ଖବରଦାତାଙ୍କ ସୁରକ୍ଷା ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରେସ କ୍ଲବ ପକ୍ଷରୁ ଶୁକ୍ରବାର ଏକ ପ୍ରତିବାଦ ସଭା କରାଯିବା ସହ ସମସ୍ତ ଖବରଦାତା ତହସିଲ କାର୍ଯ୍ୟାଳୟକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ତହସିଲଦାର ନୀତିଶ କୁମାର ତ୍ରିପାଠୀଙ୍କୁ ପ୍ରଦାନ କରିଛନ୍ତି। ଖବରଦାତାମାନେ ଦାବି କରିଛନ୍ତି ଯେ, ପୁରୀରେ କର୍ତ୍ତବ୍ୟରତ ‘ଧରିତ୍ରୀ’ର ଖବରଦାତାଙ୍କୁ ପୋଲିସ ଅତି ଅମାନୁଷିକ ଭାବେ ଆକ୍ରମଣ କରିଛି। ଏହି ଘଟଣାକୁ ଦୃଢ଼ତାର ସହ ନିନ୍ଦା କରି ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ ତୁରନ୍ତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଲାଗି ଦାବି ହୋଇଛି। ରାଜ୍ୟର ସମସ୍ତ ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ବ୍ଲକ ଓ ଜିଲାସ୍ତରରେ କାର୍ଯ୍ୟ କରୁଥିବା ଖବରଦାତାମାନଙ୍କ ଉପରେ ବିଭିନ୍ନ ସମୟରେ ଏପରି ଆକ୍ରମଣ ହେଉଛି। ଏଣୁ ଏଥିପ୍ରତି ପଦକ୍ଷେପ ଗ୍ରହଣ କରି ଖବରଦାତାଙ୍କୁ ସୁରକ୍ଷା ଯୋଗାଇ ଦେବା ଲାଗି ଦାବି କରାଯାଇଛି। ଏଥିରେ ଖବରଦାତା ସୁରେନ୍ଦ୍ର ନାଥ ମହାନ୍ତି, ସଦାଶିବ ପଣ୍ଡା, ସୀମାଞ୍ଚଳ ମିଶ୍ର, ଲିଙ୍ଗରାଜ ଦାଶ, ଅଶୋକ କୁମାର ମହାକୁଡ, ପ୍ରସନ୍ନ କୁମାର ଦାଶ, ଭାସ୍କର ବେହେରା, ଚିତ୍ତରଞ୍ଜନ ସାହୁ, ସୂର୍ଯ୍ୟ ନାରାୟଣ ପାଣିଗ୍ରାହୀ, ସୁଦାମ ମହାରଣା, କେ. ରମେଶ ଦୋରା ପ୍ରମୁଖ ବିଭିନ୍ନ ପ୍ରିଣ୍ଟିଂ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri