ଡାକ୍ତରଖାନାରେ ମୃତଦେହ ପକାଇ ଖସିଗଲେ ଦୁର୍ବୃତ୍ତ

ବରଗଡ଼ ଅଫିସ୍‌,୨୯।୫: ବରଗଡ଼ ସଦର ଥାନା ଅଧୀନ ପଥର୍ଲା ଛକ ନିକଟରେ ଏକ ହତ୍ୟାକାଣ୍ଡ ଘଟିଛି। କିଛି ଦୁର୍ବୃତ୍ତ ଜଣେ ଟ୍ରାକ୍ଟର ଡ୍ରାଇଭରଙ୍କୁ ଠେଙ୍ଗାରେ ଅତର୍କିତ ଆକ୍ରମଣ କରିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ପରେ ଦୁର୍ବୃତ୍ତମାନେ ମୃତଦେହକୁ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାକୁ ନେଇଥିଲେ। ବାରଣ୍ଡାରେ ମୃତଦେହ ପକାଇ ସେମାନେ ଖସି ପଳାଇଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ବରଗଡ଼ ଜିଲା ଅତାବିରା ଆରଏମ୍‌ସି ପଡ଼ାର ଅଜୟ ଛତ୍ରିଆ(୩୩)। ମୃତକଙ୍କ କାକା ରାଜେନ୍ଦ୍ର ଛତ୍ର୍ରିଆ ଏ ନେଇ ସଦର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ସଦର ଥାନା ପୋଲିସ ଦଫା ୩୦୨, ୩୪ ଆଇପିସିରେ ଏକ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇଛି। ଅଜୟଙ୍କୁ କିଏ ଏବଂ କାହିଁକି ହତ୍ୟା କଲେ ସେ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି।
ପୋଲିସ ସୂଚନା ଅନୁସାରେ, ଅଜୟ ଅତାବିରାର ଜଣେ ଚାଷୀଙ୍କ ଧାନକୁ ଏକ ଟ୍ରାକ୍ଟର (ନଂ.ଓଡ଼ି୧୭ଜି/୫୩୬୩)ରେ ବୋଝେଇ କରି ପଥର୍ଲାର ଏକ ରାଇସ୍‌ ମିଲ୍‌କୁ ଆଣିଥିଲେ। ଉକ୍ତ ରାଇସ୍‌ ମିଲ୍‌ରେ ଧାନ ଅନ୍‌ଲୋଡ଼ ହୋଇ ନ ପାରିବାରୁ ସେ ସେଠାରେ ଟ୍ରାକ୍ଟର ରଖି ବବଲୁ ସାହୁ ନାମକ ତାଙ୍କର ଜଣେ ପରିଚିତ ଲୋକଙ୍କ ସହିତ ପଥର୍ଲା ଛକକୁ ଯାଇଥିଲେ। ଏହି ସମୟରେ ଏକ ନାଲି ରଙ୍ଗର କାର୍‌ରେ ୫ଜଣ ଦୁର୍ବୃତ୍ତ ପହଞ୍ଚିଥିଲେ। ପରେ ସେମାନେ ଅଜୟଙ୍କୁ ଠେଙ୍ଗାରେ ଅତର୍କିତ ଆକ୍ରମଣ କରିଥିଲେ। ଏହାଦେଖି ଭୟରେ ବବଲୁ ସେଠାରୁ ଦୌଡ଼ି ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri