ଗଞ୍ଜାମରେ ୪.୭୫ଲକ୍ଷ ଲୋକଙ୍କ ହେଲାଣି ସ୍ବାସ୍ଥ୍ୟ ସ୍କ୍ରିନିଂ

ଛତ୍ରପୁର,୨୨।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏଥିଲାଗି ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି। ଫଳରେ ୨୪ତାରିଖରୁ ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ କରାଯିବ ବୋଲି ସରକାର ଘୋଷଣା କରିଛନ୍ତି। ଅପରପକ୍ଷରେ ଏହି ଘୋଷଣା ପୂର୍ବରୁ ଗଞ୍ଜାମ ଜ଼ିଲା ପ୍ରଶାସନ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ମେ’ ୧୯ରୁ ସ୍ବାସ୍ଥ୍ୟକର୍ମୀମାନେ ଘରକୁ ଘର ବୁଲି ସ୍ବାସ୍ଥ୍ୟ ସ୍କ୍ରିନିଂ କରୁଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବର୍ତ୍ତମାନ ଗଞ୍ଜାମରେ ଦୈନିକ ସଂକ୍ରମଣ ସଂଖ୍ୟା ୩ଅଙ୍କ ବିଶିଷ୍ଟ ରହୁଛି। ଶୁକ୍ରବାର ସୁଦ୍ଧା ଗଞ୍ଜାମରେ ୪ ଲକ୍ଷ ୭୫ ହଜାର ୫୨୮ ଜଣଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଇଛି ବୋଲି ଡିଆରଡିଏ ପି.ଡି. ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ସୂଚନା ଦେଇଛନ୍ତି। ଏଥିରୁ ୭୪ଜଣଙ୍କଠାରେ କରୋନା ଲକ୍ଷଣ ଚିହ୍ନଟ ହୋଇଥିବା ବେଳେ ୫୨ଜଣଙ୍କ ଅକ୍ସିଜେନ ସ୍ତର କମିଛି। ସେମାନଙ୍କ ମଧ୍ୟରୁ ୩ଜଣଙ୍କୁ ଚିକିତ୍ସା ଲାଗି ହସ୍ପିଟାଲ ପଠାଯାଇଛି। ତେବେ ଗଞ୍ଜାମ ଜିଲାର ଏହି ଅଭିଯାନରେ ଆଶା କର୍ମୀ, ସ୍ବେଚ୍ଛା ସେବୀ, ସୁପରଭାଇଜର ଓ ଅଙ୍ଗନବାଡିକର୍ମୀମାନେ ସାମିଲ ହୋଇ ଘରକୁ ଘର ବୁଲି ସମସ୍ତ ପରିବାରର ସଦସ୍ୟଙ୍କ ଅକ୍ସିଜେନ ସ୍ତର ସହ ଥର୍ମାଲ ସ୍କ୍ରିନିଂ କରାଯାଉଛି। ଯାହାର ଲକ୍ଷଣ ଦେଖାଯାଉଛି ତାଙ୍କୁ ହସ୍ପିଟାଲକୁ ରେଫର କରାଯାଉଥିବା ଜଣାପଡ଼ିଛି। ଏହି କାର୍ଯ୍ୟରେ ଜିଲାରେ ୨୦୨୧ ଟିମ୍‌ ସାମିଲ ହୋଇଥିବା ବେଳେ ସେଥିମଧ୍ୟରୁ ଗ୍ରାମାଞ୍ଚଳରେ ୧୮୪୨, ସହରାଞ୍ଚଳରେ ୬୮ଟି ଟିମ୍‌ ଓ ବ୍ରହ୍ମପୁର ମହାନଗର ନିଗମରେ ୧୧୧ଟି ଟିମ୍‌ ରହିଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri