ରାଜଧାନୀରେ ପ୍ରେମୀ ଯୁଗଳଙ୍କ ହାଇଡ୍ରାମା

ଭୁବନେଶ୍ୱର,୫।୬(ବ୍ୟୁରୋ): ‘ତୋତେ ବାହା ହେବି ବୋଲି ଘର ଛାତ ଡେଇଁ ପଳେଇ ଆସିଛି। ଆଉ ଘରକୁ ଫେରିବିନି। ତୁ ଯୋଉଠି କହିବୁ ସେଇଠି ରହିବି। ତୁ ଟ୍ରେନ୍‌ ଲାଇନରେ ଶୋଇଲେ ମୁଁ ତୋ ସହ ଟ୍ରେନ୍‌ ଲାଇନ୍‌ରେ ଶୋଇବି।’ ପ୍ରେମିକାର ଏଭଳି ଜିଦ୍‌ ସତ୍ତ୍ୱେ ପ୍ରେମିକ କିନ୍ତୁ ନିଜ ଜିଦ୍‌ରେ ଅଟଳ। ‘୫ଟା କେସ୍‌ ଖାଇବି ପଛେ ତୁମକୁ ଆଉ ବାହା ହେବିନି।’ ବୋଲି ରୋକ୍‌ଠୋକ୍‌ ଶୁଣାଇଛନ୍ତି। ଶୁକ୍ରବାର କ୍ୟାପିଟାଲ ଥାନା ଅନ୍ତର୍ଗତ ଆଇଜି ପାର୍କ ନିକଟରେ ପ୍ରେମୀ ଯୁଗଳଙ୍କ ଏଭଳି ହାଇଡ୍ରାମା ଦେଖିବାକୁ ମିଳିଥିଲା। ଲୋକଙ୍କ ଭିଡ଼ ଜମିବା ପରେ ଦୀର୍ଘ ସମୟ ଧରି ସେଠାରେ ଯୁବତୀ ଜଣକ ଯୁବକଙ୍କ ବାଟ ଓଗାଳି ବସିଥିଲେ। ଯୁବକ ଜଣକ ବିବାହର ପ୍ରତିଶ୍ରୁତି ଦେଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ପରେ ଏବେ ଧରାଛୁଆଁ ଦେଉ ନ ଥିବା ନେଇ ପ୍ରେମିକା ଜଣକ ବାରମ୍ବାର ଅଭିଯୋଗ ଆଣୁଥିଲେ। ବାହା ନ ହେଲେ ଥାନାକୁ ଯିବି ବୋଲି ଯୁବତୀ ଜଣକ କହୁଥିଲେ। ଅନ୍ୟପକ୍ଷରେ ପ୍ରେମ ସମ୍ପର୍କକୁ ପ୍ରେମିକ ମାନିଥିଲେ ମଧ୍ୟ ଯୁବତୀ ଜଣକ ପୂର୍ବରୁ ବିବାହିତ ଥିବା ଓ ତାଙ୍କର ଏକ ଝିଅ ଥିବା କହି ବିବାହ କରିବାକୁ ସମ୍ପୂର୍ଣ୍ଣ ଏଡ଼ାଇଯାଇଥିଲେ। ତେବେ ଘଟଣା ଥାନାକୁ ଯିବା ପରେ ଉଭୟଙ୍କ ପରିବାର ଲୋକେ ସେଠାରେ ପହଞ୍ଚି ଆପୋସ ବୁଝାମଣା ପାଇଁ ଉଦ୍ୟମ କରିଥିଲେ। ତେବେ ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ କୌଣସି ଅଭିଯୋଗ ହୋଇ ନ ଥିବା ଥାନା ଅଧିକାରୀ ଗିରିଜା ଶଙ୍କର ଚକ୍ରବର୍ତ୍ତୀ କହିଛନ୍ତି।
ସୂଚନା ଅନୁଯାୟୀ, ଯୁବକଙ୍କ ଘର ରାଉରକେଲାରେ ଓ ଯୁବତୀଙ୍କ ଘର ଭୁବନେଶ୍ୱର ଖଣ୍ଡଗିରି ଥାନା ଅଞ୍ଚଳରେ। ଗତ ଅକ୍ଟୋବରରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଯୁବକ ଜଣକ ତାଙ୍କୁ ବିବାହର ପ୍ରତିଶ୍ରୁତି ଦେବାପରେ ଉଭୟଙ୍କ ମଧ୍ୟରେ ଶାରୀରିକ ସମ୍ପର୍କ ଆରମ୍ଭ ହୋଇଥିଲା। ଦୁହେଁ କିଛିଦିନ ଭୁବନେଶ୍ୱରରେ ଲିଭ୍‌ ଇନ୍‌ ସମ୍ପର୍କରେ ଥିଲେ। ହେଲେ ପରବର୍ତ୍ତୀ ସମୟରେ ଯୁବକ ଜଣକ ବିବାହ କରି ନ ଥିଲେ। ମାତ୍ର ଯୁବତୀ ଜଣକ ବାରମ୍ବାର ଯୁବକଙ୍କ ଘରକୁ ଯାଇ ବିବାହ କରିବାକୁ କହିଥିଲେ। ଉଭୟଙ୍କ ପରିବାର ଲୋକେ ବିବାହ ନେଇ ଆଲୋଚନା କରିଥିଲେ ମଧ୍ୟ ଯୁବକ ଜଣକ ଆଉ ତାଙ୍କୁ ଧରାଛୁଆଁ ଦେଇ ନ ଥିଲେ। ଶେଷରେ ଯୁବତୀ ଜଣକ ରାଉରକେଲାସ୍ଥିତ ଯୁବକଙ୍କ ଘରେ ପହଞ୍ଚି ତାଙ୍କୁ ବିବାହ କରିବାକୁ ଜିଦ୍‌ ଧରିଥିଲେ। ଯୁବକ ଜଣକ ତାଙ୍କୁ ଶୁକ୍ରବାର କୋର୍ଟରେ ବିବାହ କରିବେ ବୋଲି କହି ଗୁରୁବାର ଭୁବନେଶ୍ୱରରେ ପହଞ୍ଚିଥିଲେ। ହେଲେ ଆଇଜି ପାର୍କ ନିକଟରେ ଯୁବକ ଜଣକ ସେଠାରୁ ଖସି ପଳାଇବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ଯୁବତୀ ଜଣକ ତାଙ୍କ ପ୍ୟାଣ୍ଟ ପକେଟକୁ ଜାବୁଡି ଧରି ଚିତ୍କାର କରିବାରୁ ଘଟଣା ନଜରକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri