୨୪ ଘଣ୍ଟିଆ ହେଲ୍ପଲାଇନ୍‌ ନମ୍ବର ୧୦୯୮ ଜାରି

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବର୍ତ୍ତମାନ କରୋନାରେ ଅନେକ ପରିବାରରେ ମାତାପିତାଙ୍କ କୋଭିଡ୍‌ରେ ମୃତ୍ୟୁ ହେବା କିମ୍ବା ସଂକ୍ରମିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେବା ସମୟରେ ସେମାନଙ୍କ ପିଲାମାନେ ଅନାଥ ଏବଂ ଅସହାୟ ହୋଇଯାଉଛନ୍ତି। ଏହି ଶିଶୁମାନଙ୍କୁ ରଖିବା ପାଇଁ ମଧ୍ୟ କେହି ଆତ୍ମୀୟସ୍ବଜନ, ନିକଟ ସମ୍ପର୍କୀୟ ଆଗେଇ ଆସୁନାହାନ୍ତି। ଏଭଳି ପରିସ୍ଥିତିରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ବିଶେଷ ପଦକ୍ଷେପ ନିଆଯାଇଛି। ବିଭାଗ ପକ୍ଷରୁ ଗୁରୁବାର ଏକ ୨୪ଘଣ୍ଟିଆ ହେଲ୍ପଲାଇନ୍‌ ନମ୍ବର ୧୦୯୮ ଏବଂ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗର ସହାୟତା ନମ୍ବର ୧୮୦୦-୩୪୫-୪୪୯୪ ସହ ରାଜ୍ୟ ହେଲ୍ପଲାଇନ୍‌ ନମ୍ବର ୧୦୪ ଜାରି କରାଯାଇଛି। ୧୮ବର୍ଷରୁ କମ୍‌ ବୟସର ଅସହାୟ ଓ ବିପଦସଙ୍କୁଳ ଅବସ୍ଥାରେ ଥିବା କୌଣସି ଶିଶୁ, ମାତାପିତାବିହୀନ ଶିଶୁ କିମ୍ବା କରୋନା ସଂକ୍ରମିତ ହୋଇ ସଙ୍ଗରୋଧରେ ଥିବା ମାତାପିତାଙ୍କ ଶିଶୁ କାହାର ନଜରକୁ ଆସିଲେ ତୁରନ୍ତ ଉପରୋକ୍ତ ହେଲ୍ପଲାଇନ୍‌ରେ କିମ୍ବା ନିକଟସ୍ଥ ଜିଲା ଶିଶୁ ସୁରକ୍ଷା ଅଧିକାରୀ କିମ୍ବା ଜିଲା ଶିଶୁ ମଙ୍ଗଳ କମିଟିକୁ ଯୋଗାଯୋଗ କରିବାକୁ କୁହାଯାଇଛି। ଏଥିପାଇଁ ପ୍ରତି ଜିଲାରେ ସରପଞ୍ଚମାନଙ୍କୁ ନେଇ ହ୍ବାଟସ୍‌ଆପ୍‌ ଗ୍ରୁପ୍‌ ଗଠନ ହୋଇଛି। ଏହି ଶିଶୁମାନଙ୍କ ତଥ୍ୟ ସଂଗ୍ରହ କରାଯାଇ ସେମାନଙ୍କୁ ସମସ୍ତ ସହାୟତା ଯୋଗାଇଦେବା ପାଇଁ ନାଗରିକ ସଙ୍ଗଠନ ଓ ସାମାଜିକ ଅନୁଷ୍ଠାନର ସହଯୋଗ ନିଆଯାଉଛି। ଅସୁବିଧାରେ ଥିବା ପ୍ରତ୍ୟେକ ଶିଶୁଙ୍କୁ ତୁରନ୍ତ ଉଦ୍ଧାର କରି ସେମାନଙ୍କୁ ସାମୟିକ ଭାବେ ସୁରକ୍ଷିତ କରି ରଖିବା ପାଇଁ ୩୦ଟି ଜିଲାରେ ୩୦ଟି ଅସ୍ଥାୟୀ ବାସସ୍ଥଳୀର ବ୍ୟବସ୍ଥା କରାଯାଇଛି। ଶିଶୁଙ୍କ ଯତ୍ନ ଏବଂ ସୁରକ୍ଷା ପାଇଁ ପ୍ରତି ଜିଲାରେ ନୋଡାଲ ଅଫିସରମାନଙ୍କୁ ନିଯୁକ୍ତ କରାଯାଇଛି। ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା କୋଭିଡ୍‌ ପ୍ରଭାବିତ ୪ ଅସହାୟ ଶିଶୁଙ୍କୁ ଉଦ୍ଧାର କରାଯାଇ ଆର୍ଥିକ ସହାୟତା ପ୍ରଦାନ ସହ ସାମୟିକ ଭାବେ ରଖାଯାଇଛି। ଶିଶୁ କଲ୍ୟାଣ ବିଭାଗୀୟ ଯୁଗ୍ମ ସଚିବଙ୍କୁ ରାଜ୍ୟ ନୋଡାଲ ଅଧିକାରୀ ଭାବେ ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ରାଜ୍ୟରେ ଥିବା ୨୩୮ ଶିଶୁ ଯତ୍ନ ଅନୁଷ୍ଠାନରେ ୮,୫୦୦ ଶିଶୁ ରହୁଛନ୍ତି ଏବଂ ସେମାନଙ୍କ ଯତ୍ନ ନେବା ପାଇଁ ୨,୦୦୦ କର୍ମଚାରୀ କାର୍ଯ୍ୟ କରୁଛନ୍ତି। ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇ ଏହି ଶିଶୁ ଯତ୍ନ ଅନୁଷ୍ଠାନଗୁଡ଼ିକରେ କୋଭିଡ୍‌ ସମ୍ପର୍କିତ ସମସ୍ତ ସତର୍କତା ଓ ନିୟମାବଳୀ ପାଳନ ନିମନ୍ତେ ପଦକ୍ଷେପ ନିଆଯାଇଛି। ବିଭାଗ ପକ୍ଷରୁ ଗୁରୁବାର ଆୟୋଜିତ ଭର୍ଚ୍ଚୁଆଲ ବୈଠକରେ ଏହି ସୂଚନା ମିଳିଛି। ବିଭାଗୀୟ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ଶିଶୁଙ୍କ ସୁରକ୍ଷା ଓ ଥଇଥାନ ପାଇଁ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଜିଲା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସମନ୍ବିତ ଶିଶୁ ବିକାଶ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ ସମସ୍ତ ଜିଲାପାଳଙ୍କୁ ପତ୍ର ଲେଖି ସମ୍ପୂର୍ଣ୍ଣ ମାର୍ଗଦର୍ଶିକା ପ୍ରେରଣ କରିବା ସହ ଶିଶୁ ସୁରକ୍ଷାକୁ ସୁନିଶ୍ଚିତ କରିବା ନିମନ୍ତେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri