ନୀଳଗିରି ବିଧାୟକଙ୍କ ବିରୋଧରେ ଏତଲା

ପୁରୀ ଅଫିସ, ୮।୬:  ବାଲେଶ୍ୱର ଜିଲାର ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକଙ୍କ ବିରୋଧରେ ସୋମବାର ଶ୍ରୀଜଗନ୍ନାଥ ସେନା ପକ୍ଷରୁ ପୁରୀ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି। ଶ୍ରୀଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ଏହି ଏତଲା ଦେବା ସହ ବିଧାୟକ ନାୟକଙ୍କୁ ଗିରଫ କରାଯିବାକୁ ଦାବି କରିଛନ୍ତି। ପଟ୍ଟନାୟକ କହିଛନ୍ତି, ମହାପ୍ରଭୁଙ୍କ ନୀତିକାନ୍ତିକୁ ଗୁରୁତ୍ୱ ଦେଇ ସୁପ୍ରିମକୋର୍ଟ ଗତବର୍ଷ ପୁରୀ ରଥଯାତ୍ରା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଜିଲା ପ୍ରଶାସନ ଓ ରାଜ୍ୟ ସରକାର ଉତ୍ତମ ପରିଚାଳନା ଦ୍ୱାରା ବିନା ଭକ୍ତରେ ରଥଯାତ୍ରା କରାଇଥିଲେ। ଏପରିସ୍ଥଳେ ବିଧାୟକ ନାୟକ ନୀଳଗିରି ରଥଯାତ୍ରା ବନ୍ଦ କରିବା ପାଇଁ ବାଲେଶ୍ୱର ଜିଲାପାଳଙ୍କୁ ଚିଠି ଲେଖିବା ସମୀଚୀନ ହୋଇନାହିଁ। ବିଧାୟକ ନାୟକଙ୍କ ଏହି କାର୍ଯ୍ୟ ଧର୍ମ ବିରୋଧୀ ସଦୃଶ। ତେଣୁ ତାଙ୍କ ବିରୋଧରେ ଦଫା ୨୯୫, ୨୯୫ (କ), ୨୯୬, ୨୯୭, ୨୯୮ ଓ ୧୨୦ (ଖ)ରେ ଏକ ମାମଲା ରୁଜୁ ସହ ତାଙ୍କୁ ଗିରଫ କରିବା ପାଇଁ ପଟ୍ଟନାୟକ ଦାବି କରିଛନ୍ତି। ତେବେ ଏ ନେଇ ବିଧାୟକ ନାୟକଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ। ସୂଚନାଯୋଗ୍ୟ, ଗତବର୍ଷ କୋଭିଡ କଟକଣା ମଧ୍ୟରେ ନୀଳଗିରିରେ ରଥ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲା। ଏ ବାବଦରେ ୭ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଥିଲା। ଶେଷରେ ରଥଯାତ୍ରା ହୋଇ ପାରି ନ ଥିଲା। ଚଳିତବର୍ଷ ମଧ୍ୟ କୋଭିଡ୍‌ କଟକଣା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନିକ ଅଧିକାରୀମାନଙ୍କ ବିନା ଅନୁମତିରେ ଠାକୁରମାହାଲ ରାଜକୋଷରୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ନ କରିବା ପାଇଁ ଗତ ୫ ତାରିଖରେ ବାଲେଶ୍ୱର ଜିଲାପାଳ, ୫-ଟି ସଚିବ, ଦେବୋତ୍ତର ବିଭାଗକୁ ନାୟକ ଚିଠି ଲେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

୫୨ ବର୍ଷରେ ଧରିତ୍ରୀ

ପାଳିତ ହୋଇଯାଇଛି ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୨ ତମ ଜନ୍ମ ବାର୍ଷିକୀ ଉତ୍ସବ । ଧରିତ୍ରୀର ପ୍ରତିଷ୍ଠା ଦିବସ ନଭେମ୍ବର ୨୪ରେ ଥିବାବେଳେ ବୁଧବାର...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri