ଭଉଁରି ଯାତ୍ରାରେ ନିୟୋଜିତ ହେବେ ୫ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ, ୩।୬: ଅକ୍ଷୟତୃତୀୟାଠାରୁ ମହାପ୍ରଭୁଙ୍କ ଆରମ୍ଭ ହୋଇଥିବା ବାହାର ଚନ୍ଦନ ଯାତ୍ରାର ବିଂଶତମ ଦିବସକୁ ଭଉଁରି ଯାତ୍ରା କୁହାଯାଏ। ଶ୍ରୀମନ୍ଦିର ସ୍ବତ୍ୱଲିପି ଏବଂ ରଥସଂହିତା ଅନୁଯାୟୀ ଏହିଦିନ ଚକଡେରା ନୀତି ସମ୍ପନ୍ନ ହୋଇଥାଏ। ଏଣୁ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏ ନେଇ ବୁଧବାର ଏସ୍‌ପି କେ. ବିଶାଳ ସିଂଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏସ୍‌ପି ସିଂ କହିଥିଲେ, ଚଳିତବର୍ଷ କରୋନାଜନିତ କଟକଣା କାରଣରୁ ବିନାଭକ୍ତରେ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ଅନୁଷ୍ଠିତ ହେଉଛି। ଏହା କେବଳ ପୁରୀବାସୀ ଓ ଅଗଣିତ ଭକ୍ତଙ୍କ ସହଯୋଗ ଯୋଗୁ ହୋଇପାରିଛି। ସେହପରି ଭଉଁରି ଯାତ୍ରାରେ ମଧ୍ୟ ଲୋକଙ୍କ ସହଯୋଗ ରହିଲେ ନିଶ୍ଚିତ ଭାବେ ସୁରୁଖୁରୁରେ ନୀତିକାର୍ଯ୍ୟ ସମ୍ପନ୍ନ ହେବ ବୋଲି ଏସ୍‌ପି କହିଛନ୍ତି। ଚନନ୍ଦ ଯାତ୍ରା ଆରମ୍ଭରୁ ୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହୁଛନ୍ତି। ତେବେ ଭଉଁରି ଯାତ୍ରାକୁ ଦୃଷ୍ଟିରେ ରଖି ଶାନ୍ତିଶୃଙ୍ଖଳା ପାଇଁ ଆଉ ଏକ ଅଧିକ ଅର୍ଥାତ ୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ସେହିପରି ଏକ ପ୍ଲାଟୁନ ପୋଲିସ ଫୋର୍ସ ରିଜର୍ଭରେ ରହିବେ। ଅପରପକ୍ଷେ ରଥଖଳାରେ ରଥକାମ ସୁରୁଖୁରୁରେ ହେବା ପାଇଁ ବ୍ୟାରିକେଡ କରାଯାଇ ପରିସୀମା ବଢ଼ାଯିବ। ତେବେ ଯେପରି ଟ୍ରାଫିକ ସମସ୍ୟା ନ ହୁଏ, ଜରୁରିକାଳୀନ ଯାନଗୁଡ଼ିକର ଯାତାୟାତରେ ଯେପରି ଅସୁବିଧା ନ ହେବ ଏବଂ ବଡ଼ଦାଣ୍ଡର ଟ୍ରାଫିକ ବ୍ୟବସ୍ଥା ସୁଗମ ହୋଇପାରିବ ସେନେଇ ଏସ୍‌ପି ସମୀକ୍ଷା କରିଥିଲେ। ଅନ୍ୟପଟେ ଆଗାମୀ ୨୪ତାରିଖରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ। ତେଣୁ କିଭଳି ସୁରକ୍ଷା ବ୍ୟବସ୍ଥା ରହିବ ଏବଂ କେଉଁ ଅଫିସର କେଉଁ ସ୍ଥାନରେ ନିୟୋଜିତ ରହିବେ ସେନେଇ ବୈଠକରେ ଏସ୍‌ପି ସିଂ ଆଲୋଚନା କରିଥିଲେ। ତେଣେ ପୂର୍ବବର୍ଷ ଭଳି ଏଥର ସେହି ସମାନ ପୋଲିସ ବ୍ୟବସ୍ଥା ରହିବ ବୋଲି ଏସ୍‌ପି ସୂଚନା ଦେଇଛନ୍ତି। ତେବେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦେବସ୍ନାନ ପୂର୍ଣ୍ଣିମାକୁ ନେଇ ଏସ୍‌ଓପି ଆସିବା ପରେ ପୋଲିସ ତା’ର ଦାୟିତ୍ୱ ନିର୍ବାହ କରିବ ବୋଲି ଏସ୍‌ପି ସିଂ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri