Odisha Elections 2024

ପହଞ୍ଚିଲେ ପ୍ରଧାନମନ୍ତ୍ରୀ: ସମୀକ୍ଷା ବୈଠକ ପରେ ଆକାଶମାର୍ଗରୁ ଦେଖିବେ ବାତ୍ୟାଞ୍ଚଳ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀଙ୍କୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ସ୍ବାଗତ କରିଛନ୍ତି। ଏହାଛଡ଼ା ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଏସ୍‌ଆର୍‌ସି ପ୍ରଦୀପ ଜେନା, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଅଛନ୍ତି।

ବାତ୍ୟା କ୍ଷୟକ୍ଷତି ନେଇ ପ୍ରଧାନମନ୍ତ୍ରୀ ରାଜ୍ୟର ଅଧିକାରୀଙ୍କ ସହ ଘଣ୍ଟାଏ ଧରି ଆଲୋଚନା କରିବେ। ସେଠାରୁ ସେ ବାଲେଶ୍ୱର ଓ ଭଦ୍ରକ ଜିଲାର କ୍ଷୟକ୍ଷତି ଆକାଶମାର୍ଗରୁ ଅନୁଧ୍ୟାନ କରିବେ। ଏହାପରେ ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲା ବାତ୍ୟାଞ୍ଚଳ ଆକାଶମାର୍ଗରୁ ଦେଖିବା ସହ ଅନ୍ୟ ଏକ ସମୀକ୍ଷା ବୈଠକ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଏମ୍‌ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ବଡ଼ ଝଟକା

ଭୁବନେଶ୍ୱର,୨୦।୫: ବିଜେଡି ଏମ୍‌ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ଝଟକା। ସୋମବାର ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀର ଶତାଧିକ ମୁଣ୍ଡା ସମ୍ପ୍ରଦାୟର ଲୋକ ଭାଜପାରେ ସାମିଲ ହୋଇଛନ୍ତି। ଆଜି ବାଙ୍ଗିରିପୋଷିରେ...

ଭାଜପାରୁ ବହିଷ୍କୃତ ହେଲେ ପୂର୍ବତନ ଏମ୍‌ପି ଐର ଖାରବେଳଙ୍କ ସମେତ ୫ ନେତା

ଭୁବନେଶ୍ୱର,୨୦।୫: ପୂର୍ବତନ ଏମ୍‌ପି ଖାରବେଳ ସ୍ବାଇଁଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ଭାଜପା ସୋମବାର ଦଳରୁ ବହିଷ୍କାର କରିଛି । ଖାରବେଳଙ୍କ ସମେତ ରେମୁଣାର ବିଜୟ କୁମାର...

ସମୀର ଦାଶଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୦।୫: ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଦଳ ସୋମବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି। ଦଳ ସମୀରଙ୍କୁ ରାଜ୍ୟ...

କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼

ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ...

ପୋଲିଂ କର୍ମଚାରୀଙ୍କୁ ତାଲା ପକାଇଦେଲେ ଗ୍ରାମବାସୀ

ଭୁବନେଶ୍ୱର,୨୦।୫: ରାଜ୍ୟରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ କେତେକ ସ୍ଥାନରେ ବିଶୃଙ୍ଖଳା ଘଟିଥିବା ଦେଖିବାକୁ ମିଳିଛି। ସୁନ୍ଦରଗଡ ନିର୍ବାଚନ ମଣ୍ଡଳୀର...

ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍‌ଏସ୍‌ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ...

ପ୍ରଦୀପ ପାଣିଗ୍ରାହୀଙ୍କ ଆକ୍ରମଣ ଘଟଣା: ଶିବଶଙ୍କରଙ୍କୁ ମିଳିଲାନି ଜାମିନ

ଭୁବନେଶ୍ୱର,୨୦।୫: ବ୍ରହ୍ମପୁର ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଅଭିଯୁକ୍ତ ତଥା ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଝଟକା...

ମୋଦିଙ୍କ ଭକ୍ତ ଜଗନ୍ନାଥ: ସମ୍ବିତ ପାତ୍ରଙ୍କ ବୟାନକୁ ନିନ୍ଦା କଲେ ନବୀନ, ଟୁଇଟ୍‌ କରି କହିଲେ ଏମିତି…

ଭୁବନେଶ୍ୱର,୨୦।୫: ସମ୍ବିତ ପାତ୍ରଙ୍କ ବିବୃତ୍ତିକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ସମଗ୍ର ବିଶ୍ୱର ଠାକୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri