ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ ଭାଇରାଲ୍‌

ବ୍ରହ୍ମପୁର ଅଫିସ,୫ା୬: ଜନୈକା ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଭିଡ଼ିଓ ଭାଇରାଲ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ପନ୍ଦରାସାହିର ଦୀପକ କୁମାର ବାଡ଼ତ୍ୟା। ପୋଲିସ ଉଭୟଙ୍କର ଏମ୍‌କେସିଜି ମେଡିକାଲରେ ଡାକ୍ତରୀମାଇନା କରାଇଛି। ଏନେଇ ପୋଲିସ ଏକ ମାମଲା(ନଂ.୧୧୦/୨୧) ରୁଜୁ କରି ଗିରଫ ଦୀପକଙ୍କୁ ଶନିବାର କୋର୍ଟ ଚାଲାଣ କରିଛି।

ଅଭିଯୋଗ ମୁତାବକ, ଦୀପକ ବିବାହିତ ଥିବା ସତ୍ତ୍ୱେ ୨୦୧୮ରେ ଏକ ପରିବାର ସହିତ ପରିଚିତ ହୋଇଥିଲେ। ସମ୍ପୃକ୍ତ ପରିବାର ଗରିବ ଶ୍ରେଣୀର ହୋଇଥିବା ବେଳେ ତାଙ୍କର ଜଣେ ନାବାଳିକା ଝିଅଙ୍କୁ ବିବାହ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ପରେ ସେ ନାବାଳିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏପରିକି ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ କରିଥିଲେ ଦୀପକ। ପରବର୍ତ୍ତୀ ସମୟରେ ଦୀପକ ନାବାଳିକାଙ୍କୁ ବିବାହ କରିବାକୁ ମନା କରିଦେଇଥିଲେ।

କିଛିଦିନ ତଳେ ନାବାଳିକାଙ୍କ ଏକ ବିବାହ ପ୍ରସ୍ତାବ ଆସିଥିଲା। ଜଣେ ଯୁବକଙ୍କ ସହିତ ତାଙ୍କର ନିର୍ବନ୍ଧ ପାଇଁ ଯୋଜନା ଚାଲିଥିବା ଖବର ପାଇ ଥିଲେ ଦୀପକ। ଏଭଳିସ୍ଥିତିରେ ଦୀପକ ଅଶ୍ଳୀଳ ଭିଡ଼ିଓକୁ ସୋସିଆଲ ମିଡିଆରେ ପୋଷ୍ଟ କରି ଦେଇଥିଲେ। ଯାହାକି ଭାଇରାଲ୍‌ ହୋଇଥିଲା। ଏହା ଜାଣିବା ପରେ ପୀଡ଼ିତାଙ୍କ ମା’ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri