ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୮,୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୪,୮୯୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୮୪୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୭ ଲକ୍ଷ ୭୩ ହଜାର ୩୭୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧,୨୨୨ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୪୫୬, ବାଲେଶ୍ୱରରୁ ୫୬୬, ବରଗଡ଼ରୁ ୧୯୩, ଭଦ୍ରକରୁ ୧୪୭, ବଲାଙ୍ଗୀରରୁ ୪୯, ବୌଦ୍ଧରୁ ୧୩୭, କଟକରୁ ୬୭୩, ଦେବଗଡ଼ରୁ ୬୩, ଢେଙ୍କାନାଳରୁ ୫୦୩, ଗଜପତିରୁ ୮୦, ଗଞ୍ଜାମରୁ ୧୫୬, ଜଗତ୍‌ସିଂହପୁରରୁ ୩୮୨, ଯାଜପୁରରୁ ୫୦୭, ଝାରସୁଗୁଡ଼ାରୁ ୧୫୩, କଳାହାଣ୍ଡିରୁ ୧୭୭, କନ୍ଧମାଳରୁ ୬୫, କେନ୍ଦ୍ରାପଡ଼ାରୁ ୩୮୭, କେନ୍ଦୁଝରରୁ ୧୭୯ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୨୫୫, ମାଲକାନଗିରିରୁ ୯୬, ମୟୂରଭଞ୍ଜରୁ ୩୪୨, ନବରଙ୍ଗପୁରରୁ ୨୬୪ , ନୟାଗଡ଼ରୁ ୨୮୫, ନୂଆପଡ଼ାରୁ ୪୦, ପୁରୀରୁ ୪୬୭, ରାୟଗଡ଼ାରୁ ୯୦, ସମ୍ବଲପୁରରୁ ୧୭୭ ସୁବର୍ଣ୍ଣପୁରରୁ ୧୫୬ ଓ ସୁନ୍ଦରଗଡ଼ରୁ ୨୪୪ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୨୦ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

ଭୁବନେଶ୍ୱର,୬।୫: କାଳବୈଶାଖୀ ପବନ ଯୋଗୁ ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକଙ୍କ ହେଲିକପ୍ଟର। ଯାହା ପରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରକୁ ଝାରସୁଗୁଡ଼ା ନିଆଯାଇଛି। ସେଠାରେ ସୁରକ୍ଷିତ ଭାବେ...

ବିରଳ ଦୃଶ୍ୟ: ବଦ୍ରିଙ୍କ ହାତ ନେଇ ମୁଣ୍ଡରେ ରଖି ଆଶୀର୍ବାଦ ଲୋଡ଼ିଲେ ସୌମ୍ୟ

ହାଟଡିହୀ,୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଏବଂ ଘସିପୁରା ବିଧାନସଭା କ୍ଷେତ୍ର ପାଇଁ ହେଭିଓ୍ବେଟ୍‌ ନେତାମାନେ ନାମାଙ୍କନ ଦାଖଲ କରିଛନ୍ତି। ଘସିପୁରା ପାଇଁ ବିଜେଡି ବିଧାୟକ...

ଆଦୌ ପାଠ ପଢିନାହାନ୍ତି ୪ ପ୍ରାର୍ଥୀ, ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା! ଆଜି ପାଇଁ ୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୫: ଆଜିଠୁ ରାଜ୍ୟବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ଏ ନେଇ ପୂବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ,...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

Video: ମୋଦିଙ୍କ ଦୃଢ଼ୋକ୍ତି ପରେ ନବୀନଙ୍କ କାଉଣ୍ଟର: ‘ଦିନରେ ସ୍ବପ୍ନ ଦେଖୁଛି ଭାଜପା’

ଭୁବନେଶ୍ୱର,୬।୫: ଓଡ଼ିଶାରେ ଭାଜପା ସରକାର ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଢ଼ୋକ୍ତି ପରେ ଭିଡିଓ ଜାରି କରି କାଉଣ୍ଟର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ”ବହୁତ ଦିନ ହେଲା...

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି...

ଓଡ଼ିଶାବାସୀଙ୍କୁ ଭୁଆଁ ବୁଲାଇବାକୁ ଭାଜପାର ଇସ୍ତାହାର ପ୍ରତିଶ୍ରୁତି: ପାଣ୍ଡିଆନ

ଭୁବନେଶ୍ୱର, ୬।୫(ସୁନିତ୍‌ ମିଶ୍ର):ରାଜ୍ୟ ଭାଜପା ପ୍ରକାଶ କରିଥିବା ଇସ୍ତାହାରକୁ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଟାର୍ଗେଟ କରିଛନ୍ତି। ଭାଜପା ଇସ୍ତାହାରରେ ଧାନର ସହାୟକ ମୂଲ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri