Posted inଖେଳ

‘ମ୍ୟାଚ୍‌ ପ୍ରାକ୍ଟିସର ଅଭାବ ରୋହିତ, କୋହଲିଙ୍କୁ ବାଧିପାରେ’

ମୁମ୍ବାଇ,୬।୬ : ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ପୂର୍ବରୁ ମ୍ୟାଚ୍‌ ପ୍ରାକ୍ଟିସର ଅଭାବ ପାଇଁ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଚିନ୍ତିତ ନୁହନ୍ତି। କିନ୍ତୁ ପୂର୍ବତନ ଅଧିନାୟକ ଦୀଲିପ ଭେଙ୍ଗସରକରଙ୍କ ଅନୁସାରେ ମ୍ୟାଚ୍‌ ପ୍ରାକ୍ଟିସ ଅଭାବ ଭାରତୀୟ ଅଧିନାୟକଙ୍କୁ ବାଧିପାରେ।

ଆସନ୍ତା ୧୮ ତାରିଖରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଡବ୍ଲ୍ୟୁଟିସି ଫାଇନାଲ ପାଇଁ ଗତ ଗୁରୁବାର କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ସାଉଥାମ୍ପଟନରେ ପହଞ୍ଚିଛି। ଭାରତୀୟ ଖେଳାଳିମାନେ ୩ ଦିନିଆ ହାର୍ଡ କ୍ୱାରେଣ୍ଟିନରେ ଥିବାବେଳେ ଘରୋଇ ଇଂଲଣ୍ଡ ସହ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ବ୍ୟସ୍ତ ଅଛି ନ୍ୟୁଜିଲାଣ୍ଡ।

ଭାରତ ପାଇଁ ୧୧୬ ଟେଷ୍ଟ ଖେଳିଥିବା ଭେଙ୍ଗସରକର କହିଛନ୍ତି, କୋହଲି ଓ ରୋହିତ ଶର୍ମା ବିଶ୍ୱ ସ୍ତରୀୟ ଖେଳାଳି। ସେମାନେ ବର୍ତ୍ତମାନ ଭଲ ଫର୍ମରେ ଅଛନ୍ତି। ପ୍ରଦର୍ଶନ ବଳରେ ଦୁହେଁ ଅନେକ ମ୍ୟାଚ୍‌ ଭାରତକୁ ଜିତାଇଛନ୍ତି। କିନ୍ତୁ ମୋ ମତରେ ଡବ୍ଲ୍ୟୁଟିସି ଫାଇନାଲ ପୂର୍ବରୁ ମ୍ୟାଚ୍‌ ପ୍ରାକ୍ଟିସ ଅଭାବ ସେମାନଙ୍କ ପ୍ରଦର୍ଶନକୁ ପ୍ରଭାବିତ କରିପାରେ। ଭାରତ ଏକ ଶକ୍ତିଶାଳୀ ଦଳ। ଆଉ ଭଲ ଫର୍ମରେ ମଧ୍ୟ ଅଛି। କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ମୂଳକ କ୍ରିକେଟ ଖେଳୁଥିବାରୁ ପ୍ରତିପକ୍ଷ ନ୍ୟୁଜିଲାଣ୍ଡ ଟିକେ ଫାଇଦାରେ ରହିବ। ମୋ ମତରେ ଡବ୍ଲ୍ୟୁଟିସି ଫାଇନାଲ ପୂର୍ବରୁ ଭାରତ ମଧ୍ୟ ଦୁଇରୁ ୩ଟି ମ୍ୟାଚ୍‌ ଦରକାର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri