ଭାରତୀୟ ସାମଗ୍ରୀ ଉପରେ ଶୁଳ୍କ ବଢ଼ାଇବୁ

ନୂଆଦିଲ୍ଲୀ,୭।୬: ଭାରତ ବିରୋଧରେ ଆମେରିକାର ଟାରିଫ୍‌ ଯୁଦ୍ଧକୁ ରାଷ୍ଟ୍ରପତି ଜୋ ବାଇଡେନ୍‌ ପୁଣିଥରେ ବଢ଼ାଇଛନ୍ତି। ଭାରତରୁ ଆମେରିକା ଆମଦାନୀ କରୁଥିତ୍ବା ଚିଙ୍ଗୁଡ଼ି, ବାସମତି ଚାଉଳଠାରୁ ଆରମ୍ଭ କରି ଆସବାବପତ୍ର ଏବଂ ଅଳଙ୍କାର ଆଦି ସମସ୍ତ ସାମଗ୍ରୀ ଉପରେ ଆମଦାନୀ ଶୁଳ୍କ ବଢ଼ାଇବା ପାଇଁ ବାଇଡେନ୍‌ ଧମକ ଦେଇଛନ୍ତି। ନୂଆଦିଲ୍ଲୀ ବୃହତ ଟେକ୍‌ନୋଲୋଜି କମ୍ପାନୀ ଉପରେ ଡିଜିଟାଲ ସର୍ଭିସ ଟ୍ୟାକ୍ସ ଲଗାଇଥିବାରୁ ଏହାର ଜବାବରେ ଆମେରିକା ଉପରୋକ୍ତ ନିଷ୍ପତ୍ତି ନେଇଛି। ଭାରତରୁ ଆମେରିକା କିଣୁଥିବା ୨୬ଟି ସାମଗ୍ରୀ ଉପରେ ୨୫ ପ୍ରତିଶତ ଶୁଳ୍କ ବୃଦ୍ଧି କରିବାକୁ ଏହାର ବାଣିଜ୍ୟ ପ୍ରତିନିଧି କାଥେରିନ୍‌ ଟାଇ ୨ ତାରିଖରେ ଘୋଷଣା କରିଥିଲେ। ତେବେ ଏହି ବର୍ଦ୍ଧିତ ଶୁଳ୍କ ଡିସେମ୍ବର ପର୍ଯ୍ୟନ୍ତ ସ୍ଥଗିତ ରହିବ ବୋଲି ସେ କହିଥିଲେ। ଭାରତ ସରକାର ଗତବର୍ଷ ଏପ୍ରିଲରେ ଆମାଜନ, ଫେସ୍‌ବୁକ, ଗୁଗଲ୍‌ ଭଳି ବୃହତ୍‌ ବିଦେଶୀ ଟେକ୍‌ନୋଲୋଜି ଏବଂ ଇ-କମର୍ସ କମ୍ପାନୀ ଏଠାରେ କରୁଥିବା ଆୟ ଉପରେ ୨ ପ୍ରତିଶତ ଲାଗୁ କରିଥିଲେ। ଏହାକୁ ତତ୍କାଳୀନ ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଶାସନ ବିରୋଧ କରିଥିଲେ। ଏବେ ବାଇଡେନ୍‌ ସେଥିରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁଙ୍କ ନାଁରେ ଜାରି ହୋଇପାରେ ଆରେଷ୍ଟ ଓ୍ବାରେଣ୍ଟ

ଜେରୁଜେଲମ,୩୦।୪: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଏକ ଭୟଙ୍କର ଯୁଦ୍ଧ ଜାରି ରହିଛି । ଗାଜା ଷ୍ଟ୍ରିପରେ ହୋଇଥିବା ଭୟଙ୍କର ନରସଂହାର ହେତୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ...

ଭାରତ ମହାଶକ୍ତି ହେବାକୁ ଯାଉଛି, କିନ୍ତୁ ଆମେ ଭିକ ମାଗୁଛୁ: ପାକିସ୍ତାନର ପରିସ୍ଥିତିକୁ ନେଇ ଶୀର୍ଷ ନେତାଙ୍କ କ୍ରୋଧ

ଇସଲାମାବାଦ୍‌,୩୦।୪: ପାକିସ୍ତାନର ବରିଷ୍ଠ ନେତା ତଥା ଜାମିୟତ ଉଲେମା-ଇ-ଇସଲାମ (ଏଫ) ର ସଭାପତି ମୌଲାନା ଫଜଲୁର ରେହମାନ ପାକିସ୍ତାନକୁ ଭାରତ ସହ ତୁଳନା କରି କହିଛନ୍ତି,...

ଆମେରିକାରେ ପୁଣି ଗୁଳିକାଣ୍ଡ: ୩ ପୋଲିସ ମୃତ

ନ୍ୟୁୟର୍କ,୩୦।୪: ଆମେରିକାର ଉତ୍ତର କାରୋଲିନାରେ ଗୁଳି ବିନିମୟରେ ତିନି ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ତେବେ ଏହି ମୃତ୍ୟୁକୁ ପୋଲିସ ସର୍ବସାଧାରଣରେ ନିଶ୍ଚିତ କରି...

ଟ୍ରୁଡୋଙ୍କ ଉପସ୍ଥିତିରେ ଖଲିସ୍ତାନୀ ସ୍ଲୋଗାନ

ଟରଣ୍ଟୋ, ୩୦।୪: କାନାଡ଼ାର ଟରଣ୍ଟୋରେ ସୋମବାର ଖାଲ୍‌ସା ଦିବସ ପାଳନ ହେଉଥିବାବେଳେ ଏଥିରେ ବହୁ ସଂଖ୍ୟାରେ ଶିଖ୍‌ ସମ୍ପ୍ରଦାୟର ଲୋକ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ କାନାଡ଼ା...

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

ପ୍ରଳୟଙ୍କରୀ ବନ୍ୟାରେ ୪୨ ମୃତ

ନୈରୋବି,୨୯।୪: କେନ୍ଦ୍ରୀୟ କେନିଆର ମାଇ ମାହୁ ଅଞ୍ଚଳରେ ବ୍ୟାପକ ବନ୍ୟାରେ ମୃତ୍ୟୁ ସଂଖ୍ୟା ୨୦ ରୁ ୪୨କୁ ବୃଦ୍ଧି ପାଇଛି। ଏହାପୂର୍ବରୁ ସିଟିଜେନ ଟେଲିଭିଜନ ସୋମବାର...

ଦୁବାଇରେ ନିର୍ମାଣ ହେଉଛି ବିଶ୍ୱର ସବୁଠାରୁ ବଡ ବିମାନ ବନ୍ଦର, ରହିବ ଏସବୁ ସୁବିଧା

ଦୁବାଇ,୨୯।୪: ଦୁବାଇରେ ବିଶ୍ୱର ବୃହତ୍ତମ ବିମାନ ବନ୍ଦରର କାର୍ଯ୍ୟ ଆରମ୍ଭ ହୋଇଛି। ଏହି ଅଲ ମକତୁମ ଅନ୍ତର୍ଜାତୀୟ ବିମାନବନ୍ଦର ବର୍ତ୍ତମାନର ଦୁବାଇ ଆନ୍ତର୍ଜାତୀୟ ବିମାନବନ୍ଦର ଠାରୁ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri