ଗ୍ଲୋବାଲ ଟେଣ୍ଡର ପ୍ରକ୍ରିୟା ୭ ଦିନ ଘୁଞ୍ଚିଲା

ଭୁବନେଶ୍ୱର,୨୯।୫(ବ୍ୟୁରୋ): କରୋନା ଟିକା କିଣିବା ଲାଗି ଡକାଯାଇଥିବା ଗ୍ଲୋବାଲ ଟେଣ୍ଡରକୁ ରାଜ୍ୟ ସରକାର ଆଉ ଗୋଟିଏ ସପ୍ତାହ ପାଇଁ ଘୁଞ୍ଚାଇ ଦେଇଛନ୍ତି। ଶୁକ୍ରବାର ଟେଣ୍ଡର ଖୋଲିବା ପ୍ରକ୍ରିୟା ବନ୍ଦ କରାଯାଇଛି। ଫଳରେ ଆସନ୍ତା ଜୁନ୍‌ ୪କୁ ଏହା ଘୁଞ୍ଚାଇ ଦିଆଯାଇଛି। କୋଭିଡ୍‌ ମହାମାରୀରୁ ଲୋକମାନଙ୍କୁ ସୁରକ୍ଷା ଯୋଗାଇବା ପାଇଁ ରାଜ୍ୟ ସରକାର ବିଶ୍ୱ ବଜାରରୁ ଟିକା କିଣିବା ଲାଗି ଗ୍ଲୋବାଲ ଟେଣ୍ଡର ଆହ୍ବାନ କରିଥିଲେ। ଏଥିରେ ବିଦେଶର ଅନେକ ଟିକା ଉତ୍ପାଦନକାରୀ କମ୍ପାନୀ ଅଂଶଗ୍ରହଣ କରିଥିଲେ। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଟେକ୍ନିକାଲ୍‌ ବିଡ୍‌ ଖୋଲାଯିବାର ଥିଲା। ଏହା ପରେ ଫାଇନାନ୍ସିଆଲ୍‌ ବିଡ୍‌ ଖୋଲା ଯାଇଥାଆନ୍ତା। ହେଲେ ସରକାରଙ୍କ ପକ୍ଷରୁ ଏହାକୁ ଆଉ ୭ ଦିନ ପାଇଁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ଜୁନ୍‌ ୪ ତାରିଖ ପୂର୍ବାହ୍ନ ୧୦ଟା ଯାଏ ଅନ୍‌ଲାଇନ ବିଡ୍‌ ଦାଖଲ କରାଯାଇ ପାରିବ। ୧୧ଟା ୩୦ ମିନିଟ୍‌ରେ ଟେକ୍ନିକାଲ ବିଡ୍‌ ଖୋଲାଯିବ। ଅପରାହ୍ନ ୫ଟାରେ ଟେଣ୍ଡର ମୂଲ୍ୟ ନିର୍ଦ୍ଧାରଣ ବିଡ୍‌ ଖୋଲାଯିବ।
ଦେଶରେ ଉତ୍ପାଦନ ହେଉଥିବା କୋଭାକ୍ସିନ ଓ କୋଭିଶିଲ୍ଡ ଆବଶ୍ୟକ ପରିମାଣର ମିଳି ପାରୁ ନ ଥିବାରୁ ଗ୍ଲୋବାଲ୍‌ ଟେଣ୍ଡର ଜରିଆରେ ରାଜ୍ୟ ସରକାର ଟିକା କିଣି ଲୋକଙ୍କୁ ଦେବା ଲାଗି ଯୋଜନା କରିଛନ୍ତି। ରାଜ୍ୟ ସରକାର ନିଜ ଖର୍ଚ୍ଚରେ ୧୮ରୁ ୪୪ ବର୍ଷର ଲୋକଙ୍କୁ ମାଗଣାରେ ଟିକା ଦେବେ ବୋଲି ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ ମେ ୧୫ରେ ଓଡ଼ିଶା ଔଷଧ ନିଗମ(ଓଏମ୍‌ସି) ପକ୍ଷରୁ ୩.୮୦ କୋଟି କରୋନା ଟିକା କ୍ରୟ ପାଇଁ ଗ୍ଲୋବାଲ ଇ- ଟେଣ୍ଡର ଡକାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

୪ମାସ ପର୍ଯ୍ୟନ୍ତ ଦେବାକୁ ପଡିବନି ଟୋଲ ଟାକ୍ସ!

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଦୂଷଣକୁ ଦୃଷ୍ଟିରେ ରଖି, ସୁପ୍ରିମକୋର୍ଟ ଭାରତୀୟ ମହାନଗର ନିଗମ (ଏମସିଡି)କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri