Posted inଜାତୀୟ

ଅରୁଣ ମିଶ୍ର ହେବେ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ

ନୂଆଦିଲ୍ଲୀ,୨ା୬: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଅରୁଣ ମିଶ୍ର ଦେଶର ପରବର୍ତ୍ତୀ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଅଧ୍ୟକ୍ଷ ନିଯୁକ୍ତ ହୋଇପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ଚୟନ କମିଟି ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ ପାଇଁ ଜଷ୍ଟିସ୍‌ ମିଶ୍ରଙ୍କ ନାମ ସୁପାରିସ କରିଥିବା ଜଣାପଡ଼ିଛି। ସେହିପରି ଗୋଇନ୍ଦା ବ୍ୟୁରୋର ପୂର୍ବତନ ନିର୍ଦ୍ଦେଶକ ରାଜୀବ ଜୈନ ଓ ଜମ୍ମୁ-କଶ୍ମୀର ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ମହେଶ କୁମାର ମିତ୍ତଲଙ୍କୁ ଏନ୍‌ଏଚ୍‌ଆର୍‌ସି ସଦସ୍ୟ ରୂପେ ନିଯୁକ୍ତି ମିଳିପାରେ।
ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା, ରାଜ୍ୟ ସଭା ଉପାଧ୍ୟକ୍ଷ ହରିବଂଶ, ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଏବଂ ରାଜ୍ୟ ସଭାରେ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ନେଇ ଗଠିତ ଚୟନ କମିଟି ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ ପଦ ଲାଗି ଜଷ୍ଟିସ୍‌ ଅରୁଣ ମିଶ୍ରଙ୍କ ନାମ ସୁପାରିସ କରିଛି। ତେବେ ବଞ୍ଚତ୍ତ ସମୁଦାୟର ପ୍ରାର୍ଥୀଙ୍କ କଥା ବିଚାରକୁ ନିଆଯାଇ ନ ଥିବା ଦର୍ଶାଇ ଖାର୍ଗେ ତାଙ୍କ ନିଯୁକ୍ତି ଉପରେ ସହମତି ପ୍ରକାଶ କରିନାହାନ୍ତି। ଅରୁଣ ମିଶ୍ର ୧୯୭୮ରେ ଆଇନଜୀବୀ ଭାବେ କ୍ୟାରିୟର ଆରମ୍ଭ କରିଥିଲେ। ସେ ୧୯୯୮-୯୯ରେ ବାର୍‌ କାଉନ୍‌ସିଲ ଅଫ୍‌ ଇଣ୍ଡିଆର କନିଷ୍ଠତମ ଅଧ୍ୟକ୍ଷ ନିର୍ବାଚିତ ହୋଇଥିଲେ। ୧୯୯୯ ଅକ୍ଟୋବରରେ ଜଷ୍ଟିସ୍‌ ମିଶ୍ର ମଧ୍ୟପ୍ରଦେଶ ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ପରେ ସେ ରାଜସ୍ଥାନ ଏବଂ କଲିକତା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ ହୋଇଥିଲେ। ୨୦୧୪ ଜୁଲାଇ ୭ରେ ସୁପ୍ରିମକୋର୍ଟ ବିଚାରପତି ନିଯୁକ୍ତ ହୋଇଥିବା ଜଷ୍ଟିସ୍‌ ମିଶ୍ର ୨୦୨୦ ସେପ୍ଟେମ୍ବର ୩ରେ ଅବସର ନେଇଥିଲେ। ସେ ସୁପ୍ରିମକୋର୍ଟ ବିଚାରପତି ଥିବାବେଳେ ପ୍ରଧାନମନ୍ତ୍ରୀଙ୍କୁ ଉଚ୍ଚ ପ୍ରଶଂସା କରି ବିବାଦୀୟ ହୋଇଥିଲେ। ନରେନ୍ଦ୍ର ମୋଦି ଜଣେ ଦୂରଦୃଷ୍ଟି ସମ୍ପନ୍ନ ପ୍ରଧାନମନ୍ତ୍ରୀ ଭାବେ ଅନ୍ତର୍ଜାତୀୟ ସ୍ତରରେ ଖ୍ୟାତି ଲାଭ କରିଥିବା ଏପରି ଜଣେ ନେତା, ଯିଏକି ବୈଶ୍ୱିକ ସ୍ତରରେ ଚିନ୍ତା ଓ ସ୍ଥାନୀୟ ସ୍ତରରେ କାର୍ଯ୍ୟ କରନ୍ତି ବୋଲି ଜଷ୍ଟିସ୍‌ ମିଶ୍ର କହିଥିଲେ। ଏହାକୁ ନେଇ ସେତେବେଳେ ବିବାଦ ସୃଷ୍ଟି ହୋଇଥିଲା। ପ୍ରକାଶ ଯେ, ଏହା ପୂର୍ବରୁ ୨୭ ବର୍ଷ ମଧ୍ୟରେ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ ରୂପେ କେବଳ ପୂର୍ବତନ ସିଜେଆଇମାନଙ୍କୁ ନିଯୁକ୍ତି ଦିଆଯାଇଥିଲା। ତେଣୁ ଏହାକୁ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସାର ପୁରସ୍କାର ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri