ଆନ୍ଧ୍ର ପଞ୍ଚାୟତ ନିର୍ବାଚନ ଅସିଦ୍ଧ

ପଟ୍ଟାଙ୍ଗୀ,୨୨ା୫(ଡି.ଏନ.ଏ.): ପଡ଼ୋଶୀ ଆନ୍ଧ୍ରପ୍ରଦେଶକୁ ପୁଣି ଲାଗିଛି ଝଟକା। ଆନ୍ଧ୍ର ସରକାର ବିଗତ ଦିନରେ କରିଥିବା ପଞ୍ଚାୟତ ଓ ଜିଲା ପରିଷଦ ନିର୍ବାଚନକୁ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଅସିଦ୍ଧ ଘୋଷଣା କରିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ପଞ୍ଚାୟତ ଓ ଜିଲା ପରିଷଦ ନିର୍ବାଚନ ପାଇଁ ରହିଥିବା ନିୟମକୁ ଆନ୍ଧ୍ର ସରକାର ଉଲ୍ଲଂଘନ କରି ଏହାକୁ ପାଳନ କରି ନ ଥିବା କହିଛନ୍ତି କୋର୍ଟ। ବିଜ୍ଞପ୍ତି ଜାରି ହେବାର ୪ ସପ୍ତାହ ପରେ ନିର୍ବାଚନ କରିବା ନିୟମ ଥିଲେ ମଧ୍ୟ ଏହାକୁ ଅବଜ୍ଞା କରି ଗୋଟିଏ ସପ୍ତାହ ପରେ ନିର୍ବାଚନ କରି ଆନ୍ଧ୍ର ସରକାର ନିର୍ବାଚନ ନୀତିନିୟମକୁ ଉଲ୍ଲଂଘନ କରିଥିବା ଆରୋପ ଲଗାଇଛନ୍ତି ହାଇକୋର୍ଟ । ଏପ୍ରିଲ ୩ରେ ଆନ୍ଧ୍ରର ଭାଜପା, ଟିଡିପି ଜନସେନା ପାର୍ଟି ମୁଖ୍ୟ ଏନେଇ ଆନ୍ଧ୍ର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏପ୍ରିଲ ୬ରେ ହାଇକୋର୍ଟ ପକ୍ଷରୁ ଏକ ତିନିଜଣିଆ ଖଣ୍ଡପୀଠ ଏହାକୁ ବିଚାରକୁ ନେଇ ନିର୍ବାଚନ ଉପରେ ସ୍ଥଗିତାଦେଶ ଜାରି କରିଥିଲେ। ଏହାକୁ ଚ୍ୟାଲେଞ୍ଜ କରି ଆନ୍ଧ୍ର ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇ ନିର୍ବାଚନ କରିବାକୁ ଅନୁମତି ଆଣି ଜିଲା ପରିଷଦ ନିର୍ବାଚନ କରିଥିଲେ। ମାତ୍ର ଏହାକୁ ବିରୋଧକରି ପୁଣି ଥରେ ବିରୋଧୀ ଭାଜପା, ଟିଡିପି ଏବଂ ଜନସେନା ପାର୍ଟି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହାକୁ ଭିତ୍ତିକରି ଆନ୍ଧ୍ର ସରକାର ନିର୍ବାଚନ ପ୍ରକ୍ରିୟା ଏବଂ ନିୟମ ପାଳନ କରିଛନ୍ତି କି ନାହିଁ ତଦନ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଜାରି ବିଜ୍ଞପ୍ତି ଅନୁଯାୟୀ ଆନ୍ଧ୍ର ନିର୍ବାଚନ ପ୍ରକ୍ରିୟା କରିଛି କି ନାହିଁ ସୁପ୍ରିମକୋର୍ଟ ଜାଣିବାକୁ ଚାହିଁଥିଲେ। ବିଜ୍ଞପ୍ତି ଜାରି ହେବାର ୪ ସପ୍ତାହ ପରେ ନିର୍ବାଚନ କରିବା ନିୟମ ଥିଲେ ମଧ୍ୟ ଆନ୍ଧ୍ର ସରକାର ତାହା ପାଳନ କରି ନ ଥିବା ଜଣାପଡିବା ପରେ ହୋଇଥିବା ପଞ୍ଚାୟତ ଏବଂ ଜିଲା ପରିଷଦ ନିର୍ବାଚନକୁ କୋର୍ଟ ଅସିଦ୍ଧ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ

ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ...

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ...

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର

ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ...

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri