ନୂଆ ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର: ଭିଟାମିନ୍‌ ଟ୍ୟାବଲେଟ୍‌-ଷ୍ଟିମ୍‌ ନେବାକୁ ମନା …

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ କରୋନା ମାର୍ଗଦର୍ଶିକା ଜାରି କରାଯାଇଛି। ଲକ୍ଷଣ ପ୍ରକାଶ ପାଉ ନ ଥିବା କରୋନା ଆକ୍ରାନ୍ତ ଭିଟାମିନ୍‌ ଟ୍ୟାବଲେଟ୍‌, ଷ୍ଟିମ୍‌ ନେବାକୁ ମାର୍ଗଦର୍ଶିକାରେ ବାରଣ କରାଯାଇଛି। ଏହା ସହିତ କୌଣସି ଆଣ୍ଟିବାୟୋଟିକ୍‌, ଆଇଭରମେକ୍ଟିନ୍‌ ଆଦି ନ ନେବାକୁ ପରାମର୍ଶ ଦିଆଯାଇଛି। ତେବେ କେବଳ ଜ୍ୱର ପାଇଁ ପାରାସିଟାମଲ(ଆଣ୍ଟିପାୟରେଟିକ୍‌) ଏବଂ ଥଣ୍ଡା ଲାଗି ଆଣ୍ଟିଟ୍ୟୁସିଭ୍‌ ନେବାକୁ କୁହାଯାଇଛି। ଏହା ସହିତ ମାସ୍କ୍‌ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା, ନିରନ୍ତର ଭାବେ ନିଦ୍ଧିଷ୍ଟ ବ୍ୟବଧାନରେ ହାତ ଧୋଇବାକୁ କୁହାଯାଇଛି। ଅପରପକ୍ଷରେ ହାଇଡ୍ରୋକ୍ସିକ୍ଲୋରୋକ୍ୱାଇନ୍‌, ଡୋକ୍ସିସାଇକ୍ଲିନ୍‌, ଜିଙ୍କ୍‌, ସିଟି ସ୍କାନ୍‌ ଆଦି ଅନାବଶ୍ୟକ ବୋଲି ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ସେହିପରି ନିଶ୍ୱାସ ନେବାରେ କଷ୍ଟ ହେଲେ ବ୍ୟୁଡେସୋନଇଡ୍‌ର ୮୦୦ ଏମ୍‌ସିଜି ଡୋଜ୍‌ ଦିନକୁ ଦୁଇଥର ୫ ଦିନ ପର୍ଯ୍ୟନ୍ତ ନେବୁଲାଇଜର ମେଶିନ୍‌ ଦ୍ୱାରା ଗ୍ରହଣ କରିବାକୁ ସରକାରଙ୍କ ନୂଆ ମାର୍ଗଦର୍ଶିକାରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri