Posted inଜାତୀୟ

ଶୁଭେନ୍ଦୁ ଆସିବେ ବୋଲି ଜାଣି ରାଗିଗଲେ ଦିବି

କୋଲକତା,୨୮।୫: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାତ୍ୟା ‘ୟାସ୍‌’ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ବାତ୍ୟାଞ୍ଚଳ ପରିଦର୍ଶନ କରି ସମ୍ପୃକ୍ତ ରାଜ୍ୟ ସରକାରଙ୍କ ସହ ଏକ ରିଭ୍ୟୁ ମିଟିଂ କରିବେ ପ୍ରଧାନମନ୍ତ୍ରୀ। ତେବେ ପଶ୍ଚିମବଙ୍ଗରେ ହେବାକୁ ଥିବା ରିଭ୍ୟୁ ମିଟିଂରେ ଯୋଗଦେବା ପାଇଁ ଭାଜପା ନେତା ଶୁଭେନ୍ଦୁୂ ଅଧିକାରୀଙ୍କୁ ନିମନ୍ତ୍ରଣ ଦିଆଯାଇଛି। ଏହା ଜାଣିବା ପରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଗିଯାଇଛନ୍ତି। କୁହାଯାଉଛି ଏହି କାରଣରୁ ମମତା ଏହି ବୈଠକରେ ସାମିଲ ହେବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି। ସେ କେବଳ ବତ୍ୟା କ୍ଷୟକ୍ଷତି ସମ୍ପର୍କିତ ଦସ୍ତାବିଜ୍‌ ଦେବାକୁ କଲାଇକୁଣ୍ଡା ଯିବେ ବୋଲି ଜଣାପଡିଛି। ନିର୍ବାଚନ ଫଳାଫଳ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଥିଲା। ଉଭୟ କଲାଇକୁଣ୍ଡା ବାୟୁସେନା ଷ୍ଟେଶନରେ ଏକ ବୈଠକ କରି ବାତ୍ୟା ୟାସ ଯୋଗୁ ରାଜ୍ୟରେ ପ୍ରଭାବିତ ଅଞ୍ଚଳରେ ହୋଇଥିବା ସମ୍ପର୍କରେ ଆଲୋଚନା କରିଥାନ୍ତେ।
ସୂଚନାଯୋଗ୍ୟ, ଚଳିତବର୍ଷ ପଶ୍ଚିମବଙ୍ଗ ନିର୍ବାଚନରେ ଶୁଭେନ୍ଦୁ ଅଧିକାରୀଙ୍କଠାରୁ ପରାସ୍ତ ହୋଇଥିଲେ ମମତା ବାନାର୍ଜୀ। ନିର୍ବାଚନ ପୂର୍ବରୁ ଶୁଭେନ୍ଦୁ ଟିଏମ୍‌ସି ଛାଡି ଭାଜପାରେ ଯୋଗଦେଇଥିଲେ। ସେବେଠାରୁ ସେ ମମତାଙ୍କ ବିରୋଧରେ ନିଜ କ୍ରୋଧ ଜାହିର କରୁଥିବା ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri