କରୋନାର ଦ୍ୱିତୀୟ ଲହର ନେଇଛି ୫୯୪ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ,୨।୬: କରୋନା ମହାମାରୀ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ହେବ ଦେଶରେ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ପୁରା ହଲାଇଦେଇଛି। ଏହି ମହାମାରୀ ଯୋଗୁ ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ କୋଟି କୋଟି ଲୋକ ଆକ୍ରାନ୍ତ ହୋଇସାରିଛନ୍ତି। ଏହି କଠିନ ପରିସ୍ଥିତିରେ ସମ୍ମୁଖ ଯୋଦ୍ଧା ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟକର୍ମୀ ନିଜର ଜୀବନକୁ ବାଜି ଲଗାଇ ଲୋକଙ୍କ ଚିକିତ୍ସାରେ ଲାଗିପଡ଼ିଛନ୍ତି। ତେବେ କରୋନାର ଦ୍ୱିତୀୟ ଲହର ଅତ୍ୟନ୍ତ ଭୟଙ୍କର ହୋଇଥିବା ବେଳେ ଏଥିଯୋଗୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। କରୋନାର ଦ୍ୱିତୀୟ ଲହରରେ ଦେଶରେ ପ୍ରାୟ ୫୯୪ଡାକ୍ତରଙ୍କ ମୃତ୍ୟୁ ହୋଇଛି। ଏନେଇ ଇଣ୍ଡିଆନ ମେଡିକାଲ ଆସୋସିଏସନ(ଆଇଏମ୍‌ଏ)ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ବିଭିନ୍ନ ରାଜ୍ୟରୁ ମୃତ୍ୟୁ ହୋଇଥିବା ଡାକ୍ତରଙ୍କ ଏକ ତାଲିକା ପ୍ରସ୍ତୁତ କରିଛି ଆଇଏମ୍‌ଏ। ସୂଚନା ମୁତାବକ ସର୍ବାଧିକ ଡାକ୍ତରଙ୍କ ମୃତ୍ୟୁ ଦିଲ୍ଲୀରେ ହୋଇଥିବା ବେଳେ ଏହାର ସଂଖ୍ୟା ୧୦୭ ରହିଛି। ସେହିପରି ବିହାରରେ ୯୬, ଉତ୍ତରପ୍ରଦେଶ ୬୭, ରାଜସ୍ଥାନ ୪୩, ଝାଡ଼ଖଣ୍ଡ ୩୯, ଗୁଜରାଟ ୩୧, ତେଲେଙ୍ଗାନା ୩୨, ପଶ୍ଚିମବଙ୍ଗ ୨୫, ତାମିଲନାଡ଼ୁ ୨୧, ଓଡ଼ିଶା ୨୨, ମହାରାଷ୍ଟ୍ରରେ ୧୭ ଓ ମଧ୍ୟପ୍ରଦେଶ ୧୬ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ନେଇ ଆଇଏମ୍‌ଏ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri