Posted inRasifala

ରାଶିଫଳ: ସୋମବାର, ମେ ୨୪ ତାରିଖ – Daily Horoscope

ମେଷ
 ଆଜି ଅଶ୍ୱିନୀ ନକ୍ଷତ୍ର ଗୃହ, ଭୂମି, ଗାଡ଼ିମୋଟର, ଧାର କରଜ, ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହର ସମ୍ମୁଖୀନ ହୋଇପାରନ୍ତି। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହେବ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ।
ବୃଷ
ବୃଷ
ରାଶିରେ ରାଜଯୋଗ ସଂଘଟିତ ହୋଇଥିବାରୁ ବନ୍ଧୁମାନଙ୍କ ସାହାଯ୍ୟରେ ଅସ୍ବସ୍ତିକର ପରିସ୍ଥିତିକୁ ନିୟନ୍ତ୍ରଣ କରିପାରିବେ। ଘରେ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟ ନଷ୍ଟ ହୋଇପାରେ। ଅଫିସ୍‌ର କୌଣସି ଦରକାରୀ କାଗଜ ନ ପାଇ ବ୍ୟସ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସହଯୋଗର ସୂଚନାରେ ବିସ୍ମୟ ପ୍ରକାଶ କରିବେ।
ମିଥୁନ
ମିଥୁନ
ଷଷ୍ଠାଧିପ ମଙ୍ଗଳଙ୍କ କୁପ୍ରଭାବରୁ ସ୍ବାସ୍ଥ୍ୟହାନି ଓ ଉତ୍ତେଜନାପୂର୍ଣ୍ଣ କଥାବାର୍ତ୍ତାରେ ସମସ୍ୟା ସୃଷ୍ଟି ହେବ। ପୁନର୍ବସୁ ନକ୍ଷତ୍ର ପାରିବାରିକ ଅସ୍ଥିରତାକୁ ଠିକ୍‌ ମାର୍ଗରେ ସମାଧାନ କରିପାରିବେ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ କୌଣସି ଅସୁବିଧା ନ ହେଲେ କରି ମନ ଅସ୍ଥିର ରହିପାରେ।
କର୍କଟ
କର୍କଟ
ଅଷ୍ଟମସ୍ଥ ବୃହସ୍ପତି ହେତୁ ଆଜିର ପ୍ରତ୍ୟେକ କାମ ସମ୍ପନ୍ନ କଷ୍ଟକର ହୋଇପାରେ। ପୁଷ୍ୟା ନକ୍ଷତ୍ର ଅର୍ଥଲାଭ ସାଙ୍ଗକୁ ସାମାଜିକ ସ୍ତରରେ ସମ୍ମାନିତ ହୋଇପାରନ୍ତି। ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତି ସାହାଯ୍ୟ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
ଧନସ୍ଥାନରେ ଚନ୍ଦ୍ର ଥିବାରୁ ଆଜି ସକାଳୁ ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନ ଖୁସି ରହିବ। ଆପଣଙ୍କ କାମକୁ ଈର୍ଷାପରାୟଣ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ପ୍ରତ୍ୟୁଷରୁ ତରବରିଆ ଯାତ୍ରା ପୂର୍ବରୁ ଜିନିଷପତ୍ରକୁ ଦେଖିନେବା ଭଲ। ପରିବହନ, ନିର୍ମାଣ , ବାଣିଜ୍ୟ ବ୍ୟବସାୟ ସକାଶେ ଦିନଟି ବହୁତ ଭଲ ।
କନ୍ୟା
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଆଜି ଯାହା ପାଇବା ଆଶା ରଖିଛନ୍ତି, ନିଶ୍ଚୟ ପାଇବେ। ଅଫିସ୍‌ କାମରେ ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିକର ସମୀକ୍ଷା କରିପାରନ୍ତି। ଚିତ୍ରା ନକ୍ଷତ୍ର ସକାଶେ ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ।
ତୁଳା
ତୁଳା
ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଅଫିସ ଭିତରେ ସହକର୍ମୀଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ, ଅବଶ୍ୟ ଲାଭବାନ୍‌ ହେବେ । ଚିତ୍ରା ନକ୍ଷତ୍ରର କଚେରି ମାମଲା ସକାଶେ ଚିନ୍ତା ବଢ଼ିପାରେ।
ବିଛା
ବିଛା
ଆଜି ସକାଳୁ ଯାତ୍ରା ଓ ଅନ୍ୟମାନଙ୍କଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରିବେ। ଜ୍ୟେଷ୍ଠା ନକ୍ଷତ୍ର ପାଇଁ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ନିରୁପଦ୍ରବ ରହିବ। ପଡ଼ୋଶୀଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ, ତଥାପି ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ ଆଶା କରାଯାଇପାରେ। ମୂଳା ନକ୍ଷତ୍ରର ବିଳାସ ବ୍ୟସନ ମଧ୍ୟରେ ସମୟଗୁଡ଼ିକ ଅତିବାହିତ ହେବ। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ନିଜ ସହ ତୁଳନା କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। କୁଟୀର ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ଭଲ ରହିବ।
ମକର
ମକର
ଶ୍ରବଣା ନକ୍ଷତ୍ର କର୍ମକ୍ଷେତ୍ରରେ ଅସଜଡ଼ା ପରିସ୍ଥିତିକୁ ସହକର୍ମୀଙ୍କ ଜରିଆରେ ସଜାଡ଼ି ନେବେ। ପ୍ରକଳ୍ପ କାର୍ଯ୍ୟ, ପରିବହନ, ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ। ବନ୍ଧୁଙ୍କଠାରୁ କିଛି ଗୁଜବ ଶୁଣିବା ପରେ ମନରେ ଦୁର୍ଭାବନା ଉଦ୍ରେକ ହୋଇପାରେ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ।
କୁମ୍ଭ
କୁମ୍ଭ
ଯେଉଁ କାମରେ ହାତ ଦେବା ପାଇଁ ଚିନ୍ତା କରୁଛନ୍ତି, ତାହା ଦ୍ୱନ୍ଦ୍ୱାତ୍ମକ ସ୍ଥିତିରେ ପକାଇପାରେ। ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ଅନୁକୂଳ। ଜମିଜମା, ଯାନ୍ତ୍ରିକ ଶିଳ୍ପ, ନିର୍ମାଣ କ୍ଷେତ୍ର, ସମସ୍ୟା ମୁକ୍ତ ରହିବାର ସମ୍ଭାବନା ରହିଛି। ଅର୍ଥନୈତିକ, ସାମାଜିକ, ପାରିବାରିକ, କଳାମତ୍କ ଦିଗଟି ସକାଶେ ଦିନଟି ବହୁତ ଭଲ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତାଧାରା ଭଲକୁ ଭେଲ କ୍ରମରେ ମନକୁ ଆସିବ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଲଦି ଦେଇପାରନ୍ତି। ପାରିବାରିକ କ୍ଷେତ୍ରରେ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ। ସଭାସମିତି, କଳା, ସାହିତ୍ୟ, ସାମ୍ବାଦିକତା, ନୂତନ ବନ୍ଧୁ ସମ୍ପର୍କରେ ବିଶେଷ ଉନ୍ନତି କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri