କରୋନାରେ ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକଙ୍କ ପରଲୋକ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଆଲବମ୍‌ ଓ ଓଡ଼ିଆ ଜଗତର ବେଶ୍‌ ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୫ବର୍ଷ ହୋଇଥିଲା। କଟକ ଏସ୍‌ସିବିି ସ୍ଥିତ କୋଭିଡ ହସ୍ପିଟାଲରେ ଗୁରୁବାର ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ଶାନ୍ତିରାଜ କରୋନାରେ ଆକ୍ରାନ୍ତ ହୋଇଥିଲେ। ହୋମ୍‌ ଆଇସୋଲେଶନ୍‌ରେ ଥିବା ବେଳେ ଗୁରୁବାର ସକାଳେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ଏସ୍‌ସିବି କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ପରିବାର ଲୋକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ତାଙ୍କ ବିୟୋଗରେ ଓଡ଼ିଆ ଇଣ୍ଡଷ୍ଟ୍ରିରେ ଶୋକରଛାୟା ଖେଳିଯାଇଛି। ତାଙ୍କ ମୃତ୍ୟୁ ସିନେମା ଜଗତ ଓ ଆଲବମ୍‌ ପାଇଁ ଏକ ଅପୂରଣୀୟ କ୍ଷତି। ସୁଚନା ମୁତାବକ ଶାନ୍ତିରାଜ ନିଜ ଫିଲ୍ମ କ୍ୟାରିୟରରେ ଅନେକ ସୁପରହିଟ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। ତନ୍ମଧ୍ୟରୁ ଧନରେ ରଖିବୁ ଶପଥ ମୋର, ବାଇଶି ପାହାଚେ ଖେଳିବ ମୀନ, ତୋର ମୋର ଯୋଡି ସୁନ୍ଦର, ଫେରିଆ ଭଳି ଆଦି ୨୦ରୁ ଊର୍ଦ୍ଧ୍ୱ ସିନେମା ଏବଂ ୨ ହଜାରରୁ ଉର୍ଦ୍ଧ୍ୱ ଆଲବମ ଗୀତରେ ସେ ସଂଗୀତ ନିର୍ଦ୍ଦେଶନା ଦେଇଥିଲେ। ଫେରିଆ ପାଇଁ ଶାନ୍ତିରାଜଙ୍କୁ ରାଜ୍ୟ ଚଳଚିତ୍ର ପୁରସ୍କାରରେ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

‘ଇତିହାସ ହୋଇଯିବ କଂଗ୍ରେସ…ଯେମିତି ଔରଙ୍ଗଜେବ’, ମୋଦିଙ୍କୁ କବର ଦେବା ବୟାନକୁ ନେଇ ଭାଜପା କହିଲା…

ନୂଆଦିଲ୍ଲୀ,୧୫।୧୨: ରାଜଧାନୀ ଦିଲ୍ଲୀରେ ରବିବାର ‘ଭୋଟ ଚୋର, ଗଦ୍ଦି ଛିଡ଼’ ରାଲିରେ କଂଗ୍ରେସ ଭାଜପା ଉପରେ ଆକ୍ରମଣକୁ ତୀବ୍ର କରିଥିଲା, ଶାସକ ଦଳ ନେହେରୁ ପରିବାରକୁ...

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri