ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା

ବୌଦ୍ଧ,୫ା୬: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ସରସରା ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ମୃତକ ହେଲେ ସରସରା ଗ୍ରାମର ଅନ୍ତର୍ଯ୍ୟାମୀ ସ୍ବାଇଁ (୩୨) । ଅନୈତିକ ସମ୍ପର୍କକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଛି।
ପ୍ରକାଶ ଯେ, ଅନ୍ତର୍ଯ୍ୟାମୀଙ୍କ ଜଣେ ବିବାହିତା ମହିଳାଙ୍କ ସହ ସମ୍ପର୍କ ରହିଥିଲା। ଏପରିକି ଗତ କିଛି ମାସ ତଳେ ଦୁହେଁ ଫେରାର ହୋଇଯାଇଥିଲେ। ଏହାକୁ ନେଇ ମହିଳାଙ୍କ ପରିବାର ଓ ଅନ୍ତର୍ଯ୍ୟାମୀଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା । ଏପରି କି ଗାଁକୁ ଫେରିଲେ ଅନ୍ତର୍ଯ୍ୟାମୀଙ୍କୁ ହତ୍ୟା କରାଯିବ ବୋଲି ଧମକ ଦିଆଯାଇଥିଲା। ଶୁକ୍ରବାର ଅନ୍ତର୍ଯ୍ୟାମୀ ଗାଁକୁ ଫେରିଥିବା ବେଳେ ଅଭିଯୁକ୍ତମାନେ ତାଙ୍କୁ ହତ୍ୟା କରିବାକୁ ଯୋଜନା କରିଥିଲେ। ଏ ସମ୍ପର୍କରେ ଜାଣି ପାରି ସମ୍ପୃକ୍ତ ମହିଳା ଜଣକ ବୌଦ୍ଧ ଆଦର୍ଶ ଥାନାରେ ଅଭିଯୋଗ କରିଥିଲେ। ଏହାସତ୍ତ୍ୱେ ମହିଳାଙ୍କ ସମ୍ପର୍କୀୟମାନେ ଶୁକ୍ରବାର ତାଙ୍କୁ ଅପହରଣ କରି ନେଇ ଧାରୁଆ ଅସ୍ତ୍ର ଓ ପଥରରେ ଛେଚି ହତ୍ୟା କରିବା ପରେ ରାତିରେ ସରସରା ରାଧା ବାହାଲି ସେତୁ ନିକଟ ରାସ୍ତା କଡରେ ଫିଙ୍ଗି ଦେଇଥିଲେ। ଶନିବାର ସକାଳେ ଗାଁ ଲୋକ ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ବୌଦ୍ଧ ଟାଉନ ଥାନା ଅଧିକାରୀ ଓ କର୍ମଚାରୀ ପହଞ୍ଚତ୍ ମୃତଦେହ ଜବତ କରିଥିଲେ। ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଘଟଣାର ତଦନ୍ତ ଚାଳିଥିବା ଥାନା ଅଧିକାରୀ ତପସ୍ବିନୀ କଁହର ପ୍ରକାଶ କରିଛନ୍ତି । ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri