Odisha Elections 2024
Posted inଖେଳ

ସୁଶୀଲ କୁମାର ଚାକିରିରୁ ନିଲମ୍ବିତ

ନୂଆଦିଲ୍ଲୀ, ୨୬।୫-ରେସ୍‌ଲର ସାଗର ଧନକରଙ୍କ ମୃତ୍ୟୁ ମାମଲାରେ ଗିରଫ ହୋଇଥିବା ଅଲିମ୍ପିକ୍ସ ପଦକ ବିଜେତା ସୁଶୀଲ କୁମାରଙ୍କୁ ନର୍ଦ୍ଦର୍ନ ରେଲଓ୍ବେ ମଙ୍ଗଳବାର ଚାକିରିରୁ ନିଲମ୍ବିତ କରିଛି। ମେ’ ୨୩ଠାରୁ ଏହା ଲାଗୁ ହେବ ଏବଂ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି ନିଲମ୍ବନ ବଳବତ୍ତର ରହିବ ବୋଲି ଜଣେ ଅଫିସିଆଲ ପ୍ରକାଶ କରିଛନ୍ତି। ରେସ୍‌ଲର ସୁଶୀଲ ନର୍ଦ୍ଦର୍ନ ରେଲଓ୍ବେରେ ଜଣେ ସିନିୟର କମର୍ସିଆଲ ମ୍ୟାନେଜର ଭାବେ କାର୍ଯ୍ୟରତ ଥିଲେ। ୨୦୧୫ରେ ତାଙ୍କୁ ଡେପୁଟେଶନରେ ନ୍ୟୁ ଦିଲ୍ଲୀ ମ୍ୟୁନିସିପାଲ କାଉନ୍‌ସିଲ (ଏନ୍‌ଡିଏମ୍‌ସି)କୁ ପଠାଯାଇଥିଲା। ସେଠାରେ ସ୍କୁଲ ସ୍ତରରେ କ୍ରୀଡ଼ା ଉନ୍ନୟନର ଅଂଶବିଶେଷଭାବେ ଦିଲ୍ଲୀ ସରକାରଙ୍କ ପକ୍ଷରୁ ତାଙ୍କୁ ଛତ୍ରସାଲ ଷ୍ଟାଡିୟମରେ ଓଏସ୍‌ଡି (ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି) ଭାବେ ନିଯୁକ୍ତି ଦିଆଯାଇଥିଲା। ସାଗରଙ୍କ ମୃତ୍ୟୁ ମାମଲାରେ ସମ୍ପୃକ୍ତି ଅଭିଯୋଗ ଆସିବା ପରେ ସୁଶୀଲ ପାଖାପାଖି ୨ ସପ୍ତାହ ଫେରାର ରହିବା ପରେ ମୁଣ୍ଡକାରୁ ଗିରଫ ହୋଇଥିଲେ। ଗତ ସୋମବାର ଉଭୟ ଏନ୍‌ଡିଏମ୍‌ସି ଓ ରେଲଓ୍ବେ ବୋର୍ଡ ପକ୍ଷରୁ ତାଙ୍କ ଗିରଫ ସମ୍ପର୍କରେ ନର୍ଦ୍ଦର୍ନ ରେଲଓ୍ବେକୁ ଲିଖିତଭାବେ ଅବଗତ କରାଯାଇଥିଲା। ସାଗରଙ୍କ ମୃତ୍ୟୁ ମାମଲାର ତଦନ୍ତ ଚାଲୁ ରହିଥିବାବେଳେ ବର୍ତ୍ତମାନ ଜେଲ୍‌ରେ ଥିବା ଗ୍ୟାଙ୍ଗଷ୍ଟର ନୀରଜ ବାଓ୍ବାନାଙ୍କ କ୍ରାଇମ୍‌ ନେଟ୍‌ଓ୍ବର୍କ ସହ ସୁଶୀଲଙ୍କ ସମ୍ପର୍କ ରହିଛି କି ନାହିଁ ତାହା ପୋଲିସ ଛାନ୍‌ଭିନ୍‌ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ଲେ ଅଫ୍‌ରେ ଆରସିବି

ବେଙ୍ଗାଲୁରୁ,୧୮ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚକୁ ୨୭ ରନ୍‌ରେ ଜିତି ନାଟକୀୟ ଢଙ୍ଗରେ ପ୍ଲେ ଅଫ୍‌ରେ ପ୍ରବେଶ କରିଛି ରୟାଲ...

ପ୍ରଶଂସକଙ୍କୁ ଗୋଟିଏ ଖୁସି କେବେବି ଦେଇ ପାରିବେନି କୋହଲି, ଆଇପିଏଲରେ ଗୋଟିଏ କାମ କରିବାକୁ ଡରୁଛନ୍ତି…

ନୂଆଦିଲ୍ଲୀ,୧୮।୫: ବିରାଟ କୋହଲି ବର୍ତ୍ତମାନ ସମୟର ଜଣେ ମହାନ ବ୍ୟାଟ୍ସମ୍ୟାନ। ଏହି ସମୟରେ ସେ ମଧ୍ୟ ବହୁତ ଭଲ ଫର୍ମରେ ଅଛନ୍ତି। ତାଙ୍କ ବ୍ୟାଟ ଆଇପିଏଲ...

ମନ କଥା ଖୋଲିକି କହିଦେଲେ କୋହଲି: କରିବାକୁ ଚାହୁଁନ୍ତି ଏହି କାମ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ୨୦୨୪ର ୬୮ତମ ମ୍ୟାଚ ଆରସିବି ଏବଂ ସିଏସ୍‌କେ ମଧ୍ୟରେ ଆଜି ଖେଳାଯିବ। ଏହି ମ୍ୟାଚ ଉଭୟ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ। ଚେନ୍ନାଇ ସୁପର...

କ୍ୟାମେରାମ୍ୟାନ୍‌ଙ୍କୁ ହାତଯୋଡି ଏମିତି ଗୁହାରି କଲେ ରୋହିତ ଶର୍ମା

ମୁମ୍ବାଇ,୧୮।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ଖେଳ ଅପେକ୍ଷା ଦଳ ପରିଚାଳନା ପାଇଁ ଅଧିକ ଚର୍ଚ୍ଚାରେ ରହିଥିଲା। ବିଶେଷ ଭାବେ ଦଳର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ...

୩ ବଲ୍‌ରେ ୩ ଉଇକେଟ୍‌ ଗଲା, କିନ୍ତୁ ଘୋଷଣା ହେଲାନି ହ୍ୟାଟ୍ରିକ୍‌: ଜାଣନ୍ତୁ କାହିଁକି

ମୁମ୍ବାଇ,୧୮।୫: ମୁମ୍ବାଇର ୱାଙ୍ଖେଡେଠାରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଆଇପିଏଲର ୬୭ ତମ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚର କୌଣସି ବିଶେଷ...

ଏଥର ଟି-୨୦ ବିଶ୍ୱକପ୍‌ କିଏ ହେବ ଚାମ୍ପିୟନ୍‌: ଜୟ ଶାହା କଲେ ଖୁଲାସା

ନୂଆଦିଲ୍ଲୀ,୧୮।୫: ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଟି-୨୦ ବିଶ୍ୱକପ ପାଇଁ ପ୍ରସ୍ତୁତ। ଏହି ଟୁର୍ନାମେଣ୍ଟ ଜୁନ ୨ରୁ ଆରମ୍ଭ ହେଉଛି। ଏଥି ସହିତ ରୋହିତ ଶର୍ମାଙ୍କ ନେତୃତ୍ୱରେ...

ଉଇକେଟ୍‌ ନ ମିଳିବାକୁ ରାଗିଗଲେ ଅର୍ଜୁନ ତେନ୍ଦୁଲକର: କଲେ ଏମିତି କାମ…

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ୍ସ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷ ମ୍ୟାଚରେ ଖେଳିବାର ସୁଯୋଗ ଦେଇଥିଲା। ଫଳରେ ଅର୍ଜୁନ ଆଇପିଏଲ ୨୦୨୪ରେ...

ପାଣ୍ଡ୍ୟାଙ୍କୁ ବଡ଼ ଝଟକା: ଲାଗିଲା ପ୍ରତିବନ୍ଧକ

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବଡ଼ ଝଟକା ଲାଗିଛି। ଗୋଟିଏ ମ୍ୟାଚ ପାଇଁ ପାଣ୍ଡ୍ୟାଙ୍କୁ ବାସନ୍ଦ କରାଯାଇଛି। ସେ ଆଗାମୀ ସିଜନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri