନଲାଖି ଜିନିଷ କିଣିବା ସକାଶେ ମନ ବଳିବ।
ମକର
ମକର
କର୍ମକ୍ଷେତ୍ର ଓ ବ୍ୟବସାୟିକ ଦିଗଟି ମନ୍ଦ ହେବ ନାହିଁ କିନ୍ତୁ ପ୍ରତିବନ୍ଧକ ଲାଗି ରହିବ। ଦିନ ତମାମ କଠୋର ପରିଶ୍ରମଜନିତ ସାମୟିକ କ୍ଳାନ୍ତି ଅନୁଭବ କରିବେ। ଆଗାମୀ ମାଙ୍ଗଳିକ ଉସତ୍ବକୁ ନେଇ ନିର୍ମାଣାଧୀନ ଗୃହକୁ ଶେଷ ସ୍ପର୍ଶ ଦେଇପାରନ୍ତି। ପରିବାରରେ ଛୋଟ କଥାକୁ ବଡକରି ସମସ୍ୟା ଭିତରକୁ ଟାଣି ହୋଇଯିବାର ସୂଚନା ରହିଛି।
କୁମ୍ଭ
କୁମ୍ଭ
ଘରେ ଅଶାନ୍ତି ପୂର୍ବପରି ଲାଗିରହୁଥିବା ହେତୁ କିମ୍ବା କାମଗୁଡିକ ଠିକ୍‌ ଭାବେ ନ ହେବାରୁ ମନ ଭଲ ରହିବ ନାହିଁ। ସ୍ବାସ୍ଥ୍ୟାବସ୍ଥା କ୍ରମଶଃ ଭଲ ଦିଗକୁ ଗତି କରିବାରୁ ଆଶ୍ୱସ୍ତି ଲାଭ କରିବେ। ଅଫିସ୍‌ କାର୍ଯ୍ୟ ତ୍ୱରାନ୍ବିତ ହେବ ଏବଂ ସମସ୍ୟା ଦୂରେଇ ଯିବ। ଗୃହ, ଭୂମି, ଗାଡିମୋଟର ସମ୍ପର୍କୀୟ ଦୁଶ୍ଚିନ୍ତା ଆସିବ, ମାତ୍ର ବିଶେଷ ଅସୁବିଧା ହେବ ନାହିଁ।
ମୀନମୀନ
କାର୍ଯ୍ୟବ୍ୟସ୍ତତା କାରଣରୁ ପରିବାର ପାଇଁ ଆଜି ବେଶି ସମୟ ଦେଇପାରିବେ ନାହିଁ। ବନ୍ଧୁଙ୍କ ଦ୍ୱାରା ପ୍ରଶଂସା, ଆମତ୍ୀୟଙ୍କ ଅନୁରାଗ, ପାଖ ପଡୋଶୀଙ୍କ ସ୍ନେହ ଓ ଶ୍ରଦ୍ଧା ପାଇବେ। ବୃତ୍ତି, ବାଣିଜ୍ୟ, ଆଲୋଚନା, ଆନୁଷ୍ଠାନିକ କାମ କେତେକାଂଶରେ ସନ୍ତୋଷଜନକ ନ ହୋଇପାରେ। ଶୁଭଖବର ପାଇ କେତେକାଂଶରେ ଖୁସୀ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri