ଘରେ ରହି ରଜ ପାଳନ କରନ୍ତୁ: ଏଡିଜି

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ ଓ ଶଟ୍‌ଡାଉନ ଭଳି କଟକଣାକୁ ଦୃଢ଼ ଭାବେ ପାଳନ କରାଯାଉଥିବାରୁ କୋଭିଡ୍‌ ସଂକ୍ରମଣରେ ହ୍ରାସ ଘଟୁଛି। ଆଗକୁ ରଜ ପର୍ବ ଆସୁଛି। ତେଣୁ ଜନସାଧାରଣ ବାହାରକୁ ନ ବାହାରି ନିଜ ଘରେ ରହି ରଜ ପାଳନ କରନ୍ତୁ ବୋଲି ଗୁରୁବାର ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଏଡିଜି (ଆଇନ ଶୃଙ୍ଖଳା) ଯଶବନ୍ତ ଜେଠୱା କହିଛନ୍ତି। ଅମାନିଆଙ୍କ ଭଳି ନ ହୋଇ ସମସ୍ତ କୋଭିଡ୍‌ ନିୟମ ମଧ୍ୟରେ ରହି ପରିବାରବର୍ଗଙ୍କ ସହ ଏହି ପର୍ବ ପାଳନ କରିବାକୁ ସେ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି।
କୋଭିଡ୍‌-୧୯ର ଦ୍ୱିତୀୟ ଲହର ଆରମ୍ଭଠାରୁ ଓଡ଼ିଶା ପୋଲିସ ପକ୍ଷରୁ ସାରା ରାଜ୍ୟରେ ଏନ୍‌ଫୋର୍ସମେଣ୍ଟ ଡ୍ରାଇଭ୍‌କୁ କଡ଼ାକଡ଼ି କରାଯାଉଛି। ସମସ୍ତ ଏସ୍‌ପି ଓ କମିଶନରେଟ୍‌ ପୋଲିସର ଡିସିପିଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନାରେ ପ୍ରାୟ ୧୬୧ ପ୍ଲାଟୁନ୍‌ ପୋଲିସ ଫୋର୍ସ ଏହି ଏନ୍‌ଫୋର୍ସମେଣ୍ଟ କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଗତ ଦୁଇମାସ ମଧ୍ୟରେ ବିଭିନ୍ନ ଜିଲାର ୪ ଲକ୍ଷ ୭୬ହଜାର ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସେମାନଙ୍କଠାରୁ ପ୍ରାୟ ୧୪ କୋଟି ୫୮ ଲକ୍ଷ ଟଙ୍କାର ଜରିମାନା ଆଦାୟ କରାଯାଇଛି। ଏଥିସହିତ କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ନେଇ ୩ ହଜାର ୫ଶହ ଦୋକାନ, ଶପିଂମଲ୍‌, ଶିକ୍ଷାନୁଷ୍ଠାନ ସିଲ୍‌ ଓ ୨୯ ହଜାର ଗାଡି ସିଜ୍‌ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଓଡ଼ିଶା ପୋଲିସ ପକ୍ଷରୁ ୨୭୮ଟି ମାମଲା ରୁଜୁ କରାଯାଇ ୧୩୩୨ଜଣଙ୍କୁ ଗିରଫ କରାଯାଇଛି।
ଏଥିସହ ସେ କହିଛନ୍ତି, କରୋନା ସମୟରେ ସାଇବର ଅପରାଧରେ ବୃଦ୍ଧି ଘଟିଛି। ଅଜ୍ଞାତରେ ଲୋକମାନେ ସାଇବର ଠକଙ୍କ ଶିକାର ହେଉଛନ୍ତି। ତେଣୁ କୌଣସି ବ୍ୟକ୍ତି ସାଇବର ଠକେଇର ଶିକାର ହେଲେ ତୁରନ୍ତ ଟୋଲ୍‌ ଫ୍ରି ନଂ.୧୫୫୨୬୦ ରେ କଲ୍‌ କରି ଜଣାନ୍ତୁ। ସୂଚନା ପାଇବା ମାତ୍ରେ ଓଡ଼ିଶା ପୋଲିସର ସାଇବର ଥାନା, ସାଇବର ସେଲ୍‌, ସାଇବର ହେଲ୍ପ ଡେସ୍କଗୁଡ଼ିକ ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯିବ। ଠକେଇର ଅଳ୍ପ ସମୟ (ଘଣ୍ଟାଏ) ମଧ୍ୟରେ ଜଣାଇଲେ ପୋଲିସ ଏହାର ତଦନ୍ତ କରି ବ୍ୟାଙ୍କ ନେଣଦେଣ ବନ୍ଦ କରିବା ପାଇଁ ପଦକ୍ଷେପ ନେବ। ଏଥିସହିତ ସାଇବର ଠକଙ୍କ ଆକାଉଣ୍ଟରୁ ଠକେଇ ଟଙ୍କା ଫେରାଇ ଅଣାଯାଇପାରିବ ବୋଲି ଜେଠଓ୍ବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri