ପ୍ରେମ ନିବେଦନରେ ବିଫଳ ହେବା ପରେ ଯୁବକଙ୍କ ଉନ୍ମତ୍ତକାଣ୍ଡ: ନାବାଳିକାଙ୍କୁ ଛୁରିରେ ମରଣାନ୍ତକ ଆକ୍ରମଣ

ଖଇରା,୧୦।୬(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଟୋ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ନିବେଦନରେ ବିଫଳ ହେବା ପରେ ଜଣେ ଯୁବକ ଜଣକ ଏକ ଧାରୁଆ ଛୁରିରେ ଉକ୍ତ ଗ୍ରାମର ଜନୈକ ନାବାଳିକାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ଖଇରା ପୋଲିସ ତୁଟୋ ଗ୍ରାମର ସଂପୃକ୍ତ ଯୁବକ ରଶ୍ମିରଞ୍ଜନ ଦାସ(୨୪)ଙ୍କୁ ଧରି ଥାନାରେ ଅଟକ ରଖିଛି। ସୂଚନାଯୋଗ୍ୟ, ରବିନ୍ଦ୍ର ଦାସଙ୍କ ପୁଅ ରଶ୍ମି କିଛି ଦିନ ତଳେ ସେହି ଗ୍ରାମର ୯ମ ଶ୍ରେଣୀରେ ପଢୁଥିବା ନାବାଳିକାଙ୍କୁ ପ୍ରେମ ନିବେଦନ କରିଥିଲେ। ଏନେଇ ନାବାଳିକା ଜଣକ ଘରେ ଜଣାଇବା ପରେ ଗ୍ରାମରେ ଏକ ବୈଠକ ଡକାଯାଇଥିଲା। ରଶ୍ମି ଉକ୍ତ ବୈଠକରେ ଭୁଲ ମାଗିଥିଲେ। ଏହାକୁ ନେଇ ରଶ୍ମି ପ୍ରତିଶୋଧ ପରାୟଣ ହୋଇପଡ଼ିଥିଲେ। ଗୁରୁବାର ସକାଳେ ନାବାଳିକା ଜଣକ ସମ୍ପେଇ ଗ୍ରାମକୁ ଟ୍ୟୁସନ ଯାଉଥିବା ବେଳେ ଏହାର ସୁଯୋଗ ଉଠାଇ ଅନ୍ୟ ୪ଜଣ ସାଙ୍ଗଙ୍କ ସହ ମିଶି ରଶ୍ମି ଉକ୍ତ ନାବାଳିକାକୁ ଆକ୍ରମଣ କରିଥିଲେ। ତେବେ ନାବାଳିକାଙ୍କ ଅନ୍ୟ ସାଙ୍ଗମାନଙ୍କୁ ଆକ୍ରମଣର ଭୟ ଦେଖାଇବାରୁ ସେମାନେ ପାଖକୁ ନ ଯାଇ ସେଠାରୁ ପଳାଇଯାଇଥିଲେ। ପରେ ଏନେଇ ସେମାନେ ପରିବାର ଓ ଗାଁଲୋକଙ୍କୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଗ୍ରାମବାସୀ ପହଞ୍ଚିବା ପରେ ରଶ୍ମି ଉକ୍ତ ନାବାଳିକାଙ୍କୁ ମୁର୍ମୁଷ ଅବସ୍ଥାରେ ଛାଡ଼ି ପଳାଇଥିଲେ। ରଶ୍ମି ଅତି ନିର୍ମମ ଭାବେ ନାବାଳିକାଙ୍କ କାନ, ମୁହଁ ତଥା ଶରୀରର ବିଭିନ୍ନ ଅଂଶକୁ କାଟି ରକ୍ତାକ୍ତ କରିଦେଇଥିବା ଜଣାପଡ଼ିଛି। ପରେ ଉକ୍ତ ନାବାଳିକାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଖଇରା ଓ ପରେ ଗୁରୁତର ଅବସ୍ଥାରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri