Posted inଖେଳ

ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ଦଳରେ ଜେଡେନ ସିଲ୍ସ

ଗ୍ରସ୍‌ ଆଇଲେଟ୍‌ (ସେଣ୍ଟ ଲୁସିଆ), ୬ା୬(ପି.ଟି.)-ଗୁରୁବାରଠାରୁ ଆରମ୍ଭ ହେବାକୁଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଓ୍ବେଷ୍ଟଇଣ୍ଡିଜ ୧୭ ଜଣିଆ ସମ୍ଭାବ୍ୟ ଦଳ ଘୋଷଣା କରିଛି। ଏଥିରେ ତ୍ରିନିଦାଦ ଓ ଟେବୋଗୋର ଯୁବ ପେସ୍‌ ବୋଲର ୧୯ ବର୍ଷୀୟ ଜେଡେନ୍‌ ସିଲ୍ସଙ୍କୁ ସ୍ଥାନ ମିଳିଛି। ସୋମବାର ୧୩ଜଣିଆ ଚୂଡ଼ାନ୍ତ ଦଳ ଘୋଷଣା କରାଯିବ। ଇଞ୍ଜୁରି ଯୋଗୁ ଫାଷ୍ଟ ବୋଲର ଚେମର ହୋଲ୍ଡର ସିଲେକ୍ସନ ପାଇଁ ଉପଲବ୍ଧ ହୋଇ ନ ଥିଲେ। ଓ୍ବେଷ୍ଟଇଣ୍ଡିଜ ଦଳରେ ପ୍ରଥମ ଥର ସ୍ଥାନ ପାଇଥିବା ସିଲ୍ସ ମାତ୍ର ୧୦ଟି ପ୍ରଫେସନାଲ ଗେମ୍‌ ଖେଳିଛନ୍ତି। ତନ୍ମଧ୍ୟରେ ଗୋଟିଏ ପ୍ରଥମଶ୍ରେଣୀ ମ୍ୟାଚ, ତିନୋଟି ଲିଷ୍ଟ ଏ’ ଗେମ୍‌ ଏବଂ ଛଅଟି ଟି୨୦ ମ୍ୟାଚ ରହିଛି। ସିଲ୍ସ ଗତବର୍ଷ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ସୀମିତ ଓଭର ବିଶିଷ୍ଟ କ୍ରିକେଟରେ ପ୍ରଭାବୀ ପ୍ରଦର୍ଶନ କରି ଲୋକଲୋଚନକୁ ଆସିଥିଲେ। ଚଳିତ ସପ୍ତାହ ପ୍ରାରମ୍ଭରେ ୪ ଦିନିଆ ଆନ୍ତଃ ଦଳୀୟ ମ୍ୟାଚରେ ମଧ୍ୟ ଭଲ ପ୍ରଦର୍ଶନ କରିଥିଲେ। ଦ୍ୱିତୀୟ ଇନିଂସରେ ସେ ୪୦ ରନ ବିନିମୟରେ ୪ ଉଇକେଟ ଅକ୍ତିଆର କରିଥିଲେ। ୧୭ ଜଣିଆ ଦଳରେ ଓପନର ସାଇ ହୋପ୍‌ ଓ କିରନ ପୋଲାର୍ଡ ଏବଂ ଅଲରାଉଣ୍ଡର ରୋଷ୍ଟନ ଚେଜ୍‌ ସ୍ଥାନ ପାଇଛନ୍ତି। ଏମାନେ ଶ୍ରୀଲଙ୍କା ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ଖେଳି ନ ଥିଲେ। ଟେଷ୍ଟ ଦଳର ପ୍ରସ୍ତୁତି ପାଇଁ ପେସ୍‌ ବୋଲର କିଅନ ହାର୍ଡିଂ, ପ୍ରେଷ୍ଟନ ମ୍ୟାକ୍‌ସ୍ବିନ ଓ ନିଆଲ ସ୍ମିଥ୍‌ ପ୍ରମୁଖ ସହାୟତା କରିବେ। ସାର୍‌ ଭିଭିଆନ ରିଚାଡର୍‌ସ ଟ୍ରଫି ପାଇଁ ଦୁଇଟି ଟେଷ୍ଟ ମ୍ୟାଚ ଡାରେନ ସାମି କ୍ରିକେଟ ଗ୍ରାଉଣ୍ଡରେ ଜୁନ୍‌ ୧୦ରୁ ୧୪ ଏବଂ ଜୁନ୍‌ ୧୮ରୁ ୨୨ ପର୍ଯ୍ୟନ୍ତ ଖେଳାଯିବ। ବର୍ତ୍ତମାନର ଆଇସିସି ଟେଷ୍ଟ ଚାମ୍ପିୟନଶିପ୍‌ ଚକ୍ରର ଏହା ହେଉଛି ଅନ୍ତିମ ସିରିଜ। ଏଥିରେ ଭଲ ପ୍ରଦର୍ଶନ କରି ଫାଇନାଲ ଚାମ୍ପିୟନଶିପ୍‌ ଟେବୁଲରେ ନିଜ ସ୍ଥିତିରେ ଉନ୍ନତି ଆଣିବା ଲାଗି ଉଭୟ ଦଳ ଚେଷ୍ଟା କରିବେ।
ସମ୍ଭାବ୍ୟ ଓ୍ବେଷ୍ଟଇଣ୍ଡିିଜ ଦଳ: କ୍ରେଗ୍‌ ବ୍ରାଥ୍‌ଓ୍ବେଟ୍‌ (ଅଧିନାୟକ), ଜର୍ମେନ ବ୍ଲାକ୍‌ଉଡ୍‌ (ଉପଅଧିତ୍ନାୟକ), ଏନ୍‌କ୍ରୁମା ବୋନର, ଡାରେନ ବ୍ରାଭୋ, ରୋଷ୍ଟନ ଚେଜ୍‌, ରକିମ୍‌ କର୍ନଓ୍ବାଲ, ଯୋଶୁଆ ଡି’ସିଲ୍‌ଭା, ଶାନନ ଗାବ୍ରିଏଲ୍‌, ଜାହମାର, ହାମିଲଟନ, ଜାସନ ହୋଲ୍ଡର, ସାଇ ହୋପ୍‌, ଅଲ୍‌ଜାରି ଯୋଶେଫ୍‌, କାଇଲ ମେୟର୍ସ, କିରନ ପାଓ୍ବେଲ, କେମର ରୋଚ୍‌, ଜେଡେନ ସିଲ୍ସ, ଜୋମେଲ ଓ୍ବାରିକାନ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

୨୦୨୬ ଟି-୨୦ ବିଶ୍ୱକପ ଭାରତୀୟ ଦଳ: ଏହି ୫ ଖେଳାଳି ଦଳରୁ ପଡିପାରନ୍ତି ବାଦ୍‌, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧୯।୧୨: ୨୦୨୫ ବର୍ଷ ଶେଷ ହେବା ସହିତ, ୨୦୨୬ ଟି୨୦ ବିଶ୍ୱକପ ପାଇଁ ଅପେକ୍ଷା ମଧ୍ୟ କମ ହେବାରେ ଲାଗିଛି। ଆସନ୍ତା ବର୍ଷ ଟି୨୦ ବିଶ୍ୱକପ...

IPL ୨୦୨୬ ନିଲାମ ପରେ ହଠାତ୍‌ ଅଧିନାୟକ ହେଲେ ଭେଙ୍କଟେଶ ଆୟର, ଏହି ଖେଳାଳିଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୧୯।୧୨: IPL ୨୦୨୬ ନିଲାମର କିଛି ଦିନ ପରେ, ଭେଙ୍କଟେଶ ଆୟର ଅଧିନାୟକ ହୋଇଛନ୍ତି। ଏହା ଦେଖାଯାଉଛି ଯେ IPL ୨୦୨୫ ସିଜିନ ଖରାପ ରହିବା...

ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...

୮.୬ କୋଟି ମିଳିବା ପରେ ବଦଳିଗଲା ମନ? IPL ୨୦୨୬ ପାଇଁ ୟୁଟର୍ନ ନେବେ ଜୋଶ ଇଂଲିଶ!

ନୂଆଦିଲ୍ଲୀ,୧୯।୧୨: ଅଷ୍ଟ୍ରେଲିୟ ଉଇକେଟ୍‌କିପର-ବ୍ୟାଟସମ୍ୟାନ ଜୋଶ ଇଂଲିଶଙ୍କୁ ନେଇ IPL ୨୦୨୬ ନିଲାମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ପଞ୍ଜାବ କିଙ୍ଗସ ଦ୍ୱାରା ମୁକ୍ତ ହେବା ପରେ, ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri