Posted inଖେଳ

ଭାରତୀୟ ଖେଳାଳିଙ୍କୁ ୩ ଦିନ ପରସ୍ପର ସହ ମିଶିବା ମନା

ସାଉଥାମ୍ପଟନ, ୫।୬(ପି.ଟି.)-
ସମ୍ପ୍ରତି ୟୁନାଇଟେଡ କିଙ୍ଗ୍‌ଡମ୍‌ ଟୁର୍‌ରେ ଥିବା ଭାରତୀୟ କ୍ରିକେଟ ଦଳର ୩ ଦିନିଆ କଠିନ କ୍ୱାରାଣ୍ଟାଇନ୍‌ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ ଖେଳାଳିମାନଙ୍କୁ ପରସ୍ପର ସହ ମିଶିବାକୁ ବାରଣ କରାଯାଇଛି। ୩ ଦିନିଆ କ୍ୱାରାଣ୍ଟାଇନ୍‌ ପରେ ଖେଳାଳିଙ୍କୁ ଏଜେସ ବାଓଲରେ ଟ୍ରେନିଂ ପାଇଁ ଅନୁମତି ମିଳିବ ବୋଲି ତାରକା ସ୍ପିନର ଅକ୍ଷର ପଟେଲ ପ୍ରକାଶ କରିଛନ୍ତି। ଭାରତ-ନ୍ୟୁଜିଲାଣ୍ଡ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଚଳିତ ମାସ ୧୮ ତାରିଖରୁ ଏଠାରେ ଆରମ୍ଭ ହେବ। ବୁଧବାର ଏଠାରେ ପହଞ୍ଚତ୍ଥିବା ଭାରତୀୟ ଦଳ ପାଇଁ ଅଭ୍ୟାସ କରିବାକୁ ଖୁବ୍‌ କମ୍‌ ସମୟ ଅଛି। ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡ ଘରୋଇ ଇଂଲଣ୍ଡ ବିପକ୍ଷରେ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ଖେଳିବା ଆରମ୍ଭ କରି ଏହାର ପ୍ରସ୍ତୁତିକୁ ଚୂଡ଼ାନ୍ତ ରୂପ ଦେଉଛି।
ୟୁକେ ଆସିବା ପୂର୍ବରୁ ଭାରତୀୟ ଦଳ ମୁମ୍ବାଇରେ ୧୪ ଦିନିଆ କ୍ୱାରାଣ୍ଟାଇନ୍‌ରେ ରହିଥିଲା। ଏଠାରେ ପହଞ୍ଚତ୍ବା ପରେ ସଂକ୍ଷିପ୍ତ ତଥା କଠିନ କ୍ୱାରାଣ୍ଟାଇନ୍‌ ଆରମ୍ଭ ହୋଇଛି। ”୩ ଦିନ କ୍ୱାରାଣ୍ଟାଇନ ମଧ୍ୟରେ ଆମକୁ କେହି କାହାରି ସହିତ ନ ମିଶିବାକୁ ପରାମର୍ଶ ଦିଆ ଯାଇଛି। ତେଣୁ ଶୋଇ ବିଶ୍ରାମ ନେବୁ“ ବୋଲି ବିସିସିଆଇ ପକ୍ଷରୁ ପୋଷ୍ଟ କରାଯାଇଥିବା ଭାରତୀୟ ଦଳର ଭ୍ରମଣ ସମୟର ଏକ ଭିଡିଓରେ ଅକ୍ଷର କହିଛନ୍ତି। ଗୋଟିଏ ଚାର୍ଟାର୍ଡ ବିମାନରେ ଉଭୟ ଭାରତୀୟ ମହିଳା ଓ ପୁରୁଷ ଦଳ ଇଂଲଣ୍ଡ ଯାତ୍ରା କରିଥିଲେ। ଲଣ୍ଡନରେ ପହଞ୍ଚତ୍ବା ପରେ ଭାରତୀୟ ଦଳ ୨ ଘଣ୍ଟା ବସ୍‌ ଯାତ୍ରା କରି ସାଉଥାମ୍ପଟନରେ ପହଞ୍ଚତ୍ଥିଲା। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପରେ ଇଂଲଣ୍ଡ ବିପକ୍ଷରେ ଭାରତ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଅନ୍ୟପକ୍ଷରେ ଭାରତୀୟ ଦଳ ଗୋଟିଏ ଟେଷ୍ଟ, ୩ଟି ଦିନିକିଆ ଓ ସମାନ ସଂଖ୍ୟକ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଚଳିତମାସ ୧୬ ତାରିଖରୁ ମହିଳା ଦଳର ଅଭିଯାନ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri