Posted inଜାତୀୟ

ଟୁଇଟରକୁ ମୋଦି ସରକାରଙ୍କ ଶେଷ ଚେତାବନୀ…

ନୂଆଦିଲ୍ଲୀ,୫।୬: ଦେଶରେ ପ୍ରଚଳିତ ଆଇଟି ନିୟମର ପାଳନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଟୁଇଟର୍‌କୁ ଶେଷ ଚେତାବନୀ ଦିଆଯାଇଛି। ନୂଆ ନିୟମ ପାଳନ ନ କଲେ ପରିଣାମ ଭୋଗିବାକୁ ପଡ଼ିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଭାରତରେ ପ୍ରଚଳିତ ଆଇଟି ଅଧିନିୟମ ୨୦୦୦ର ଧାରା ୭୯ର ପ୍ରତିପାଳନ ନ କରାଗଲେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଏବଂ ପରିଣାମ ପାଇଁ ଟୁଇଟର ଉତ୍ତରଦାୟୀ ରହିବ ବୋଲି ସରକାରଙ୍କ ପକ୍ଷରୁ ସୂଚିତ କରାଯାଇଛି। ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଏବଂ ଆର୍‌ଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗଓ୍ବତ୍‌ଙ୍କ ଟୁଇଟର ଆକାଉଣ୍ଟରୁ ବ୍ଲୁ ଟିକ୍‌ ହଟାଯିବା ପରେ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଉପରାଷ୍ଟ୍ରପତିଙ୍କ ଆକାଉଣ୍ଟ ଭେରିଫାଏ ପରେ ବ୍ଲୁ ଟିକ୍‌ ରିଷ୍ଟୋର କରାଯାଇଥିବା ଟୁଇଟର ପକ୍ଷରୁ ସଫେଇ ଦିଆଯାଇଛି। ତେବେ ଆଇଟି ଆଇନକୁ ପାଳନ କରିବା ନେଇ ଭାରତ ସରକାର ଦୃଢ଼ ଆଭିମୁଖ୍ୟ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ ମହିଳା: ଧୋକା ମିଳିବା ପରେ ପୁଣି ଫେରିଲେ ଶାଶୁଘରକୁ, ତା’ପରେ ଯାହା ଘଟିଲା…

ଇନ୍ଦୋର,୨୦।୧୨: ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ ମହିଳା ପ୍ରଥମେ ତାଙ୍କ ସ୍ବାମୀଙ୍କୁ ପ୍ରତାରଣା କରିଥିଲେ ଏବଂ ପରେ ନିଜେ ପ୍ରତାରଣାର ଶିକାର ହୋଇଥିଲେ। ସେ ତାଙ୍କ ପ୍ରେମିକ...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ମାଲାୟାଲମ୍ ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ପରଲୋକ, ୨୦୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ନୂଆଦିଲ୍ଲୀ,୨୦ା୧୨: ମାଲାୟାଲମ ସିନେମା ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ସେ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ...

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..

ନୂଆଦିଲ୍ଲୀ, ୨୦।୧୨:  ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri