ବିନା ନମୁନାରେ ଜାଣିହେବ ରକ୍ତଶୂନ୍ୟତା, ସର୍କରା ସ୍ଥିତି

ଭୁବନେଶ୍ୱର, ୮।୬(ବ୍ୟୁରୋ): ଏଣିକି ବିନା ରକ୍ତ ନମୁନା ପରୀକ୍ଷାରେ ଜାଣିହେବ ଶରୀରର ରକ୍ତଶୂନ୍ୟତା ଓ ରକ୍ତ ସର୍କରାର ସ୍ଥିତି। ଏଥିସହିତ ଯକୃତ, ଫୁସ୍‌ଫୁସ୍‌ ଓ ବୃକକ୍‌ରେ ରହିଥିବା ସମସ୍ୟା ମଧ୍ୟ ଜଣାପଡ଼ିବ। ତାହା ପୁଣି ଏକ ମିନିଟ୍‌ରୁ କମ୍‌ ସମୟ ମଧ୍ୟରେ। ଏଭଳି ଏକ ମେଶିନ ତିଆରି କରିଛି ଇଜି-ଆର୍‌ଏକ୍ସ କମ୍ପାନୀ। ଏହି କମ୍ପାନୀ ବିଭିନ୍ନ ମେଡିକାଲ ଯନ୍ତ୍ରପାତି ତିଆରି କରିଥାଏ। ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏହା ହେଉଛି ନୂଆ ଷ୍ଟାର୍ଟଅପ୍‌। ଏହା କିପରି ବହୁତ ଶସ୍ତା ଓ ସହଜରେ ବଜାରରେ ଉପଲବ୍ଧ ହୋଇପାରିବ ସେଥିପାଇଁ କମ୍ପାନୀ ପ୍ରସ୍ତୁତି ଚଳାଇଛି। କୋଭିଡ୍‌-୧୯ ପରି ମହାମାରୀ ସମୟରେ ଶରୀରର ବିଭିନ୍ନ ଅଙ୍ଗପ୍ରତ୍ୟଙ୍ଗରେ ଅସ୍ବାଭାବିକତା ଏବଂ କାର୍ଯ୍ୟ ବନ୍ଦ କରିଦେବା ଭଳି ସ୍ଥିତିର ତ୍ୱରିତ ସୂଚନା ଦେଇପାରିବ ଏହି ମେଶିନ। ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଥିବା ବୟସ୍କ ରୋଗୀଙ୍କ କ୍ଷେତ୍ରରେ ଶରୀର ଯାଞ୍ଚ ନିମନ୍ତେ ଏହା ବହୁ ଉପଦେୟ ସାବ୍ୟସ୍ତ ହୋଇପାରିବ ବୋଲି ଇଜି-ଆର୍‌ଏକ୍ସ ପକ୍ଷରୁ କୁହାଯାଇଛି।
ସେହିପରି ଅନ୍ୟ ଏକ ସଂସ୍ଥା ମାକ୍‌ଫି ସଲ୍ୟୁଶନ୍‌ ପ୍ରା.ଲିଃ. କୋଭିଡ୍‌-୧୯ ପ୍ରତିଷେଧକ ଟିକାକୁ ସହଜ ଏବଂ ନିରାପଦରେ ପରିବହନ କରିବା ନିମନ୍ତେ ବିଯୁକ୍ତ ତାପମାତ୍ରାଯୁକ୍ତ ପରିବହନ ଓ ଷ୍ଟୋରେଜ୍‌ ସକାଶେ ଏକ ଉପକରଣର ନିର୍ମାଣ କରିଛି। ଏହାର ନାମ ରହିଛି ବାୟୋସିୟୋର। ଏହା ସାହାଯ୍ୟରେ ଘରକୁ ଘର ବୁଲି ଟିକାଦାନ ପ୍ରକ୍ରିୟାକୁ ଅନ୍ୟାୟାସରେ ସଞ୍ଚାଳନ କରିହେବ। ଏହା ବିଶେଷ ଭାବେ ଅଗମ୍ୟ ଏବଂ ଦୂରଦୂରାନ୍ତ ଅଞ୍ଚଳରେ ବହୁ ଉପକାରୀ ହୋଇପାରିବ। ଏହାର ଉତ୍ପାଦନ କରିବା ପାଇଁ ଆଇସିଏମ୍‌ଆର୍‌କୁ ଆବେଦନ କରିଛି ମାକ୍‌ଫି ସଲ୍ୟୁଶନ।
ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଷ୍ଟାର୍ଟଅପ୍‌ ଓଡ଼ିଶା ଦ୍ୱାରା ଏସବୁ ଷ୍ଟାର୍ଟଅପ୍‌ ପଞ୍ଜୀକୃତ ହୋଇଛି। ରାଜ୍ୟ ସରକାରଙ୍କ ତରଫରୁ ଏହି ନୂତନ ଷ୍ଟାର୍ଟଅପ୍‌ଗୁଡ଼ିକୁ ପର୍ଯ୍ୟାପ୍ତ ସୁବିଧା ଯୋଗାଇ ଦିଆଯାଇଛି। ଏଥିପାଇଁ ଏମ୍‌ଏସ୍‌ଏମ୍‌ଇ ପାର୍କ, ଶିଳ୍ପାଞ୍ଚଳ ଆଦି ସୃଷ୍ଟି କରାଯାଇଛି। ଆବଶ୍ୟକ କ୍ଷେତ୍ରରେ ସରକାରୀ ଜମିଯୋଗାଣ, ବ୍ୟାଙ୍କ ଲିଙ୍କକେଜ୍‌ ଆଦି ସୁବିଧା ଯୋଗାଇ ଦିଆଯାଉଛି। ଏମ୍‌ଏସ୍‌ଏମ୍‌ଇ ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଷ୍ଟାର୍ଟଅପ୍‌ଗୁଡ଼ିକୁ ପ୍ରୋତ୍ସାହିତ କରିବା ପାଇଁ ନିୟମିତ ଭାବେ ସମୀକ୍ଷା ବୈଠକ ଆୟୋଜନ କରି ଉଦ୍ୟୋଗ ପ୍ରତିଷ୍ଠାକୁ ନେଇ ଉପୁଜୁଥିବା ସମସ୍ୟାଗୁଡ଼ିକର ସମାଧାନ କରୁଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ...

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

ହସ୍ପିଟାଲରେ ରୋଗୀଙ୍କୁ ଲାତ ମୁଥ ମାରିଲେ ଡାକ୍ତର, ଭିଡିଓ ଭାଇରାଲ ପରେ ମୁଖ୍ୟମନ୍ତ୍ରୀ…..

ନୂଆଦିଲ୍ଲୀ,୨୩।୧୨: ହିମାଚଳ ପ୍ରଦେଶର ସବୁଠାରୁ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଏବଂ ଜଣେ ଡାକ୍ତରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ...

ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ, ବାଂଲାଦେଶରେ ଦୀପୁଙ୍କ ବନ୍ଧୁମାନେ ବିଶ୍ୱାସଘାତକତା କରି…

ବାଂଲାଦେଶର ମୈମନସିଂ ଜିଲାର ଏକ କପଡ଼ା କାରଖାନାରେ କାମ କରୁଥିବା ୨୭ ବର୍ଷୀୟ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ ଗୁରୁବାର (ଡିସେମ୍ବର ୧୬) ଦିନ...

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

ପ୍ରବଳ କୁହୁଡି ଯୋଗୁ ଦେଖାଗଲାନି ରାସ୍ତା: ଗଛରେ ପିଟିହେଲା ପରିବା ବୋଝେଇ ମିନିଟ୍ରକ, ଘଟଣାସ୍ଥଳରେ…

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଏକ ପନିପରିବା ବୋଝେଇ ମିନିଟ୍ରକ ଦୁର୍ଘଟଣା ଘଟି ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି। ପ୍ରକାଶଯେ,...

ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା...

ଶୀତଦିନେ ମୁହଁ ଘୋଡ଼ାଇ ଶୋଉଥିଲେ ସାବଧାନ! ଏହି ବ୍ୟକ୍ତିଙ୍କ ପାଇଁ ହୋଇପାରେ….

ନୂଆଦିଲ୍ଲୀ,୨୩।୧୨: ପ୍ରାୟତଃ, ଶୀତ ମାସରେ, ଆମେ ଶୋଇବା ସମୟରେ ଆମର ସମ୍ପୂର୍ଣ୍ଣ ମୁହଁକୁ କମ୍ବଳରେ ଘୋଡ଼ାଇ ରଖିଥାଉ କାରଣ ଏହା ଆମକୁ ଆରାମଦାୟକ ଏବଂ ଗରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri