Posted inଜାତୀୟ

୩ ହଜାର ଜୁନିଅର ଡାକ୍ତର ଦେଲେ ଇସ୍ତଫା

ଭୋପାଳ,୪।୬: ମଧ୍ୟପ୍ରଦେଶରେ ବିଭିନ୍ନ ଦାବି ନେଇ ୬ଟି ମେଡିକାଲ କଲେଜର ଡାକ୍ତରମାନେ ହରତାଳ କରିଥିଲେ। ମାମଲା ହାଇକୋର୍ଟରେ ପହଞ୍ଚିଥିଲା। ଗୁରୁବାର ରାଜ୍ୟର ୬ ଟି ସରକାରୀ ମେଡିକାଲ କଲେଜର ଜୁନିଅର ଡାକ୍ତରମାନଙ୍କୁ ୨୪ ଘଣ୍ଟା ମଧ୍ୟରେ କାମକୁ ଫେରିବାକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ। ଏହି ନିର୍ଦ୍ଦେଶ ଦେବାର କିଛି ଘଣ୍ଟା ପରେ ପ୍ରାୟ ୩୦୦୦ ଜୁନିଅର ଡାକ୍ତର ଇସ୍ତଫା ଦେଇଛନ୍ତି। ମଧ୍ୟପ୍ରଦେଶ ଜୁନିଅର ଡାକ୍ତର ସଂଘ ସଭାପତି ଅରବିନ୍ଦ ମୀନା କହିଛନ୍ତି ଯେ, ରାଜ୍ୟର ୬ ଟି ମେଡିକାଲ କଲେଜର ପ୍ରାୟ ୩ ହଜାର ଜୁନିଅର ଡାକ୍ତର ନିଜ ନିଜ ମେଡିକାଲ କଲେଜର ଡିନ୍‌ଙ୍କୁ ଇସ୍ତଫା ପତ୍ର ଦେଇଛନ୍ତି। ସେ କହିଛନ୍ତି ଯେ ରାଜ୍ୟ ସରକାର ତୃତୀୟ ବର୍ଷର ଜୁନିଅର ଡାକ୍ତରଙ୍କ ନାମଲେଖା ବାତିଲ କରିଛନ୍ତି। ଏହାଦ୍ୱାରା ସେମାନେ ଆଉ ପରୀକ୍ଷା ଦେଇପାରିବେ ନାହିଁ। ପିଜି କରୁଥିବା ଏହି ଜୁନିୟର ଡାକ୍ତରମାନେ କହିଛନ୍ତି ତିନି ବର୍ଷରେ ଡିଗ୍ରୀ ସାର୍ଟିଫିକେଟ ମିଳେ ଦୁଇ ବର୍ଷ କଲେ ଡିପ୍ଲୋମା ସାର୍ଟିଫିକେଟ ମିଳିବ। ତେଣୁ ଏନରୋଲମେଣ୍ଟ ରଦ୍ଦ କରିବା ନିଷ୍ପତ୍ତିକୁ ସେମାନେ ବିରୋଧ କରୁଛନ୍ତି। ମୀନା କହିଛନ୍ତି ଯେ ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିବାକୁ ଆମେ ଶୀଘ୍ର ସୁପ୍ରିମକୋର୍ଟ ଯିବୁ।
ମଧ୍ୟପ୍ରଦେଶ ହାଇକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଏବଂ ଜଷ୍ଟିସ ସୁଜୟ ପାଲଙ୍କ ଏକ ଯୁଗ୍ମ ବେଞ୍ଚ ରାଜ୍ୟସ୍ତରୀୟ ଜୁନିଅର ଡାକ୍ତରଙ୍କ ଧର୍ମଘଟକୁ ବେଆଇନ ବୋଲି କହି ଜୁନିୟର ଡାକ୍ତରମାନଙ୍କୁ ୨୪ ଘଣ୍ଟା ମଧ୍ୟରେ କାମକୁ ଫେରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ ଯଦି କନିଷ୍ଠ ଡାକ୍ତରମାନେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଧର୍ମଘଟ ଶେଷ କରିବା ପରେ କାର୍ଯ୍ୟକୁ ଫେରନ୍ତି, ତେବେ ରାଜ୍ୟ ସରକାର ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୭ଦିନ ପ୍ରବଳ ଶୀତ

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ):  ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟାରେ ୧୦ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବାବେଳେ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri