Posted inଖେଳ

ଭଲପାଇବା ଦେଖି ଚକିତ ହେଲେ ଇଂଲଣ୍ଡ କ୍ରିକେଟର: କହିଲେ ‘ଭାରତରେ କ୍ରିକେଟ ଏବଂ ଧୋନୀଙ୍କ ପୂଜା କରାଯାଏ’

ନୂଆଦିଲ୍ଲୀ,୨।୬: ଆଇପିଏଲ୍‌ ୨୦୧୮ରେ ଚେନ୍ନାଇ ସୁପରକିଙ୍ଗ୍ସ(ସିଏସ୍‌କେ) ପାଇଁ ଖେଳିଥିଲେ ଇଂଲଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ସାମ ବିଲିଙ୍ଗସ୍‌। ଏବେ ସେ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ଭାରତରେ କ୍ରିକେଟ ଏବଂ ଧୋନୀଙ୍କ ପୂଜା କରାଯାଏ ବୋଲି ସେ କହିଛନ୍ତି।

ସିଏସ୍‌କେରେ ଥିବା ବେଳେ ବିଲିଙ୍ଗସ୍‌ ଦେଶରେ ଏବଂ ବିଶେଷକରି ଚେନ୍ନାଇରେ ଧୋନୀଙ୍କ ପ୍ରଶଂସକଙ୍କୁ ଦେଖି ଚକିତ ହୋଇଥିଲେ। କ୍ୟାପ୍‌ଟେନ୍‌ କୁଲଙ୍କ ସହ ଡ୍ରେସିଂ ରୁମ୍‌ ଶେୟାର କରିବାର ଅନୁଭବ ବିଷୟରେ ସେ ଏକ ସାକ୍ଷାତକାରରେ କହିଛନ୍ତି, ଚେନ୍ନାଇରେ ରହିବା ସମୟରେ ଧୋନୀଙ୍କ ନେତୃତ୍ୱରେ ଖେଳିବା ଏବଂ ତାଙ୍କ ଜୀବନକୁ ଅତି ନିକଟରୁ ଦେଖିବାର ସମ୍ମାନ ମିଳିଥିଲା। ସେ ପ୍ରତିଦିନକୁ ବଞ୍ଚିବାରେ ବିଶ୍ୱାସ କରନ୍ତି। ତାଙ୍କୁ ଦେଖିବାରେ ସମୟ ଅତିବାହିତ ହୋଇଯାଏ। ଉକ୍ତ ଅନୁଭୂତି ଚମତ୍କାର ଅଟେ। ତାଙ୍କର ବହୁତ ପ୍ରଭାବ ରହିଛି। ଭାବି ନିଅନ୍ତୁ ଯେ ଲୋକମାନେ ଧୋନୀଙ୍କ ପୂଜା କରିଥାନ୍ତି ବୋଲି ସେ କହିଛନ୍ତି।

ଏହାଛଡ଼ା କ୍ରିକେଟ ଭାରତୀୟଙ୍କ ଦୈନନ୍ଦିନ ଜୀବନର ଏକ ପ୍ରମୁଖ ଅଂଶ। ଭାରତରେ କ୍ରିକେଟ ଖେଳିବା ସୁନ୍ଦର ଅନୁଭୂତି। କାରଣ ସେଠାକାର ଲୋକେ କ୍ରିକେଟକୁ ଗୁରୁତ୍ୱ ଦିଅନ୍ତି। ଖେଳାଳି ଏବଂ ପ୍ରଶଂସକର ଅନୁଭବ ସେଠାରେ କରିପାରିବେ। ଇଂଲଣ୍ଡର କୌଣସି ବ୍ୟକ୍ତି କ୍ରିକେଟକୁ ପସନ୍ଦ କରନ୍ତି ନାହିଁ ବୋଲି କହିପାରିବେ। ହେଲେ ଭାରତୀୟମାନେ ସମ୍ପୂର୍ଣ୍ଣ ରୂପେ କ୍ରିକେଟକୁ ପସନ୍ଦ କରିଥାନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri