Posted inଖେଳ

ପଡ଼ୋଶୀ ଘର ଝିଅଙ୍କ ପ୍ରେମରେ ପଡ଼ିଥିଲେ ପୀୟୁଷ ଚାଓ୍ବଲା: ବାପାଙ୍କୁ ମିଛ କହି ଦିଲ୍ଲୀରେ କିଣିଥିଲେ ଘର

ନୂଆଦିଲ୍ଲୀ,୫।୬: ୨୦୦୭ରେ ଟି୨୦ ବିଶ୍ୱକପ୍‌ ଖେଳାଯିବା ସମୟରେ ୧୮ ବର୍ଷର ହୋଇଥିଲେ ଭାରତୀୟ ଲେଗ୍‌ ସ୍ପିନର ପୀୟୁଷ ଚାଓ୍ବଲା। ଏହି ଟୁର୍ନାମେଣ୍ଟରେ ବିଜେତା ହୋଇଥିଲା ଭାରତ। ଏହାପରେ ପୀୟୁଷ ୨୦୧୧ରେ ବିଶ୍ୱକପ୍‌ ଜିତିଥିବା ଭାରତୀୟ ଟିମ୍‌ରେ ସାମିଲ ଥିଲେ। ସେତେବେଳେ ୨୨ ବର୍ଷର ହୋଇଥିଲେ ସେ। ହେଲେ ୧୭ ବର୍ଷ ବୟସରେ ପ୍ରଥମ ଥର ପାଇଁ ଦଳ ପାଇଁ ଖେଳିବା ଆରମ୍ଭ କରିଥିଲେ ସେ। ଏଣୁ ସଚିନଙ୍କ ପରେ ଭାରତ ପାଇଁ ଖେଳିଥିବା ଅନ୍ୟତମ ଯୁବ ଖେଳାଳି ଭାବେ ତାଙ୍କୁ ଗଣାଯାଏ। ଟିମ୍‌ରେ ଉପଲବ୍ଧି ଛଡ଼ା ପିୟୁଷଙ୍କ ଲଭ୍‌ଲାଇଫ୍‌ ବେଶ ରୋମାଞ୍ଚକ।

ପ୍ରେମ ବିବାହ କରିଥିଲେ ପୀୟୁଷ। ସେ ଓ ତାଙ୍କ ସ୍ତ୍ରୀ ଅନୁଭୂତି ପଡୋଶୀ ଥିଲେ। ମୁରଦାବାଦର ହୋଇଥିବା ସତ୍ତ୍ୱେ ଦିଲ୍ଲୀରେ ହିଁ ତାଙ୍କର ପ୍ରେମର ଗାଡ଼ି ଗଡ଼ିଥିଲା। ଅନୁଭୂତିଙ୍କ ଦୁଇ ଭାଇ ଡାକ୍ତର ହୋଇଥିବାରୁ ସେମାନଙ୍କର ଲଗାତାର ବଦଳି ହେଉଥିଲା। ଏଣୁ ଅନୁଭୂତି ଦିଲ୍ଲୀରେ ରହୁଥିଲେ। ପୀୟୁଷ ମଧ୍ୟ ବାପାଙ୍କୁ ମିଛ କହି ଦିଲ୍ଲୀରେ ଘର ନେଇଥିଲେ। ଉଭୟ ଦିଲ୍ଲୀରେ ରହୁଥିବାରୁ ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ପରେ ସେମାନେ ବିବାହ କରିଥିଲେ।

ଇଂଲଣ୍ଡ ବିପକ୍ଷରେ ଭାରତ ପାଇଁ ଡେବ୍ୟୁ କରିଥିଲେ ପୀୟୁଷ। ଏହାପରେ ସେ ୨୦୦୭ରେ ବାଂଲାଦେଶ ବିପକ୍ଷରେ ସେ ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳିଥିଲେ। ୨୦୧୨ରେ ସେ ଶେଷ ଥର ପାଇଁ ଭାରତ ପାଇଁ ଖେଳିଥିଲେ ହେଁ ଆଇପିଏଲରେ ଚେନ୍ନାଇ ସୁପରକିଙ୍ଗ୍ସ ସହ ଜଡ଼ିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri