ଲେଖିକା ମୀନାକ୍ଷୀ ଦେବୀଙ୍କ ପରଲୋକ

କଟକ ଅଫିସ, ୩।୬: ବିଶିଷ୍ଟ ଲେଖିକା ତଥା ଉତ୍କଳ ସାହିତ୍ୟ ସମାଜ ସାଧାରଣ ସମ୍ପାଦିକା ମୀନାକ୍ଷୀ ଦେବୀ(୬୬)ଙ୍କର ବୁଧବାର ପରଲୋକ ହୋଇଯାଇଛି। କଟକ ରାଜାବଗିଚା ଚକୋଲେଟ୍‌ ଲେନ୍‌ସ୍ଥିତ ବାସଗୃହରେ ସେ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ଏସ୍‌ସିବି ମେଡ଼ିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ଘୋଷଣା କରିଥିଲେ। ମୃତ୍ୟୁଶଯ୍ୟା ନିକଟରେ ସ୍ବାମୀ ଶଶିଭୂଷଣ ତ୍ରିପାଠୀ ଉପସ୍ଥିତ ଥିଲେ। ଗୁରୁବାର ମୀନାକ୍ଷୀଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ।
୧୯୫୫ ଅଗଷ୍ଟ ୧ରେ ପୁରୀ ଜିଲା ଶ୍ରୀପୁରୁଷୋତ୍ତମପୁର ଗ୍ରାମରେ ମୀନାକ୍ଷୀ ଜନ୍ମଗ୍ରହଣ କରିଥିଲେ। ସେ ହାଇସ୍କୁଲରେ ପଢୁଥିବାବେଳେ ପ୍ରେସିଡେଣ୍ଟ ଗାଇଡ୍‌ ରୂପେ ରାଷ୍ଟ୍ରପତିଙ୍କଠାରୁ ମାନପତ୍ର ଲାଭ କରିଥିଲେ। ଓଡ଼ିଆ ଭାଷା ସାହିତ୍ୟରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବା ପରେ ୧୯୮୦ରୁ ୧୯୮୩ ପର୍ଯ୍ୟନ୍ତ ଝାରସୁଗୁଡ଼ାସ୍ଥିତ ଲକ୍ଷ୍ମୀନାରାୟଣ ମହାବିଦ୍ୟାଳୟରେ ଅଧ୍ୟାପିକା ଭାବେ ଦାୟିତ୍ୱ ତୁଲାଇଥିଲେ। ଏହାପରେ ୧୯୯୨ରୁ ୨୦୧୫ ପର୍ଯ୍ୟନ୍ତ ସେ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜରେ ଇଣ୍ଡିଆନ କାଉନ୍‌ସିଲ୍‌ ଅଫ୍‌ ମେଡିକାଲ ରିସର୍ଚ୍ଚର ଗବେଷଣା ସହଯୋଗୀ ଭାବେ କାର୍ଯ୍ୟ କରିଥିଲେ। ଏଥିସହ ସେ ‘ଅନ୍ୟ ଜଣେ ସୁଲୋଚନା’, ‘ଝରାପତ୍ରର ଗୀତି’, ‘ମଣିଷ ପରି ମଣିଷ’ ଭଳିି ପ୍ରାୟ ୩୦ ପୁସ୍ତକ ରଚନା କରିଥିଲେ। ସାହିତ୍ୟ ସାଧନା ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସେ ସମ୍ବର୍ଦ୍ଧିତ ହେବା ସହ ବହୁ ପୁରସ୍କାର ଓ ସମ୍ମାନ ଲାଭ କରିଥିଲେ। ଏଥିସହ ସେ ଦୂରଦର୍ଶନ ଓ ଆକାଶବାଣୀର ସ୍ବୀକୃତିପ୍ରାପ୍ତ ଗୀତିକାର ଓ ଗୀତିକବି ସମାଜର ସମ୍ପାଦକ ଥିଲେ। ତାଙ୍କ ବିୟୋଗରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓଡ଼ିଆ ପରାମର୍ଶଦାତା ପରିଷଦ ଆବାହକ ବିଜୟାନନ୍ଦ ସିଂ, ସଦସ୍ୟ ଅମରେଶ ପଟ୍ଟନାୟକ, ବିଜୟ କୁମାର ଶତପଥୀ, ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି ଡ. ହୃଷୀକେଶ ମଲ୍ଲିକ, ଉପସଭାପତି ଡ. ସଂଗ୍ରାମ ଜେନା, ଉତ୍କଳ ସାହିତ୍ୟ ସମାଜର ସଭାପତି ତରୁଣ କୁମାର ସାହୁ, ଉପସଭାପତି ସଞ୍ଜିତ୍‌ ପଟ୍ଟନାୟକ, ଶିଶୁସାହିତ୍ୟ ଲେଖକ ସମ୍ମେଳନର ସାଧାରଣ ସମ୍ପାଦକ ଡ. ଗୋବିନ୍ଦ ଚନ୍ଦ୍ର ଚାନ୍ଦ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri