ପୁରୁଷଙ୍କ ଗର୍ଭରେ ଶିଶୁ, ଏପରି କିପରି ହୁଏ, ଜାଣନ୍ତୁ…

ଲଣ୍ଡନ,୮।୬: ମହିଳାଙ୍କ ଗର୍ଭରେ ଶିଶୁ ସୃଷ୍ଟି ପାଇଁ ପ୍ରକୃତି ସମସ୍ତ ପ୍ରକାର ସୁବିଧା ସୁଯୋଗ ଖଞ୍ଜି ଦେଇଛି। ତେବେ ପୁରୁଷଙ୍କ ଶରୀରରେ ଏଭଳି ସ୍ଥିତି ସୃଷ୍ଟି ହେବା ପ୍ରାୟତଃ ଦେଖାଯାଇ ନ ଥାଏ। ତେବେ ଆଧୁନିକ ବିଜ୍ଞାନ ଯୋଗୁ ଏବେ ସବୁ ସମ୍ଭବ ହେଉଛି। କେତେକ ପୁରୁଷ ମହିଳାଙ୍କ ପରି ଗର୍ଭ ବେଦନା ସହିତ ଅନ୍ୟ ପାରିପାର୍ଶ୍ୱିକ ଅବସ୍ଥାକୁ ସହଜରେ ଅନୁଭବ କରିପାରନ୍ତି। ଏଭଳି ସ୍ଥିତିକୁ ଡାକ୍ତରୀ ଭାଷାରେ କୌଭାଡେ ସିଣ୍ଡ୍ରୋମ୍‌ କୁହାଯାଇଥାଏ। ଏକ୍ଷେତ୍ରରେ ପୁରୁଷଙ୍କ କ୍ଷେତ୍ରରେ ଗର୍ଭବତୀଙ୍କଠାରେ ଦୃଷ୍ଟିଗୋଚର ହେଉଥିବା ସମସ୍ତ ଲକ୍ଷଣ ମଧ୍ୟ ପରିପ୍ରକାଶ ହୋଇଥାଏ। ଗର୍ଭବତୀଙ୍କ ସହିତ ଅତି ଅନ୍ତରଙ୍ଗ ଭାବେ ଜଡ଼ିତ ଥିବା ପୁରୁଷ ସାଥୀଙ୍କଠାରେ ଗର୍ଭାବସ୍ଥାର ସମସ୍ତ ଲକ୍ଷଣ ପ୍ରକାଶ ପାଇଥାଏ। ଏହାକୁ ସହାନୁଭୁତି ଗର୍ଭବସ୍ଥା ମଧ୍ୟ କୁହାଯାଇଥାଏ। ବର୍ତ୍ତମାନ ସୁଦ୍ଧା ଏଭଳି ଅବସ୍ଥାକୁ ଚିକିତ୍ସା ବିଜ୍ଞାନରେ କୌଣସି ମାନସିକ ଡିଜ୍‌ଅର୍ଡର ଭାବେ ଗ୍ରହଣ କରାଯାଇ ନାହିଁ। ଲଣ୍ଡନର ସେଣ୍ଟ୍‌ ଜର୍ଜ ହସ୍ପିଟାଲରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଏସମ୍ପର୍କରେ ଉଲ୍ଲେଖ କରାଯାଇଛି। କୌଭାଡେ ସିଣ୍ଡ୍ରୋମ୍‌ରେ ପୁରୁଷଙ୍କ ପେଟରେ ଗର୍ଭବତୀଙ୍କ ଭଳି ଯନ୍ତ୍ରଣା ହେବା ସହିତ ପେଟ ଫୁଲିବା, ପିଠି ଯନ୍ତ୍ରଣା, ଆଳସ୍ୟ ବୋଧ, ମର୍ନିଂ ସିକ୍‌ନେସ୍‌, ଦାନ୍ତ ଯନ୍ତ୍ରଣା, ଅଧିକ ଭୋକ ଲାଗିବା ଆଦି ଲକ୍ଷଣ ପ୍ରକାଶ ପାଇଥାଏ। ଗର୍ଭବତୀଙ୍କର ପ୍ରସବ ହେବାର କିଛି ଦିନ ପର୍ଯ୍ୟନ୍ତ ମଧ୍ୟ ସମ୍ପୃକ୍ତ ପୁରୁଷ ସାଥୀଙ୍କଠାରେ କେତେକ ଲକ୍ଷଣ ପ୍ରକାଶ ପାଇଥାଏ। ପରବର୍ତ୍ତୀ ସମୟରେ ଏହା ସମ୍ପୂର୍ଣ୍ଣ ଦୂର ହୋଇଥାଏ। ବିକଶିତ ଦେଶରେ କୌଭାଡେ ସିଣ୍ଡ୍ରୋମ୍‌ ପୁରୁଷଙ୍କଠାରେ ଅଧିକ ଦେଖିବାକୁ ମିଳିଥାଏ। ଆମେରିକା, ସ୍ବିଡେନ୍‌, ଥାଇଲାଣ୍ଡ୍‌ ଏବଂ ବ୍ରିଟେନ୍‌ରେ ପୁରୁଷଙ୍କଠାରେ ଏଭଳି ସ୍ଥିତି ଅଧିକ ଦୃଷ୍ଟି ଗୋଚର ହୋଇଥାଏ। ଗଭବତୀଙ୍କ ସହିତ ଭାବନାତ୍ମକଭାବେ ଅଧିକ ଜଡ଼ିତ ହେବା ଏବଂ ହରମୋନ୍‌ସ୍ତରରେ କେତେକ ପରିବର୍ତ୍ତନ ଯୋଗୁ କୌଭାଡେ ସିଣ୍ଡ୍ରୋମ୍‌ ସୃଷ୍ଟି ହୋଇଥାଏ ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri