Posted inଜାତୀୟ

ଜିତିନ୍‌ ଦଳ ଛାଡିବା ପରେ କଂଗ୍ରେସରେ କନ୍ଦଳ: କପିଲ ସିବଲ କହିଲେ, ମୁଁ ମଲା ପରେ..

ନୂଆଦିଲ୍ଲୀ,୧୦।୬: କଂଗ୍ରେସର ପୂର୍ବତନ ନେତା ଜିତିନ ପ୍ରସାଦ ଦଳ ଛାଡି ଭାଜପାରେ ଯୋଗଦେବା ପରେ ପୁଣି ଥରେ କଂଗ୍ରେସ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ଜିତିନ ପ୍ରସାଦଙ୍କ ଏହି ନିଷ୍ପତ୍ତି ପରେ ଜି -୨୩ ଗୋଷ୍ଠୀ ସଦସ୍ୟଙ୍କ ବୟାନବାଜି ଆରମ୍ଭ ହୋଇଯାଇଛି। ଦଳର ହାଇକମାଣ୍ଡ ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ବ୍ୟାପକ ସଂସ୍କାର ଆଣିବାକୁ ଆହ୍ବାନ ଦେଇଛନ୍ତି ଏହି ଗୋଷ୍ଠୀ।
ଜିତିନ ପ୍ରସାଦ ଦଳ ଛାଡିବା ପରେ କଂଗ୍ରେସର ମୁଖ୍ୟ ସଦସ୍ୟ କପିଲ ସିବଲଙ୍କୁ ପଚରାଯାଇଥିଲା ଯେ, ଆପଣ ଏପରି ପଦକ୍ଷେପ ନେବେ କି? ଏହାର ଜବାବରେ ସିବଲ କହିଥିଲେ, ମୋ ମୃତ୍ୟୁ ପରେ ଏଭଳି କିଛି ହେବ। ତେବେ ଏହି ସମୟରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ  ସିବଲ ଦଳର ନେତାମାନଙ୍କୁ ଏକ ସ୍ପଷ୍ଟ ବାର୍ତ୍ତା ଦେଇଛନ୍ତି ଯେ ଏବେ ଶୁଣିବାର ସମୟ ଆସିଛି। ଦଳର ନେତୃତ୍ୱ କଣ କରିଛନ୍ତି ଏବଂ କଣ କରିନାହାଁନ୍ତି ମୁଁ ମନ୍ତବ୍ୟ ଦେବାକୁ ଚାହୁଁ ନାହିଁ। ବର୍ତ୍ତମାନ ଆମେ ଭାରତୀୟ ରାଜନୀତିରେ ଏପରି ଏକ ସ୍ତରରେ ପହଞ୍ଚିଛୁ ଯେଉଁଠାରେ ଆଦର୍ଶ ଉପରେ ଏଭଳି ନିଷ୍ପତ୍ତି ନିଆଯାଉ ନାହିଁ। ଏବେ ଲୋକମାନେ ମତଦାନ ଉପରେ ନୁହେଁ ବରଂ ବ୍ୟକ୍ତିଗତ ଲାଭ ପାଇଁ ନିର୍ବାଚନରେ ପ୍ରବେଶ କରୁଛନ୍ତି ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ରାହୁଲ ଗାନ୍ଧୀଙ୍କ ନିକଟତର ଥିବା ଜିତିନ ପ୍ରସାଦ ବୁଧବାର କଂଗ୍ରେସ ଦଳ ଛାଡି ଭାଜପାରେ ଯୋଗ ଦେଇଥିଲେ। ଜିତିନ ଜି -୨୩ ଗୋଷ୍ଠୀର ଜଣେ ସଦସ୍ୟ ଥିଲେ ଯେ କି କଂଗ୍ରେସ ନେତୃତ୍ୱରେ ବ୍ୟାପକ ପରିବର୍ତ୍ତନ ଆଣିବାକୁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri