ଆସୁଛି ‘ୟାସ’: ବେଶି ପ୍ରଭାବିତ ହେବ ଜଗତସିଂହପୁର-କେନ୍ଦ୍ରାପଡ଼ା-ଭଦ୍ରକ-ବାଲେଶ୍ୱର-ମୟୂରଭଞ୍ଜ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବାତ୍ୟା ‘ୟାସ’ରେ ପରିଣତ ହେବାକୁ ଯାଉଛି। ଏହା ରବିବାର ଅବପାତରେ ପରିଣତ ହୋଇସାରିଛି। ସୋମବାର ସକାଳ ସୁଦ୍ଧା ଏହା ବାତ୍ୟା ଏବଂ ପରେ ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗ ଦେଇ ଗତିକରି ଆହୁରି ବଳ ଗୋଟାଇ ଭୟଙ୍କର ରୂପ ଧାରଣ କରିବ। ତେବେ ପୂର୍ବାନୁମାନ ଅନୁଯାୟୀ ବାତ୍ୟା ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିପାରେ। ଏଥିଯୋଗୁ ରାଜ୍ୟର ୫ ଜିଲା ଜଗତସିଂହପୁର, କେନ୍ଦ୍ରାପଡ଼ା,ଭଦ୍ରକ, ବାଲେଶ୍ୱର,ମୟୂରଭଞ୍ଜରେ ସର୍ବାଧିକ ପ୍ରଭାବ ପଡ଼ିବ। ପବନର ବେଗ ଅଧିକ ରହିବା ଯୋଗୁ ବଡ଼ ବଡ଼ ଗଛ ଉପୁଡ଼ିପାରେ। ଆଜବେଷ୍ଟସ୍‌ କଚ୍ଚା ଓ ଟିଣ ଘର ଭାଙ୍ଗିବାର ସମ୍ଭାବନା ରହିଛି। ଏଥିସହ ବିଦ୍ୟୁତ ଖୁଣ୍ଟ ଉପୁଡ଼ିବା ଯୋଗୁ କ୍ଷତି ଘଟାଇବ। ସେହିିଭଳି କଟକ, ଯାଜପୁରରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ଏହାଛଡ଼ା ଦକ୍ଷିଣ ଏବଂ କେନ୍ଦ୍ରୀୟ ଓଡ଼ିଶାରେ ୫୦ରୁ ୬୦ କି.ମି. ବେଗରେ ପବନ ବହିବା ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଭାବିତ ହେବାକୁ ଥିବା ଜିଲାକୁ ସତର୍କ ସୂଚନା ଜାରି କରାଯାଇଥିବା ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

ପ୍ରକାଶ ଥାଉ କି, ସାମୁଦ୍ରିକ ଝଡ଼ ୨୬ ତାରିଖ ସନ୍ଧ୍ୟାରେ ପାରାଦୀପ ଏବଂ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟା ପ୍ରତି ୧୫୫ରୁ ୧୬୫ କି.ମି. ରହିବ। ବେଳେ ବେଳେ ଏହା ୧୮୫ କିମି ପର୍ଯ୍ୟନ୍ତ ଯାଇପାରେ। ତେବେ ୨୪ ତାରିଖ ସନ୍ଧ୍ୟାରୁ ୪୦ରୁ ୫୦ କିମି ବେଗରେ ପବନ ବହିବ। ୨୫ରୁ ପବନର ବେଗ ବଢ଼ିବ। ବିଶେଷକରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri