ଆଜି ୟାସ୍‌ ତାଣ୍ଡବ

ଭୁବନେଶ୍ୱର,୨୬/୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ(ଡିପ୍ରେସନ) ମଙ୍ଗଳବାର ଅତି ଭୟଙ୍କର ବାତ୍ୟା (ୟାସ୍‌)ରେ ପରିଣତ ହୋଇଛି। ବୁଧବାର ଏହା ୧୫୫ରୁ ୧୬୫ କିଲୋମିଟର ବେଗରେ ସ୍ଥଳଭାଗକୁ ମାଡ଼ କରିବା ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ଅନୁମାନ କରାଯାଇଛି। ଆକଳନ ଯଦି ସତହୁଏ, ତେବେ ବାତ୍ୟା ଯେଉଁ ବାଟ ଦେଇ ଯିବ ସେ ସବୁ ଅଞ୍ଚଳ ଛାରଖାର ହୋଇଯିବ। ବହୁମାତ୍ରାରେ ଧନଜୀବନ କ୍ଷତିଗ୍ରସ୍ତ ହେବା ଆଶଙ୍କାକୁ ଏଡ଼ାଯାଇ ନ ପାରେ। ଆଧୁନିକ ଜ୍ଞାନକୌଶଳ ସହାୟତାରେ ବାତ୍ୟା ଭଳି ପ୍ରାକୃତିକ ବିପତ୍ତିକୁ ପୂର୍ବରୁ ଅନୁମାନ କରାଯାଇପାରୁଛି। ଅତିକମ୍‌ରେ ୮ରୁ ୧୦ ଦିନ ପୂର୍ବରୁ ବାତ୍ୟାର ବେଗ ଓ ଲ୍ୟାଣ୍ଡଫଲ୍‌ ସମ୍ପର୍କରେ ସୂଚନା ଦେଇହେଉଛି।
ତେବେ ବାତ୍ୟା ‘ୟାସ୍‌’ର
ଲ୍ୟାଣ୍ଡଫଲ୍‌ କ୍ଷେତ୍ରରେ ଭିନ୍ନ ଭିନ୍ନ ତଥ୍ୟ ଯୋଗୁ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଉପକୂଳ ଅତିକ୍ରମ କରିବାର ୧୨ଘଣ୍ଟା ପୂର୍ବରୁ ମଧ୍ୟ ବାତ୍ୟା କେଉଁ ନିର୍ଦ୍ଦିଷ୍ଟ ଅଞ୍ଚଳ ଦେଇ ସ୍ଥଳଭାଗ ଅତିକ୍ରମ କରିବ ସେନେଇ ପୃଥକ୍‌ ସୂଚନା ଦିଆଯାଇଛି। ଆଇଏମ୍‌ଡି ଗତ କିଛିଦିନ ହେବ ବାତ୍ୟା ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଯିବ ବୋଲି ଆକଳନ କରି ଆସୁଥିଲା। ମଙ୍ଗଳବାର ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନ୍‌ରେ କୁହାଯାଇଛି ଯେ, ଉତ୍ତର ଧାମରା ଓ ଦକ୍ଷିଣ ବାଲେଶ୍ୱର ଦେଇ ସ୍ଥଳଭାଗ ଅତିକ୍ରମ କରିବ। ବାତ୍ୟା ଆକଳନ ସ୍ପଷ୍ଟ ହେଉ ନ ଥିବାରୁ ରାଜ୍ୟ ପ୍ରଶାସନ ପୂର୍ବ ପ୍ରସ୍ତୁତି ନେଇ ମଧ୍ୟ ଅଡୁଆରେ ପଡୁଛନ୍ତି। ଉପକୂଳବର୍ତ୍ତୀ ୭ରୁ ୮ଟି ଜିଲାରେ ପ୍ରସ୍ତୁତି କରିବାକୁ ପଡୁଛି। ସେଥିପାଇଁ ବାତ୍ୟା ଯେଉଁ ଅଞ୍ଚଳ ଦେଇ ଯିବ ସେହି ଅଞ୍ଚଳ ବା ଜିଲାକୁ ଅଗ୍ରାଧିକାର ଭିତ୍ତିରେ ପୂର୍ବ ପ୍ରସ୍ତୁତି କରାଯାଇ ପାରୁ ନାହିଁ। ବାତ୍ୟା ଅତିକ୍ରମ କରିବା ପରେ ମଧ୍ୟ ସେହି ସବୁ ସ୍ଥାନରେ ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟ ମଧ୍ୟ ବିଳମ୍ବିତ ହେବା ଆଶଙ୍କା ରହିଛି। ଆଗୁଆ ଠିକ୍‌ ସୂଚନା ମିଳୁ ନ ଥିବାରୁ ଧନଜୀବନ କ୍ଷତିର ଆଶଙ୍କା ଅଧିକ ବୋଲି ପାଣିପାଗ ବିଶେଷଜ୍ଞ ମତ ଦେଉଛନ୍ତି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ ବାତ୍ୟା ‘ୟାସ୍‌’ ଦକ୍ଷିଣପୂର୍ବ ଦିଗରେ ପାରାଦୀପଠାରୁ ୨୦୦ କିଲୋମିଟର ଏବଂ ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୨୯୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏଥିସହ ଦୀଘାଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗର ୨୯୦ କିଲୋମିଟର ଦୂରରେ ସ୍ଥଳଭାଗ ଆଡକୁ ମୁହାଁଇଛି। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗ ଦେଇ ଘଣ୍ଟା ପ୍ରତି ୧୫ କି.ମି. ବେଗରେ ଗତି କରୁଛି। ୨୬ ତାରିଖ ମଧ୍ୟାହ୍ନରେ ଏହା ଉତ୍ତର ଓଡ଼ିଶାର ଭଦ୍ରକ ଜିଲା ଧାମରାର ଉତ୍ତର ଏବଂ ଦକ୍ଷିଣ ବାଲେଶ୍ୱର ଦେଇ ସ୍ଥଳଭାଗ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ୨୬ ତାରିଖରେ ବାତ୍ୟା ଅତି ଭୟଙ୍କର ହୋଇ ଘଣ୍ଟା ପ୍ରତି ୧୫୫ରୁ ୧୬୫ କି.ମି . ଏବଂ ସ୍ଥଳବିଶେଷରେ ଏହା ୧୮୫ କି.ମି. ବେଗରେ ଉପକୂଳରେ ପିଟି ହେବ ବୋଲି ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଉପକୂଳରେ ଏହା ୧୫୫ରୁ ୧୬୫ ଏବଂ ବେଳେ ବେଳେ ୧୮୫ କି.ମି.ର ଝଟକା ଦେବ। ପୁରୀ, କଟକ, ଖୋର୍ଦ୍ଧା, ଯାଜପୁର ଏବଂ ନୟାଗଡ଼ ଜିଲାରେ ଘଣ୍ଟା ପ୍ରତି ୮୦ରୁ ୯୦ କି.ମି., ଉତ୍ତର ଓଡ଼ିଶାର ଅନ୍ୟ ଜିଲା ଓ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଜିଲାରେ ୬୦ରୁ ୮୦ କି.ମି. ବେଗରେ ପବନ ବହିବା ନେଇ ଅନୁମାନ କରାଯାଇଛି।
ଏହାର ପ୍ରଭାବରେ ମଙ୍ଗଳବାର ରାତିରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ପୁରୀ, ଖୋର୍ଦ୍ଧା ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଜାରି ରହିଛି । ମୟୂରଭଞ୍ଜ, ଢେଙ୍କାନାଳ ଏବଂ ଗଞ୍ଜାମ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବୁଧବାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ଢେଙ୍କାନାଳ ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ। ଏପରିକି କେତେକ ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବା ନେଇ ଚେତାବନୀ ଦିଆଯାଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ବାତ୍ୟା ପ୍ରଭାବରେ ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ଖୋର୍ଦ୍ଧା ଏବଂ ସୁନ୍ଦରଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ପାରାଦୀପରେ ୮ ନମ୍ବର ବିପଦ ସଙ୍କେତ ଦିଆଯାଇଥିବା ବେଳେ ପୁରୀ ଓ ଗୋପାଳପୁରରେ ୪ ନମ୍ବର ବିପଦ ସଙ୍କେତ ଦିଆଯାଇଛି।
ବାତ୍ୟା ପ୍ରଭାବରେ ମଙ୍ଗଳବାର ଉପକୂଳବର୍ତ୍ତୀ ଜିଲା କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର, ଭଦ୍ରକ, ପୁରୀ, ଖୋଦ୍ଧର୍ର୍ା, କଟକ, ଯାଜପୁର ଜିଲାରେ ଆକାଶ ମେଘାଚ୍ଛନ୍ନ ରହିବା ସହ ତୁହାକୁ ତୁହା ପବନ ଓ ଝିପିଝିପି ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ପାରାଦୀପରେ ସର୍ବାଧିକ ୧୬୧.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଚାନ୍ଦବାଲି ୧୦୪.୯, କଟକ ୧୭.୬, ଭୁବନେଶ୍ୱର ୩୭.୧, ପୁରୀ ୪୮.୫, ଅନୁଗୋଳ ୪, ବାରିପଦା ୨୦.୨, କେନ୍ଦୁଝରରେ ୨୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣି ରଖନ୍ତୁ କିପରି କିଡ୍‌ନୀକୁ ରଖିବେ ସୁସ୍ଥ

ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି।...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri