Posted inଖେଳ

ଏହି ଭାରତୀୟ ବୋଲରଙ୍କ ପାଇଁ ଶୋଇପାରୁ ନ ଥିଲେ ସାଙ୍ଗାକାରା

ନୂଆଦିଲ୍ଲୀ,୨୧।୫: ଶ୍ରୀଲଙ୍କାର କିମ୍ବଦନ୍ତୀ ଉଇକେଟକିପର ବ୍ୟାଟ୍ସମ୍ୟାନ କୁମାର ସାଙ୍ଗାକାରା ନିଜ ସମୟରେ ଭାରତୀୟ ସ୍ପିନର ଅନିଲ କୁମ୍ବଲେଙ୍କୁ ନେଇ ଚିନ୍ତିତ ଥିଲେ। ଏପରି କି ରାତିରେ ନିଦ ହେଉ ନ ଥିଲା। କୁମ୍ବଲେଙ୍କୁ ହଲ ଅଫ୍‌ ଫେମରେ ସାମିଲ କରାଯିବା ଅବସରରେ ଆଇସିସି ପକ୍ଷରୁ ଜାରି କରାଯାଇଥିବା ଭିଡିଓରେ ଏହା ସ୍ବୀକାର କରିଛନ୍ତି ଶ୍ରୀଲଙ୍କାର ଏହି ମହାନ ବ୍ୟାଟ୍ସମ୍ୟାନ।

” କୁମ୍ବଲେଙ୍କ ପାଇଁ ମୋତେ ରାତିରେ ନିଦ ହେଉ ନ ଥିଲା। ସେ ଜଣେ ଅର୍ଥଡକ୍ସ ଲେଗ୍‌ ସ୍ପିନରଙ୍କ ଭଳି ନ ଥିଲେ। ସେ ହାଇଆର୍ମ ଶୈଳୀରେ ବୋଲିଂ କରୁଥିଲେ, ଯାହା ତାଙ୍କୁ ବାଉନ୍ସ ପ୍ରଦାନ କରୁଥିଲା। ଆଉ ସେ ଦ୍ରୁତ ଗତିରେ ଠିକ୍‌ ସ୍ଥାନରେ ବୋଲିଂ କରନ୍ତି। ଏହା ବ୍ୟାଟ୍ସମ୍ୟାନଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଥିଲା। ସେ ଭାରତ ଓ ବିଶ୍ୱ କ୍ରିକେଟ ପାଇଁ ଜଣେ ଚାମ୍ପିୟନ ଥିଲେ “ ବୋଲି ସାଙ୍ଗାକାରା କହିଛନ୍ତି।

ଉଲ୍ଲେଖଥାଉ କି, ଟେଷ୍ଟ କ୍ରିକେଟ ଇତିହାସରେ ସର୍ବାଧିକ ଉଇକେଟ ନେଇଥିବା ବୋଲରଙ୍କ ତାଲିକାରେ କୁମ୍ବଲେ(୬୧୯ ଉଇକେଟ) ୩ୟ ସ୍ଥାନରେ ଅଛନ୍ତି। ଅନ୍ତର୍ଜାତୀୟ କ୍ରିକେଟର ଦ୍ୱିତୀୟ ବୋଲର ଭାବେ ଗୋଟିଏ ଇନିଂସରେ ୧୦ ଉଇକେଟ ହାତେଇଥିଲେ। ୧୯୯୯ରେ ପାକିସ୍ତାନ ବିପକ୍ଷରେ ଦିଲ୍ଲୀର କୋଟଲା ଗ୍ରାଉଣ୍ଡରେ ଅନୁଷ୍ଠିତ ଟେଷ୍ଟରେ ଏହି ସଫଳତା ହାତେଇଥିଲେ କୁମ୍ବଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri