ଶ୍ରୀମନ୍ଦିରରେ ନୃସିଂହ ଜନ୍ମନୀତି

ପୁରୀ ଅଫିସ,୨୬ା୫:ବୈଶାଖ ମାସ ଶୁକ୍ଳ ଚତୁର୍ଦ୍ଦଶୀ ତଥା ନୃସିଂହ ଚତୁର୍ଦ୍ଦଶୀ ଅବସରରେ ମଙ୍ଗଳବାର ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି ସମ୍ପନ୍ନ ହୋଇଛି। ସ୍କନ୍ଦ ପୁରାଣ ଅନୁଯାୟୀ ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଅବତାରୀ। ତାଙ୍କଠାରୁ ସବୁ ଅବତାର ସୃଷ୍ଟି ହୋଇ ଯୁଗେ ଯୁଗେ ବିବିଧ ଲୀଳାମାନ ବିସ୍ତାର କରି ପୁନଶ୍ଚ ତାଙ୍କରି ଶ୍ରୀଅଙ୍ଗରେ ବିଲୀନ ହୋଇଥାନ୍ତି। ଏହି ପୌରାଣିକ ତଥ୍ୟ ଅନୁଯାୟୀ ଶ୍ରୀମନ୍ଦିରରେ ଅନେକ ଜନ୍ମ ନୀତି ଅନୁଷ୍ଠିତ ହୋଇଥାଏ। ଏହି କ୍ରମ ଅନୁଯାୟୀ, ମଙ୍ଗଳବାର ଶ୍ରୀମନ୍ଦିରରେ ଶ୍ରୀନୃସିଂହଙ୍କ ଜନ୍ମ ପାଳିତ ହୋଇଯାଇଛି। ଶ୍ରୀଜୀଉଙ୍କ ସର୍ବାଙ୍ଗ ନୀତି ସମ୍ପନ୍ନ ହୋଇ ଯାତ ଭୋଗ ପରେ ଶ୍ରୀଜୀଉଙ୍କ ଚଳନ୍ତି ପ୍ରତିମା ଆଜ୍ଞାମାଳ ପାଇ ଚନ୍ଦନଯାତ୍ରା ନିମନ୍ତେ ଚନ୍ଦନ ଚକଡ଼ାକୁ ବିଜେ କରିଥିଲେ। ନରେନ୍ଦ୍ର ପୁଷ୍କରିଣୀରେ ଚନ୍ଦନ ନୀତି ଶେଷ ପରେ ଠାକୁର ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିଥିଲେ। ପାଳିଆ ପୂଜାପଣ୍ଡା ଶ୍ରୀଜୀଉଙ୍କ ଆଜ୍ଞାମାଳ ନେଇ ଘଣ୍ଟ, ଛତା, କାହାଳୀ ସହ ସିଂହଦ୍ୱାର ଦେଇ ଚକ୍ରତୀର୍ଥ ରୋଡସ୍ଥିତ ନୃସିଂହ ମନ୍ଦିରକୁ ଯାଇଥିଲେ। ସେଠାରେ ପ୍ରଭୁ ନୃସିଂହ ଦେବଙ୍କୁ ଆଜ୍ଞାମାଳ ଲାଗି କରାଯିବା ପରେ ପଞ୍ଚ ଉପଚାପରେ ଭୋଗ କରାଯାଇଥିଲା। ସେବାୟତମାନେ ନୀତି ସାରି ଶ୍ରୀମନ୍ଦିରକୁ ଫେରିବା ପରେ ମହାପ୍ରଭୁଙ୍କ ମଇଲମ ହୋଇ ଆଳତି ବଢିଥିଲା। ତିନିବାଡ଼ରେ ଠାକୁରଙ୍କୁ ପଞ୍ଚାମୃତ ମହାସ୍ନାନ କରାଯାଇଥିଲା। ସର୍ବାଙ୍ଗ ବଢ଼ିବା ପରେ ଠାକୁର ନୂଆ ଲୁଗା ଓ ୬ ମୂର୍ତ୍ତି ଅଳଙ୍କାର ଲାଗିହୋଇଥିଲେ। ସନ୍ଧ୍ୟା ଧୂପ ନୀତି ବଢିବା ପରେ ମହାଜନ ସେବକ ଦକ୍ଷିଣୀଘରୁ ନୃସିଂହ ଠାକୁରଙ୍କୁ ରତ୍ନସିଂହାସନରେ ବିଜେ କରାଇଥିଲେ। ଆଜ୍ଞାମାଳ ପାଇ ମୁକ୍ତିମଣ୍ଡପକୁ ନୃସିଂହଙ୍କୁ ଖଟୁଲିରେ ବିଜେ କରାଇ ଥିଲେ। ଅପରପକ୍ଷରେ ମୁକ୍ତିମଣ୍ଡପ ନିକଟ ନୃସିଂହ ମନ୍ଦିରରେ ପତିମହାପାତ୍ର ଓ ମୁକ୍ତିମଣ୍ଡପ ଉପରେ ବିଜେ ନୃସିଂହଙ୍କ ପାଖରେ ପୂଜାପଣ୍ଡା ମହାସ୍ନାନ ପୂଜା କରିଥିଲେ। ଉଭୟଙ୍କ ପାଖରେ ଶୀତଳ ଭୋଗ ମଣୋହି ପରେ ବନ୍ଦାପନା ନୀତି ସମ୍ପନ୍ନ ହୋଇଥିଲା। ନୃସିଂହଙ୍କୁ ମହାଜନ ସେବକ ଝୁଲଣମଣ୍ଡପ ତଳେ ଥିବା ବିମାନରେ ବିଜେ କରାଇଥିଲେ। ବିମାନବଡ଼ୁମାନେ ନୃସିଂହଙ୍କୁ ଶ୍ରୀଜଗନ୍ନାଥ ବଲ୍ଲଭକୁ ବିଜେ କରାଇଥିଲେ। ସେଠାରେ ବିଭିନ୍ନ ନୀତି ସହ ଭୋଗ ବନ୍ଦାପନା ସରିବା ପରେ ଠାକୁର ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିଥିଲେ। ମହାପ୍ରଭୁଙ୍କ ଆଲଟ ଲାଗିହୋଇ ଅନ୍ୟ ନୀତି ପରେ ରାତ୍ର ପହୁଡ଼ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri