ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥିଲେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ କରିଥାଏ

ଭୁବନେଶ୍ୱର, ୨୦।୫(ବ୍ୟୁରୋ): କରୋନାରୁ ସୁସ୍ଥ ହେବାପରେ ଅନେକ ଆକ୍ରାନ୍ତ ବ୍ଲାକ ଫଙ୍ଗସ୍‌ ଦ୍ୱାରା ସଂକ୍ରମିତ ହେଉଛନ୍ତି। ରୋଗ ପ୍ରତିରୋଧକ ଶକ୍ତି କମିଲେ ବ୍ଲାକ୍‌ ଫଙ୍ଗସ୍‌ ଭାଇରସ୍‌ ଶରୀରରେ ପଶେ ବୋଲି ଏସ୍‌ସିବି ମେଡିକାଲ କଲେଜ ମେଡିସିନ ବିଭାଗ ମୁଖ୍ୟ ଡା. ଜୟନ୍ତ ପଣ୍ଡା କହିଛନ୍ତି। ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ପରାମର୍ଶଭିତ୍ତିକ କାର୍ଯ୍ୟକ୍ରମରେ ଡା. ପଣ୍ଡା ବ୍ଲାକ୍‌ ଫଙ୍ଗସ ଓ ତା’ର ଚିକିତ୍ସା ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଏହି ଭାଇରସ୍‌ ସବୁବେଳେ ବାୟୁମଣ୍ଡଳରେ ଥାଏ। ଶ୍ୱାସକ୍ରିୟା ଜରିଆରେ ଶରୀର ମଧ୍ୟରେ ପ୍ରବେଶ କରିଥାଏ। ଯେଉଁମାନଙ୍କ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି କମ୍‌ ସେମାନଙ୍କୁ ଏହି ଭାଇରସ୍‌ ଅତିଶୀଘ୍ର ସଂକ୍ରମଣ କରେ। ମଧୁମେହ ରୋଗୀଙ୍କ କ୍ଷେତ୍ରରେ ଏହା ଅଧିକ ମାତ୍ରାରେ ଦେଖାଯାଏ। ବ୍ଲାକ୍‌ ଫଙ୍ଗସ୍‌ ହେଲେ ଆଖି ଫୁଲିବା, ନାକରୁ କଳା ପାଣି ବାହାରିବା ଲକ୍ଷଣ ସହ ପତଳା ଝାଡ଼ା ବା ଚର୍ମରେ କଳା ଫୋଟକା ହେବା ଲକ୍ଷଣ ଦେଖାଯାଏ। ପତଳା ଝାଡ଼ା ବା ଚର୍ମରେ କଳା ଫୋଟକା ଲକ୍ଷଣ ଥିବା ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କୁ ଏମ୍ଫୋଟେରିସିନ୍‌-ବି (Amphotericin B) ଔଷଧ ଦିଆଯାଏ। ରାଜ୍ୟରେ ଏହି ଔଷଧ ପର୍ଯ୍ୟାପ୍ତ ପରିମାଣର ଷ୍ଟକ୍‌ ରହିଥିବା ଡା. ପଣ୍ଡା କହିଛନ୍ତି। ଏହି କାର୍ଯ୍ୟକ୍ରମରେ କଟକ ଟିବି ଡେମୋନ୍‌ଷ୍ଟ୍ରେଶନ କେନ୍ଦ୍ରର ମାଇକ୍ରୋବାୟେଲୋଜି ପରାମର୍ଶଦାତା ଡା. ପରେଶ ନାଥ ମହାନ୍ତି, ଭୁବନେଶ୍ୱରସ୍ଥିତ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାନ ନିର୍ଦ୍ଦେଶକ ଡା. ଅମରେନ୍ଦ୍ର ନାଥ ମହାନ୍ତି ଉପସ୍ଥିତ ରହି ରୋଗ ସମ୍ପର୍କରେ କହିଥିଲେ।
ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କ ପାଇଁ ଗାଇଡ୍‌ଲାଇନ କରିବାକୁ ରାଜ୍ୟ ସରକାର ୭ଜଣ ବିଶେଷଜ୍ଞ ଡାକ୍ତରଙ୍କୁ ନେଇ କମିଟି ଗଠନ କରିଛନ୍ତି। ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କ ଉପରେ ଅନୁଧ୍ୟାନ କରିବ ଏହି କମିଟି। ରୋଗୀଙ୍କ ସ୍ଥିତି ତର୍ଜମା କରି ତ୍ୱରିତ ରୋଗ ଚିହ୍ନଟ ଓ ପରିଚାଳନା ନେଇ କମିଟି ଗାଇଡ୍‌ଲାଇନ କରିବ। ସେହିପରି ସବୁ ସରକାରୀ ମେଡିକାଲ କଲେଜରେ ଏକ୍ସପର୍ଟ କମିଟି ଗଠନ ପାଇଁ ନିର୍ଦ୍ଦେଶ ଜାରି ହୋଇଛି। ଏଭଳି ରୋଗୀଙ୍କ ଚିକିତ୍ସା ବ୍ୟବସ୍ଥା ସହ ତୁରନ୍ତ ଜଣାଇବାକୁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri