Posted inଜାତୀୟ

ଦେଶର ସମସ୍ତଙ୍କୁ ମାଗଣା ଟିକା

ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ସୋମବାର ଏକ ବଡ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଦେଶର ୧୮ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତ ନାଗରିକଙ୍କୁ ମାଗଣାରେ ଟିକା ଯୋଗାଇ ଦେବାକୁ କହିଛନ୍ତି। ପୂର୍ବରୁ ୪୫ ବର୍ଷରୁ ଊର୍ଦ୍ଧ୍ୱଙ୍କୁ କେନ୍ଦ୍ର ସରକାର ମାଗଣାରେ ଟିକା ଯୋଗାଇ ଦେଉଥିଲେ। ୧୮ରୁ ୪୪ ବର୍ଷ ବର୍ଗର ଲୋକଙ୍କ ପାଇଁ ରାଜ୍ୟ ସରକାର ଟିକା କିଣି ମାଗଣାରେ ଦେଉଥିଲେ। ହେଲେ ଏବେ ଟିକା ଯୋଗାଣର ସମସ୍ତ ଦାୟିତ୍ୱ କେନ୍ଦ୍ର ସରକାର ନିଜ ହାତକୁ ନେଇଛନ୍ତି।

କେନ୍ଦ୍ର ସରକାର ଉତ୍ପାଦନର ୭୫ ପ୍ରତିଶତ ଟିକା କିଣି ରାଜ୍ୟ ସରକାରମାନଙ୍କୁ ମାଗଣାରେ ଯୋଗାଇ ଦେବେ। ବାକି ୨୫ ପ୍ରତିଶତ ଘରୋଇ ହସ୍ପିଟାଲ କିଣିବେ। ଏହି ୨୫% ଟିକା ଲୋକମାନେ ଟଙ୍କା ଦେଇ ନେଇ ପାରିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଜୁନ ୨୧ରୁ ରାଜ୍ୟ ସରକାରଙ୍କୁ ଏହି ଟିକା ଯୋଗାଇ ଦିଆଯିବ। ଟିକା ପାଇଁ ରାଜ୍ୟ ସରକାରଙ୍କୁ କିଛି ବି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ। ଘରୋଇ ହସ୍ପିଟାଲରେ ୧୫୦ ଟଙ୍କା ସର୍ଭିସ ଚାର୍ଜ ନେଇ ଲୋକଙ୍କୁ ଟିକା ଦିଆଯିବ। ଘରୋଇ ହସ୍ପିଟାଲ ଟିକାକରଣ ଉପରେ ରାଜ୍ୟ ସରକାର ନଜର ରଖିବ ବୋଲି ପ୍ରଧାନ ମନ୍ତ୍ରୀ କହିଛନ୍ତି। ଏଥିସହ ପ୍ରଧାନମନ୍ତ୍ରୀ ସରକାରଙ୍କ ସଫଳତା ସମ୍ପର୍କରେ କହିଥିଲେ। ୨୦୧୪ରେ ଆମ ଦେଶରେ ଟିକାର କଭରେଜ ୬୦% ଥିଲା। ହେଲେ ଭାଜପା ସରକାର ସମୟରେ ଏହା ୯୦%କୁ ବୃଦ୍ଧି ପାଇଥିବା ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri