Posted inଭଦ୍ରକ

ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଭଦ୍ରକ ଅଫିସ, ୩୧।୫-କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଭଦ୍ରକ ଜିଲା ଗସ୍ତରେ ଆସି ବାତ୍ୟା ‘ୟାସ୍‌’ ଦ୍ୱାରା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି। ମନ୍ତ୍ରୀ ପ୍ରଧାନ ହେଲିକପ୍ଟର ଯୋଗେ ଧାମରା ବନ୍ଦରଠାରେ ଅବତରଣ କରିଥିଲେ। ଏହାପରେ ସେ ବାତ୍ୟାରେ ଅଧିକ ପ୍ରଭାବିତ ଧାମରା ଅଞ୍ଚଳର ଦୋସିଙ୍ଗା ପଞ୍ଚାୟତର ସମିପାଟିଆ, ଓରାମାଳ, ଜାଗୁଳା ପଞ୍ଚାୟତର ପାଇକସାହି ଏବଂ ଧାମରା ପଞ୍ଚାୟତର ଝାଡ଼କଟା ସମେତ ଅନ୍ୟ କିଛି ଗଁା ବୁଲି ବିପନ୍ନଙ୍କ ସହ ଆଲୋଚନା କରିଥିଲେ। ଏପରିକି ଝାଡ଼କଟାଠାରେ ରନ୍ଧାଖାଦ୍ୟ ବଣ୍ଟନ କରାଯାଇଥିଲା। ବାତ୍ୟା ଦିନର ଅନୁଭୂତି ସମ୍ପର୍କରେ ସେ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ପ୍ରଶାସନିକ ଅଧିକାରୀମାନଙ୍କ କାର୍ଯ୍ୟକଳାପ ଓ ସହଯୋଗ କିଭଳି ରହିଥିଲା ସେ ସମ୍ପର୍କରେ ଗ୍ରାମବାସୀଙ୍କୁ ପଚାରି ବୁଝିଥିଲେ। ଏସବୁ ଅଞ୍ଚଳରେ ଥିବା ବାତ୍ୟା ଆଶ୍ରୟସ୍ଥଳୀର ପରିସର ବଢ଼ାଯିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଏପରିକି ଏହି ଅଞ୍ଚଳରେ ଦୀର୍ଘମିଆଦୀ ସ୍ଥାୟୀ ବ୍ୟବସ୍ଥା କାର୍ଯ୍ୟକାରୀ କରିବା ଲାଗି ସେ ଚେଷ୍ଟା କରିବେ ବୋଲି କହିଛନ୍ତି।
ସମୁଦ୍ର ଉପକୂଳ ହୋଇଥିବାରୁ ସାମାନ୍ୟ ପ୍ରାକୃତିକ ବିପର୍ଯ୍ୟୟରେ ବିଦ୍ୟୁତ୍‌ ସମସ୍ୟା ଦେଖାଦେଉଛି। ଏଣୁ ଏଥିପ୍ରତି କେନ୍ଦ୍ର ସରକାରଙ୍କ ପକ୍ଷରୁ ଦୃଷ୍ଟି ଦିଆଯିବ ବୋଲି ସେ କହିଥିଲେ। ବିପତ୍ତି ବେଳେ ରାଜ୍ୟ ସରକାରଙ୍କ ସହ କେନ୍ଦ୍ର ସରକାର ରହିଥିବା ସେ ପ୍ରକାଶ କରିଥିଲେ। କେନ୍ଦ୍ରମନ୍ତ୍ରୀ ପ୍ରଧାନଙ୍କ ଗସ୍ତ ସମୟରେ ପୂର୍ବତନ ରାଜସ୍ବ ମନ୍ତ୍ରୀ ମନମୋହନ ସାମଲ, ଧାମନଗର ବିଧାୟକ ବିଷ୍ଣୁ ସେଠୀ, ଚାନ୍ଦବାଲି ଓ ଧାମରା ଅଞ୍ଚଳର ଭାଜପା କର୍ମୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ପୋଲିସ ସାମ୍ନାରେ ଉଗ୍ରରୂପ ନେଲା ୨ କିନ୍ନର ଗୋଷ୍ଠୀ ବିବାଦ: ୪ ଜଣଙ୍କ ପ୍ରତି ଏପରି ଅଭିଯୋଗ ଆଣି…

ଭଦ୍ରକ,୨୩ା୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଦୁଇ କିନ୍ନର ଗୋଷ୍ଠୀ ବିବାଦ ଉଗ୍ରରୂପ ନେଇଛି। ଗୋଟିଏ ଗୋଷ୍ଠୀର କିନ୍ନରଙ୍କ ଉପରେ ଆକ୍ରମଣ ଅଭିଯୋଗ ପରେ ଅନ୍ୟ କିନ୍ନର...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ, ଚାକିରିରୁ ବିଦା ହେଲେ ପିଅନ

ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ...

ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର

ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri