ୟାସ୍‌’ ପ୍ରସ୍ତୁତି: ଭଦ୍ରକରେ ପ୍ରମୁଖ ଶାସନ ସଚିବଙ୍କ ସମୀକ୍ଷା

ଭଦ୍ରକ ଅଫିସ,୨୫। ୫ : ବାତ୍ୟା ‘ୟାସ୍‌’ର ସୁପରିଚାଳନା ଓ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଏ ନେଇ ଜିଲା ପର୍ଯ୍ୟବେକ୍ଷକ ରାଜ୍ୟ ଖାଦ୍ୟ, ଯୋଗାଣ, ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଭିଭି ଯାଦବ ଭଦ୍ରକରେ ପହଞ୍ଚି ସମୀକ୍ଷା କରିଛନ୍ତି । ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ବାତ୍ୟା ପୂର୍ବରୁ ଲୋକଙ୍କୁ ସ୍ଥାନାନ୍ତର, ସେମାନଙ୍କୁ କୋଭିଡ୍‌ ନିୟମ ମଧ୍ୟରେ ଥଇଥାନ, ପାନୀୟଜଳ, ବିଦ୍ୟୁତ, ଶୁଖିଲା ଖାଦ୍ୟ ଏବଂ ଆବଶ୍ୟକ ସ୍ଥଳେ ରନ୍ଧା ଖାଦ୍ୟର ବନ୍ଦୋବସ୍ତ  ଉପରେ ଗୁରୁତ୍ୱ ଦେଇଛନ୍ତି। ବାତ୍ୟା ସମୟରେ ଉଦ୍ଧାର ଏବଂ ଥଇଥାନ କାର୍ଯ୍ୟ ପାଇଁ ଜିଲାସ୍ତରୀୟ ନୋଡାଲ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି । ଏହି ଦାୟିତ୍ୱରେ ଧାମରା ପାଇଁ ଅତିରିକ୍ତ ଜିଲାପାଳ (ସାଧାରଣ) ମଧୁସୂଦନ ଦାସ, ବାସୁଦେବପୁର ପାଇଁ ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, ତିହଡ଼ିି ପାଇଁ ଉପଜିଲାପାଳ ପୀତାମ୍ବର ସାମଲ ଏବଂ ଚାନ୍ଦବାଲି ପାଇଁ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରାଜେନ୍ଦ୍ର ପଣ୍ଡା ରହିଛନ୍ତି। ବାତ୍ୟା ନିମନ୍ତେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଥିବା ବେଳେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ମଧ୍ୟ ଖୋଲା ଯାଇଛି । ଉଦ୍ଧାର କାର୍ଯ୍ୟ ନିମନ୍ତେ ଜିଲାକୁୁ ଆସିଥିବା ୮ଟି ଏନ୍‌ଡିଆର୍‌ଏଫ ଟିମ୍‌କୁ ନିର୍ଦ୍ଦିଷ୍ଟ ସ୍ଥାନ ଧାମରା, ତିହିଡ଼ି, ଚାନ୍ଦବାଲି, ବିଦେଇପୁର ପଠାଯାଇଛି ।
ସେହିଭଳି ୩ଟି ଓଡ୍ରାଫ ଟିମ୍‌କୁ ତିହଡିି ବ୍ଲକର ପୀରହାଟ, ବାସୁଦେବପୁର, ଭଦ୍ରକରେ ରଖା ଯାଇଛି । ୧୧ଟି ଅଗ୍ନିଶମ ବାହିନୀଙ୍କୁ ପୀରହାଟ, ଦୋଳସାହି, ଆରଡି, ୨ଟି ଟିମ୍‌ ଧାମରା, ତିହିଡି ଧୁଷୁରୀ, ବନ୍ତ, ବାସୁଦେବପୁର ଓ ୨ଟି ଟିମ୍‌ ଭଦ୍ରକରେ ଅଛନ୍ତି । ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଗୁରୁତ୍ୱ ଦିଆ ଯାଇଛି । ବାତ୍ୟା ପରବର୍ତ୍ତୀ ସମୟରେ ବିଦ୍ୟୁତ ସରବରାହକୁ ପୁନଃ କାର୍ଯ୍ୟକ୍ଷମ କରାଯିବାକୁ ବିଦ୍ୟୁତ ବିଭାଗ ପକ୍ଷରୁ ନିଆଯାଇଥିବା ପ୍ରସ୍ତୁତି ସମ୍ପର୍କରେ ନେସ୍କୋ ନିର୍ବାହୀ ଅଧିକାରୀ ସୂଚନା ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏସ୍‌ପି ଚରଣସିଂ ମୀନା, ଅତିରିକ୍ତ ଜିଲାପାଳ ଅରୁଣ ମହାପାତ୍ର ଓ ଅନ୍ୟାନ୍ୟ ଜିଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri