ରାଜ୍ୟର ପ୍ରଥମ ମୁସଲିମ୍‌ ମହିଳା ଡିଏସ୍‌ପି

ପାଟନା,୧୧।୬: ନିକଟରେ ବିହାର ପବ୍ଲିକ ସର୍ଭିସ କମିଶନ(ବିପିଏସ୍‌ସି)ର ୬୪ତମ କମ୍ପିଟେଟିଭ୍‌ ଏକ୍ସାମର ପରୀକ୍ଷା ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ ପ୍ରଥମ ଥରେ ଜଣେ ମୁସଲିମ ମହିଳା ଉତ୍ତୀର୍ଣ୍ଣ ହେବା ସହ ଡିଏସ୍‌ପି ଭାବେ ମନୋନୀତ ହୋଇଛନ୍ତି। ଯାହାକୁ ନେଇ ସାରା ରାଜ୍ୟରେ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାଯୋଗ୍ୟ, ବିହାର ଗୋପାଳଗଞ୍ଜ ଜିଲାର ହଥୁଆ ଗାଁରେ ରହୁଥିବା ଜଣେ ୨୭ବର୍ଷୀୟ ରଜିଆ ସୁଲତାନ ବିପିଏସ୍‌ସି ପରୀକ୍ଷାରେ କେବଳ ପାସ୍‌ ହୋଇନାହାନ୍ତି ବରଂ ଡିଏସ୍‌ପି ଭାବେ ମନୋନୀତ ହୋଇ ମୁସଲିମ ସମାଜ ଓ ରାଜ୍ୟ ପାଇଁ ଏକ ଇତିହାସ ରଚିଛନ୍ତି। ବିପିଏସ୍‌ସି ପରୀକ୍ଷାର ପ୍ରଥମ ପ୍ରୟାସରେ ହିଁ ସେ ସଫଳତାର ପାହାଚ ଚଢ଼ିଛନ୍ତି। ବର୍ତ୍ତମାନ ରଜିଆ ପାଟନାରେ ବିଦ୍ୟୁତ ବିଭାଗରେ ସହକାରୀ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି। କିନ୍ତୁ ଖୁବ୍‌ଶୀଘ୍ର ସେ ଏହି ଚାକିରୀ ଛାଡ଼ି ଖାକି ବର୍ଦ୍ଦିରେ ନଜର ଆସିବେ। ବିପିଏସ୍‌ସି ପରୀକ୍ଷାରେ ମୋଟ ୪୦ଜଣ ଆବେଦନକାରୀଙ୍କୁ ଡିଏସ୍‌ପି ଭାବେ ମନୋନୀତ କରାଯାଇଥିବା ବେଳେ ସେଥିରେ ୩ଜଣ ମୁସଲିମ୍‌ ରହିଛନ୍ତି। ଏହି ୪ଜଣ ମୁସଲିମ୍‌ଙ୍କ ମଧ୍ୟରେ ରଜିଆ ସୁଲତାନ ବି ରହିଛନ୍ତି। ରଜିଆଙ୍କ ପରିବାର କଥା କହିବାକୁ ଗଲେ ତାଙ୍କ ବାପା ମହମ୍ମଦ ଅସଲମ ବୋକାରୋ ଷ୍ଟିଲ୍‌ ପ୍ଲାଣ୍ଟରେ ଷ୍ଟେନୋଗ୍ରାଫର ଭାବେ କାର୍ଯ୍ୟରତ ଥିଲେ। ହେଲେ ୨୦୧୬ରେ ତାଙ୍କ ପିତାଙ୍କ ଦେହାନ୍ତ ଘଟିଥିଲା। ସେମାନେ ୬ଜଣ ଭଉଣୀ ହୋଇଥିବା ବେଳେ ତାଙ୍କର ଜଣେ ଭାଇ ଅଛି। ରଜିଆ ସର୍ବ କନିଷ୍ଠ ହୋଇଥିବା ବେଳେ ତାଙ୍କ ୫ଭଉଣୀଙ୍କ ବିବାହ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri