Posted inଖେଳ

ଆଜିର ଦିନରେ ରାଇନା ଖେଳିଥିଲେ ଆଇପିଏଲ କ୍ୟାରିୟରର ସ୍ମରଣୀୟ ଇନିଂସ

ଚେନ୍ନାଇ, ୩୦।୫: ଠିକ୍‌ ୭ ବର୍ଷ ତଳେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବ୍ୟାଟ୍ସମ୍ୟାନ ତଥା ଚିନା ଥାଲା ଭାବେ ଜଣାଶୁଣା ସୁରେଶ ରାଇନା ଖେଳିଥିଲେ ଆଇପିଏଲ କ୍ୟାରିୟରର ସ୍ମରଣୀୟ ଇନିଂସ। ଏହାକୁ ମନେ ପକାଇ ଦେଇଛି ସିଏସ୍‌କେ ପକ୍ଷରୁ କରାଯାଇଥିବା ଟୁଇଟ୍‌।

୨୦୧୪ ଆଇପିଏଲର ଦ୍ୱିତୀୟ କ୍ୱାଲିଫାୟର୍ସରେ ସିଏସ୍‌କେ ଆଗରେ ୨୨୬ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିଥିଲା କିଙ୍ଗ୍ସ ଏକାଦଶ ପଞ୍ଜାବ (କେଏକ୍ସଆଇପି)। ବୀରେନ୍ଦ୍ର ସେହ୍ବାଗ ୫୮ ବଲରେ ଖେଳିଥିଲେ ୧୨୨ ରନ୍‌ର ବିସ୍ଫୋରକ ଇନିଂସ। ତାଙ୍କ ପାଳିରେ ସାମିଲ ଥିଲା ୧୨ ଚୌକା ଓ ୮ ଛକା।

ବିଶାଳ ଟାର୍ଗେଟର ପିଛା କରୁଥିବା ସିଏସ୍‌କେ ପ୍ରଥମ ଓଭରର ଦ୍ୱିତୀୟ ବଲରେ ହରାଇଥିଲା ଫାଫ୍‌ ଡୁ’ପ୍ଲେସିଙ୍କ ଉଇକେଟ। ୩ ନଂ କ୍ରମରେ ବ୍ୟାଟିଂ ଆସିଥିବା ରାଇନା ପ୍ରଥମ ବଲରୁ ଆରମ୍ଭ କରି ଦେଇଥିଲେ ଆକ୍ରମଣ। ପଞ୍ଜାବର କୌଣସି ବୋଲରଙ୍କୁ ଛାଡ଼ି ନ ଥିଲେ ଚିନା ଥାଲା। ପାଓ୍ବର ପ୍ଲେ ଶେଷ ହେଲା ବେଳକୁ ସିଏସ୍‌କେକୁ ୧୦୦ ରନ୍‌ରେ ପହଞ୍ଚି ସାରିଥିଲା । କିନ୍ତୁ ଦୁର୍ଭାଗ୍ୟବଶତଃ ସପ୍ତମ ଓଭରରେ ରନଆଉଟ୍‌ ହୋଇ ପ୍ୟାଭିଲିଅନକୁ ଫେରିଥିଲେ। ଆଉ ଦଳ ପରାଜୟ ସହ ଆଇପିଏଲ ଫାଇନାଲରୁ ବାଦ୍‌ ପଡ଼ିଥିଲା। ରାଇନା ମାତ୍ର ୨୫ ବଲରେ ଖେଳିଥିଲେ ୮୭ ରନ୍‌ର ଦର୍ଶନୀୟ ପାଳି। ଏଥିରେ ସାମିଲ ଥିଲା ୧୨ ଚୌକା ଓ ୬ ଛକା।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri